ଆଜି କେମିତି ରହିବ ଆପଣଙ୍କ ଦିନ : ୭ ମଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୭ ମଇ ୨୦୧୮

ମେଷ:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାର:-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର- ୧୧ଜଣ ପିଲାଙ୍କୁ ଧଳାମିଠା ଖାଇବାକୁ ଦେବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:-

ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ରକ୍ତଚାପ, ମଧୁମେହ,ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଦେଖାଦେବା ଫଳରେ ଉଦଭ୍ରାନ୍ତ ହେବେ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

କର୍କଟ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର  ଭୂଷଣଭାବି ବ୍ୟବସାୟ ଓ କର୍ମ କରିଲେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର:-ଭିକାରୀକୁ ନିରାଶ କରିବେ ନାହିଁ।

କନ୍ୟା:-

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର:-ଗହମ, ଗୁଡ ବାଳକମାନଙ୍କୁ ଦାନ କରିବେ।

ତୁଳା:-

ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ। ପ୍ରତିକୂଳ ପରିସ୍ଥିତି ଯୋଗେ ଅଧିକ ଖର୍ଚ୍ଚ ହେବ। ନିଜ ଲୋକମାନେ ବିଶ୍ଵାସ ଘାତକତା କରି ପାରନ୍ତି। ପ୍ରତିକାର:-ଲାଲଚନ୍ଦନ ଓ ମସୁରଡାଲି ଧର୍ମସ୍ଥାନରେ ଦେବେ।

ବିଛା:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର- ଷଣ୍ଢକୁ ଗୁଡ ଓ ରୁଟି ଖାଇବାକୁ ଦିଅନ୍ତୁ।

ଧନୁ:-

ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପ୍ରତିକାର:-ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ। 

ମକର:-

ଧର୍ମ-କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ଧନ ଲାଭ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଯେ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମୀନ:-

କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ନୂତନ ବସ୍ତୁ କ୍ରୟ କରିବେ। ପରିବାରରେ ଶାନ୍ତି ଆସିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ନୂଆ ଚାକିରୀରେ ଯୋଗ ଦେଇପାରନ୍ତି। ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। ପ୍ରତିକାର:-ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!