ସାପ୍ତାହିକ ରାଶିଫଳ: ୭ ଅକ୍ଟୋବର ରୁ ୧୩ ଅକ୍ଟୋବର, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ କର୍ମ ଓ ବ୍ୟବସାୟରେ ହେବ ପ୍ରଚୁର ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଉଚ୍ଚଆଶା ସଫଳ କରିବେ ଓ ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପରିବାରରେ ମାନ ମନାନ୍ତର ଦୂର ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧୈର୍ଯ୍ୟ, ସାହସ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ। ସ୍ଵାସ୍ଥ୍ୟ ରେ ଉନ୍ନତି, ମାନସିକ ସ୍ଥିରତା ଓ ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ଦାମ୍ପତ୍ୟସୁଖ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ସରକାରୀ କାମରେ ସଫଳତା ମିଳିବ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷା ଲାଭ କରିବେ ଓ ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ। ଆର୍ଥିକ ଉନ୍ନତି ହେବା ସହ ଶତୃ ପରାଜିତ ହେବେ। ଘରୋଇ କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ମିଳିବ। ପାରିବାରିକ ମାମଲା ବହୁତ ଆନନ୍ଦ ଦାୟକ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ସରକାରୀ କର୍ମଚାରୀ ମାନଙ୍କର ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ ଓ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଜିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ନୂତନ କର୍ମପ୍ରାପ୍ତି ପାଇଁ ଚେଷ୍ଟା କରିବେ।  ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ ଓ ଆଗାମୀ ଯୋଜନା ପାଇଁ ପ୍ରସ୍ତୁତ ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଛାତ୍ରଛାତ୍ରୀ ମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ନୂତନ କର୍ମନିଯୁକ୍ତି, ନୂତନ ବ୍ୟବସାୟରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ସହଜରେ ମିଳିଯିବ ଓ ସୁଝିବା ପାଇଁ ସହଜ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମ-ପ୍ରସଙ୍ଗରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ ପତିଆରା ଅମଳିନ ରହିବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କାରବାରରେ ସୁଧାର ଆସିବା ଫଳରେ ମାନସିକ ଶାନ୍ତି ମିଳିବ। କୌଣସି ନୂତନ ପ୍ରଭାବଶାଳି ବ୍ୟକ୍ତିଙ୍କ ସହିତ ଭେଟ ହେବ। ରାଜନୀତିରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳି ଉନ୍ନତି ହେବ ଓ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପାରିବାରିକ କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର:– ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ରାଜନୀତି ମାମଲାରେ ସଫଳତା ମିଳିବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଋଣ ଭାରରୁ ମୁକ୍ତି ପାଇବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ଆଣି ପାରିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ।  କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ଅଟକି ଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ।  ଆର୍ଥିକସ୍ଥିତି ସୁଧୁରି ଯାଇ ଯଶ ପ୍ରତିଷ୍ଠା ମିଳିବ। ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ଛାତ୍ରଛାତ୍ରୀମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ସ୍ୱରୂପ ନୂଆ ଜ୍ଞାନର ବୃଦ୍ଧି ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପ୍ରତିକାରଦୃଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ।  ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରି ଯାଇ ଉନ୍ନତି ହେବ। ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଶତୃ ମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। ପାରିବାରିକ ସ୍ଥିତି ବହୁତ ସନ୍ତୋଷ ଜନକ ରହିବ। ବନ୍ଧୁ ମିତ୍ରଙ୍କ ଆଗମନ ଓ ସହଯୋଗରେ ଆଶାତୀତ ଲାଭ ପାଇବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ବହୁତ ଦିନରୁ ଚିନ୍ତା କରୁଥିବା କାର୍ଯ୍ୟ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂତନ କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତି ହେବାର ସୂଚନା ପାଇବେ ଓ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପାରିବାରିକ ଜୀବନରେ ଶାନ୍ତି ଆସିବା ସହ କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରି ପାରନ୍ତି। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ବ୍ୟବସାୟରେ ଶତୃମାନେ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ସହ ଭଲ ଲାଭ ପାଇବେ ଓ ଆର୍ଥିକ ଚିନ୍ତା ଦୁରହେବ। ସରକାରୀ କର୍ମଚାରୀମାନଙ୍କର ଶରୀର ସୁସ୍ଥ, ମାନସିକ ଶାନ୍ତି, ସମସ୍ତ ଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ନୂତନ ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇ ଯିବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ।  ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ବିରୋଧୀମାନେ ହଇରାଣ ହେବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସେୟାର ବଜାରରେ ମୁନାଫା ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବା ପାଇଁ ଆୟୋଜନ କରିବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃମାନେ ପରାଜିତ ହେବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ଅଧାଥିବା କାର୍ଯ୍ୟ ପୂରଣ ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ। ସାମାଜିକ ଉତ୍ସବରେ ଯୋଗ ଦେବେ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେଇ ପାରନ୍ତି। ରାଜନୀତି କାର୍ଯ୍ୟରେ ସଫଳତା ମିଳିବ। ଧନଲାଭ ହେବାରୁ ଖୁସି ହେବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପାଇବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ଶାନ୍ତି ଲାଗିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇ ଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ବରିଷ୍ଠ ନାଗରିକଙ୍କ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ଶରୀର ସୁସ୍ଥ ରହିବ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!