ଦୈନିକ ରାଶିଫଳ: ୭ ସେପ୍ଟେମ୍ବର ୨୦୧୮। ଏହି ୫ଟି ରାଶି ବ୍ୟକ୍ତିଙ୍କର ଆଜି କର୍ମ କ୍ଷେତ୍ରରୁ ମିଳିବ ଖୁସି ଖବର।

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୭ ସେପ୍ଟେମ୍ବର ୨୦୧୮। ଏହି ୫ଟି ରାଶି ବ୍ୟକ୍ତିଙ୍କର ଆଜି କର୍ମ କ୍ଷେତ୍ରରୁ ମିଳିବ ଖୁସି ଖବର।

ମେଷ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ବିଦ୍ୟାରେ ମନଯୋଗ ଦେଇ ପ୍ରଶଂସିତ ହେବେ। ପ୍ରବାସ ଯାତ୍ରାରେ ପୀଡା ଅନୁଭବ କରିବେ। ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ। ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।    

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଆୟରସ୍ରୋତ ଖୋଲିଯିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ। ମହିଳାମାନଙ୍କର ଆୟ ଅପରିବର୍ତ୍ତିତ ରହି ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ମହିଳାମାନେ ବ୍ୟବସାୟରେ ପ୍ରଚୁର ଲାଭ କରିବେ ଓ ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଯୁବକ ଯୁବତୀମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ:-

ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ କିନ୍ତୁ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ପନିପରିବା ଫସଲ ଆମଦାନୀରେ ଖୁସି ରହିବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ବହୁତ ବ୍ୟୟ କରିବସିବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

ସିଂହ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ମହିଳାମାନଙ୍କର ଚାକିରୀକ୍ଷେତ୍ରରେ ପରିବର୍ତ୍ତନ ହେବାର ସମ୍ଭାବନା। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିବେ। ଯୁବକ ଯୁବତୀ ମାନଙ୍କର କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ବ୍ୟବସାୟରେ ସଫଳତା ଅର୍ଜନ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର-ଅସହାୟକୁ ନିରାଶ କରିବେ ନାହିଁ।

କନ୍ୟା:-

କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ।  କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ।  ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ।  ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ।  କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ।  ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ।  ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ପ୍ରତିକାର-ଗାଈକୁ କିଛି ଖୁଆନ୍ତୁ।

ତୁଳା:-

ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପ୍ରତିକାର: ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ବିଛା:-

ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ନିଜ ଲୋକ ମନମୋଟିଆ ହେବେ। ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ। ନୂଆ ନିଯୁକ୍ତି ଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରତିକାର- ଗାଈକୁ ଖାଇବାକୁ ଦେବେ।

ଆହୁରି ପଢନ୍ତୁ: ରାଶି ଅନୁସାରେ ଜାଣନ୍ତୁ ବିବାହ କରିବାର ଉତ୍ତମ ସମୟ! 

ଧନୁ:-

ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବ୍ୟୟ ଅଧିକ ହେତୁ ବଜେଟ ବୃଦ୍ଧି ହେବ। ବାଦ-ବିବାଦ ଯୋଗେ ଚିନ୍ତିତ ରହିବେ। ଆଳସ୍ୟପରାୟଣ ବୃଦ୍ଧି ପାଇବ। ପ୍ରତିକୂଳ ପରିସ୍ଥିତି ଯୋଗେ ଅଧିକ ଖର୍ଚ୍ଚ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ନିଜ ଲୋକମାନେ ବିଶ୍ଵାସ ଘାତକତା କରିବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର- ମସୁରଡାଲି ଧର୍ମସ୍ଥାନରେ ଦେବେ।

ମକର:-

ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ମାନସିକଶାନ୍ତି ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଆୟ ଉପାର୍ଜ୍ଜନର ବୃଦ୍ଧି, କର୍ମ ଓ ବ୍ୟବସାୟରେ ଉନ୍ନତି। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର- ଗୁଡରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। କାର୍ଯ୍ୟ ପୁରଣ ହୋଇ ସମୟ ହସ ଖୁସିରେ ବିତିବ। ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ। ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!