ସାପ୍ତାହିକ ରାଶିଫଳ: ଜାନୁୟାରୀ ୭ ରୁ ୧୩, ଏହି ସପ୍ତାହରେ ଏହି ସବୁ ରାଶିକୁ ମିଳିବ ସଫଳତା, ଚମକିବ ଭାଗ୍ୟ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ଜାନୁୟାରୀ ୭ ରୁ ୧୩

ମେଷ:-

ସନ୍ତାନ କଥା ଚିନ୍ତା କରି ମନରେ ସନ୍ତୋଷ ଦେଖାଦେବ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେଇ ଟଳିଯିବ ଓ ନାନାବିଧ ସୁବିଧା ସୁଯୋଗ ଶୁଭଫଳ ପ୍ରାପ୍ତି ହେବ। ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନରୋଗର ଉପଶମ ମିଳିବ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। କଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ଘଟିବ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ରାଜନୀତିରେ ପ୍ରାୟତଃ ଅନୁକୂଳ ରହିବା ଫଳରେ ସମସ୍ତ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ ଓ ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ। ମହିଳାମାନେ ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-କାହାରିଠାରୁ ମାଗଣା ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମିଥୁନ:-

କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। ମହିଳାମାନେ ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ। ବ୍ୟବସାୟରେ ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସିଲ କରିପାରିବେ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ରାଜନୀତିରେ ସମାଜ ସେବା ଦ୍ଵାରା ସ୍ଵନାମ ଅର୍ଜନ କରି ପାରିବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ଦେଇ ଚାଲିବା ଉଚିତ୍। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ ଓ ଉତ୍ତମ ରୋଜଗାର କରିପାରିବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବା ସହ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀ ମାନେ ସହଯୋଗ କରିବା ଫଳରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପରିବହନ କ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ ଓ ସୁଫଳ ପ୍ରାପ୍ତି ହେବ। ମହିଳାମାନଙ୍କର  ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ କର୍ମ କ୍ଷେତ୍ରରେ ମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ନିକଟରେ ଥିବା ମାଙ୍ଗଳିକ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତି ହେବେ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରି ସାହାଯ୍ୟ ସହଯୋଗ ପାଇ କାମ ହାସଲ କରିବେ ଓ ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ। ରାଜନୀତିରେ ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ ଓ ସୁନାମ ଅର୍ଜନ କରିବେ। ଫସଲ ଆମଦାନୀରେ ଖୁସୀ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:-

ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଲାଭହେବ। କର୍ମ କ୍ଷେତ୍ରରେ ଶୁଭ ଖବର ପାଇ ଖୁସୀ ହେବେ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁଲ୍ଲ ରହିବ। ପରିବା ଚାଷୀ ଓ ବ୍ୟବସାୟୀମାନେ ଆଶାତୀତ ଲାଭ ପାଇବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। କୃଷିଜୀବିମାନେ ଆନନ୍ଦିତ ହେବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ପାରିବାରିକ ଜୀବନ ଆନନ୍ଦମୟ ହେବ। ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ। ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ।

କନ୍ୟା:-

ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ ଉନ୍ନତି ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବା ସହ ସାମାଜିକ ପତିଆରା ଅମଳିନ ରହିବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସରକାରୀ କାର୍ଯ୍ୟରେ ସଫଳତା ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର:- ଗାଈକୁ କିଛି ଖାଇବାକୁ ଦେବେ।

ତୁଳା:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପରିବାରରେ ମନୋମାଳିନ୍ୟ ଦୂରେଇ ଯିବ ଓ ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। କର୍ମ ସ୍ଥଳରେ ନିଜେ କଠିନ ପରିଶ୍ରମକରି  ପତିଆରା ରକ୍ଷା କରିବେ। ଉପରିସ୍ଥ ଅଧିକାରୀଙ୍କ କୃପା ଲାଭ କରି ପାରିବେ। ନିମ୍ନବର୍ଗର ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ। ମହିଳାମାନେ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। କୋର୍ଟ କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ବ୍ୟସ୍ତତା ବଢିଯିବ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ଵାସ କଲେ ଠକାମୀ ଭଣ୍ଡାମିର ଶୀକାର ହେବେ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କଷ୍ଟସହି କୃତକାର୍ଯ୍ୟ ହେବେ। ରାଜନୀତିରେ ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରି ପାରନ୍ତି କିନ୍ତୁ ଶାରୀରିକ ସୁସ୍ଥତା ମାନସିକ ସ୍ଥିରତା ଦେଖାଦେବା ସହ ପ୍ରଶଂସିତ ହେବେ। ପ୍ରତିକାର:-ଶିବମନ୍ଦିରରେ କ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ବିଚ୍ଛା:-

ରାଜନୀତିରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ ଓ କୃତକାର୍ଯ୍ୟ ହେବେ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଲାଭାନ୍ଵିତ ହେବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ ଓ ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବା ସହ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ। ପରିବାରରେ ସୁଖଶାନ୍ତି ଫେରି ଆସିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

ଧନୁ:-

ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ ଓ ଅଜଣା ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ନିର୍ମାଣ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ ଓ ପରିବାର ରେ ଶାନ୍ତି ବିରାଜମାନ କରିବ। ମହିଳାମାନେ ପୁରାତନ ରୋଗ ପୀଡାରୁ ଉପସମ ପାଇବେ। ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ। ପରୀକ୍ଷା ପ୍ରତିଯୋଗିତା, ସାକ୍ଷାତକାର ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିବ ଓ ଲାଭ ହେବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେକ ସମସ୍ୟା ସମାଧାନ ହୋଇଯିବ। ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରି ଅପଦସ୍ତ ହେବେ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାରରେ ନିଜରପଦ ଗରିମା ବଜାୟ ରହିବ। ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବା ସହ ଯଶକୀର୍ତ୍ତୀ, ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ। ବନ୍ଧୁଙ୍କ ଆଗମନ ହେବ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ। ଆୟ ଉତ୍ତମ ହେବା ଫଳରେ ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ମହିଳା ମାନଙ୍କର କର୍ମସମ୍ବନ୍ଧୀୟ କେତେକ ସମସ୍ୟା ସମାଧାନ ହୋଇଯିବ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ସାକ୍ଷାତକାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ ଓ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଶୁଭ ବା ମଙ୍ଗଳ କାମ କରିପାରିବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ଅଳ୍ପ ପରିଶ୍ରମରେ ଅଧିକ ଧନ ଲାଭ ହେବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। କେତେକ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!