ଦୈନିକ ରାଶିଫଳ: ୭ ସେପ୍ଟେମ୍ବର ୨୦୧୯, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ଓ ଧନ ସମ୍ବନ୍ଧିତ ସମସ୍ୟା ଦୂର ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ। କର୍ମକ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ମନବଳ ଦୃଢିଭୁତ ହେବ। ଅଟକିଥିବା କାର୍ଯ୍ୟଗୁଡିକ ସହଜରେ ପୂରଣ ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଛାତ୍ରଛାତ୍ରୀମାନେ ବିଦ୍ୟାରେ କର୍ତ୍ତବ୍ୟନିଷ୍ଠା ହେବେ। ମହିଳାମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପରିବାର ଭିତରେ ଜଗିରଖି ନ ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା ମନ ବିଚଳିତ ରହିବ। ରାଜନୈତିକ କ୍ଷେତ୍ରରେ ଅନେକ କାରଣ ଯୋଗୁ ଆମୋଦ ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେବେ। ବ୍ୟବସାୟରେ ଲାଭବାନ ହେବେ। ଆବଶ୍ୟକସ୍ଥଳେ ସହଯୋଗ ମଧ୍ୟ ପାଇବେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ନୂତନକର୍ମ ଆରମ୍ଭ କଲେ ସଫଳ ହେବେ। ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ। ମହିଳାମାନେ କାର୍ଯ୍ୟଦକ୍ଷତା ଦେଖାଇବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ହାତକୁ ନେଇଥିବା କାର୍ଯ୍ୟଟି କଠିନ ପରିଶ୍ରମ କରିବାକୁ ପଡିବ। ଶୁଭ କାମ କରି ପ୍ରଶଂସିତ ହେବେ। ପରୀକ୍ଷା ପ୍ରତିଯୋଗୀତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତରେ ବିଜୟୀ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ କିଛି ନୂଆ ସୁଯୋଗ ଆସିବ ଓ ରାଜକୀୟ ସମ୍ମାନ ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ରାଜ ନୀତିରେ ଶତୃମାନେ ଷଡ଼ଯନ୍ତ୍ର କରି ଅପଦସ୍ତ ହେବେ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଋଣମୁକ୍ତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବ୍ୟୟ ଅପେକ୍ଷା ଆୟ ବୃଦ୍ଧି ହେବ। ମହିଳାମାନେ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବା ପାଇଁ ମନ ବଳାଇବେ। ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ ଓ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହେବ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ରାଜନୀତିରେ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ ସନ୍ତୋଷ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ ଓ କରଜ ଭାରରୁ ମୁକ୍ତି ମିଳିବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥ ସଙ୍କଟରୁ ମୁକ୍ତି ମିଳିବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟୟ ହ୍ରାସ ପାଇବା ସହ ପ୍ରଚୁର ଅର୍ଥଲାଭ ଯୋଗ ରହିଛି। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ କର୍ମକ୍ଷେତ୍ରଟି ସୁଦୃଢ ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ବୃଦ୍ଧି ହେବ। ଋଣରୁ ମୁକ୍ତି ମିଳିବ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ସେବାକାରୀମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମକର:-

ଶତ୍ରୁବାଧା ଦୂରେଇ ଯିବ। ବ୍ୟବସାୟରେ ଲାଭ-କ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ ଯାହା ଫଳରେ ମନ ଅଧିକ ପ୍ରଭାବିତ ହେବ। କର୍ମକ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ। ହେବେ। ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:- 

ନୂତନକର୍ମ ପ୍ରାପ୍ତିରେ ସଫଳ ହେବେ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପଢିବା, ପଢେଇବାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ। ଆୟର ସ୍ରୋତ ଖୋଲି ଯିବ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଆୟର ସ୍ରୋତ ବୃଦ୍ଧି ହେବ। ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ। ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ଛାତ୍ରଛାତ୍ରୀମାନଙ୍କର ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!