ଦୈନିକ ରାଶିଫଳ: 7 ଅକ୍ଟୋବର ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୭ ତାରିଖ, ବୁଧବାର, କନ୍ୟାମାସ ୨୨ଦିନ, ମଳ ଆଶ୍ଵିନମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି, ରୋହିଣୀ ନକ୍ଷତ୍ର, ବୃଷରାଶିରେ ଚନ୍ଦ୍ର। କର୍କଟରାଶିର ଘାତବାର। ବିଛାରାଶିର ଘାତଚନ୍ଦ୍ର। ବେଲ, ପଣସ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୩ମିନିଟ୍ ରୁ ୭ଟା ୧୬ ମିନିଟ୍, ଦିବା ୭ଟା ୧୭ ମିନିଟ୍ ରୁ ୮ଟା ୩ ମିନିଟ୍, ଦିବା ୧୦ଟା ୨୪ ମିନିଟ୍ ରୁ ୧୧ ଟା ୩୪ ମିନିଟ୍, ଦିବା ୧ଟା ୩୨ ମିନିଟ୍ ରୁ ୩ଟା ୫୨ ମିନିଟ୍, ସନ୍ଧ୍ୟା ୬ଟା ୧୬ ମିନିଟ୍ ରୁ ୭ଟା ୪ ମିନିଟ୍, ରାତ୍ର ୮ଟା ୪୩ ମିନିଟ୍ ରୁ ୨ଟା ୩୮ ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ  ରହିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ। କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। କ୍ୟାରିଅର ସମସ୍ୟା ସମାଧାନର ବାଟ ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପାଠପଢ଼ାରେ ମନଯୋଗ ଦେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସରକାରୀ କର୍ମ କ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରେମୀ ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ।  ବାକ୍ୟ ସଂଯମତା ରଖିଲେ ଭଲ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ ଓ ମନ ଶରୀର ଭଲ ରହିବ। ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ଅପେକ୍ଷା କରୁଥିବା କାର୍ଯ୍ୟଟି ପୂରଣ କରିବାପାଇଁ ଚେଷ୍ଟା କରିବେ। ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବା ଫଳରେ କୌଣସି ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଶିକ୍ଷାକ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣ ହେବ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସନ୍ତାନ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଆର୍ଥିକ ଉନ୍ନତି ସହ ନୂତନ ଯୋଜନାରେ ସଫଳତା ମିଳିବ। ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଗୃହବାହନ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ଶରୀର ସୁସ୍ଥ ରହିବ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହୋଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବା ସହ ଗୃହସ୍ଥ ଜୀବନ ସୁଖମୟ ହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ ରେ ଆଶାତୀତ ଲାଭ ପାଇବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଶିକ୍ଷା କ୍ଷେତ୍ରରେ ପରିଶ୍ରମ ଫଳରେ ସଫଳ ହେବେ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!