ଦୈନିକ ରାଶିଫଳ: ୭ ମାର୍ଚ୍ଚ ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶିର ଧନ ସମ୍ବନ୍ଧୀୟ ସମସ୍ୟା ହେବ ଦୂର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୭ ମାର୍ଚ୍ଚ ୨୦୧୯

ମେଷ:–

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଗୃହସମସ୍ୟା ସମାଧାନ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ମହିଳାମାନେ ସକ୍ରିୟ ହେବେ। ବିରୋଧିମାନେ ଦୂରେଇଯିବେ। ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ଯାନ ବାହନ ସୁଖ ମିଳିବ। ବିଦ୍ୟା, ଖେଳରେ ପ୍ରଶଂସିତ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:–

କର୍ମକ୍ଷେତ୍ର ସୁଦୃଢ଼ ହେବ ଓ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବ୍ୟବସାୟୀ ମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ ଓ ଆଶାତୀତ ଲାଭ ପାଇବେ। ପରିବାରରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତି କରିବାର କ୍ଷମତା ଜନ୍ମହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୀତିରେ ଭବିଷ୍ୟତ ଚିନ୍ତାକରି ପରିଶ୍ରମ କଲେ ଚେଷ୍ଟା ସାର୍ଥକ ହେବ। ମହିଳାମାନଙ୍କର ଆଶା ପୂରଣ ହେବ ଓ ଭାଇ ମିତ୍ରଙ୍କଠାରୁ ସହଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:–

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ସାମାଜିକ କାର୍ଯ୍ୟରେ ଭାଗ ନେବେ। ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ। ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ। ବାଦବିବାଦ ମାଲି ମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ରାଜନୀତିରେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ:–

ସାମୟିକ ଚିନ୍ତା ଦୂରହେବ। କାର୍ଯ୍ୟ ସହଜ ସରଳରେ ସମାଧାନ ହେବ। ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ। ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ। କର୍ମରେ ମନସନ୍ତୁଷ୍ଟ ରହିବ। ମହିଳାମାନେ ପିଲାଙ୍କସହ ଖୁସିରେ ରହିବେ। ଖର୍ଚ୍ଚବଢ଼ିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ।  ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ପଡିପାରେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ସିଂହ–

ଆୟର ମାର୍ଗ ପ୍ରଶସ୍ତ ହେବ। ବାହାନ କ୍ରୟ ଓ ବିକ୍ରୟ କରି ପାରନ୍ତି। ନୂତନ ଗୃହସୁଖ ମିଳିବ। ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନପ୍ରାପ୍ତ ହେବ। ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ବିଦ୍ୟାରେ ଉନ୍ନତି, ଖେଳରେ ପ୍ରଶଂସିତ ହେବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:–

କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ। ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ। ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ। ବ୍ୟବସାୟୀ ମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:–

ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଦାମ୍ପତ୍ୟଜୀବନ ସୁଖମୟ ହେବ। କାର୍ଯ୍ୟରେ ସ୍ଥିରତା ବଢ଼ିବ। ପରିଶ୍ରମ ଦ୍ୱାରା ଲାଭ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ବିଦ୍ୟା ଓ ଖେଳରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହେବେ। ମହିଳାମାନଙ୍କର କାର୍ଯ୍ୟ ମଧ୍ୟମ ଧରଣର ହୋଇ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେନାହିଁ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:–

ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ଲାଭ ପାଇବେ ଓ ଗୃହର ସମସ୍ୟା ଦୂର ହୋଇଯିବ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ମହିଳାମାନଙ୍କର ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ ଓ ଅଟକିଥିବା ଧନଲାଭ ହେବ। ଦିନଚର୍ଯ୍ୟା ସୁଖଦାୟକ ହେବ। ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ। ବ୍ୟବସାୟରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟା ଓ ଖେଳରେ ସଫଳ ହେବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ଧନୁ:–

ଶୁଭ ସମାଚାର ପାଇ ମନ ଖୁସି ହେବ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ। କର୍ମ କ୍ଷେତ୍ରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବା ଫଳରେ ସମ୍ମାନୀତ ହେବେ। ଜନ ସେବାରେ ପ୍ରଶଂସା ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଶତୃ ପରାଜିତ ହେବେ। ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତହେବ। ସାମାଜିକ ଉତ୍ସବରେ ଭାଗ ନେବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:–

ବ୍ୟବସାୟରେ ବାକିଥିବା ଅର୍ଥ ଆଦାୟ ହେବା ଫଳରେ ଖୁବ୍ ଆଶାବାଦୀ ହେବେ। ନୂଆ ନିଯୁକ୍ତିର ସମ୍ଭାବନା ଅଛି। କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବା ଫଳରେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ଖେଳ ରେ ପ୍ରଶଂସା ମିଳିବ। ରାଜନୀତିରେ ଲୋକପ୍ରିୟତା ଯୋଗେ ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ। ପ୍ରତିକାର ଦ୍ୱାରା ବାଧା ଦୂର ହେବ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:–

ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ଗୃହରୁ ସୁଖମିଳିବ। ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଫଳରେ ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି କର୍ମକ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ପ୍ରସାର ପ୍ରଚାର ହେବ। ରାଜନୀତିରେ ସମସ୍ୟା ଦୂର ହେବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:–

ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ବାହ୍ୟ ଯୋଗା ଯୋଗରେ ଲାଭ ମିଳିବ। ଗୁରୁଜନ ମାନଙ୍କ ଠାରୁ ଆର୍ଶିବାଦ ପାଇବେ ଓ ଆମୋଦ ପ୍ରମୋଦର ସୁଯୋଗ ପାଇବେ। ବିଦ୍ୟା ଓ ଖେଳରେ ଉତ୍ସାହ ବଢ଼ିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ। ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତିସହିବେ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!