ଦୈନିକ ରାଶିଫଳ: ୭ ନଭେମ୍ବର ୨୦୧୮। ଆଜି ଏହି ୪ଟି ରାଶି ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିବ… 

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୭ ନଭେମ୍ବର ୨୦୧୮। ଆଜି ଏହି ୪ଟି ରାଶି ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିବ…

ମେଷ-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ବିଦ୍ୟାରେ ଉନ୍ନତି କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଶତୃମାନେ ଦୂରେଇ ଯିବେ। ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମିଥୁନ-

କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

<<Vastu>>> | <<< Jataka Bichara >>> 

କର୍କଟ

ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ। ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ।  ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ସିଂହ-

ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଭାବମୂର୍ତ୍ତି ରକ୍ଷା କରି ପାରିବାରିକ ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ର ଅତୁଟ ରଖି ହେବ। ପ୍ରତିକାର- ଗ୍ରାମ୍ୟଦେବତାଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କନ୍ୟା-

ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ। ପାରିବାରିକ କ୍ଷେତ୍ରରେ ସାମୟିକ ଭାବେ ଦାମ୍ପତ୍ୟ ସମସ୍ୟା ଉଣା ଅଧିକ ରହିବ। ଫଳରେ ସ୍ଥାନ-ମାନ ପ୍ରତି ବିପଦ କଟିଯିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା-

କର୍ମକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟ, ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ଓ ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ବିଛା-

ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ।  ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ-

ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ।  ପରିବହନରେ ବିଶେଷ ଲାଭବାନ ହେବେ। ପିଲାମାନଙ୍କ ପାଠପଢା ନେଇ ଚିନ୍ତିତ ରହିବେ। ପ୍ରେମ-ପ୍ରସଙ୍ଗ ଓ ଗୁପ୍ତ ବନ୍ଧୁମାନେ ବାହାରକୁ ପ୍ରକାଶ ପାଇବେ। ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର-

କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭହୋଇପାରେ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ। ପ୍ରପର୍ଟୀ ସମ୍ବନ୍ଧି ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି। ପ୍ରତିକାର- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

କୁମ୍ଭ-

ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁମୁକ୍ତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ। ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ-

ମନ ଓ ଶରୀର ଭଲ ରହିବ। କୃଷି ଓ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ବିଦେଶ ଯାତ୍ରାରେ ସଫଳ ହେବେ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ। ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ପାଇବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦେବ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!