ଦୈନିକ ରାଶିଫଳ: ୮ ଅଗଷ୍ଟ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୮ ଅଗଷ୍ଟ ୨୦୧୮

ମେଷ:–

ଦୂରଯାତ୍ରାରେ ସଫଳତା ମିଳିବ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ  ତଥା ଦୂରଯାତ୍ରାର ସୁଯୋଗ ପାଇବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରତିକାର:-ହଳଦୀ ଚନ୍ଦନ ମଥାରେ ଲଗାନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:–

ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ସବୁ ଭଲ ଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହେବେ। ମହିଳାମାନେ ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିବ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ଦାମ୍ପତ୍ୟ କଳହ   ଯୋଗେ ଅନେକ କ୍ଷେତ୍ରରେ ଲଜ୍ଜା ଅପମାନ ସହ୍ୟ କରିବାକୁ ପଡ଼ିବ। ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେବ। ବରିଷ୍ଠବ୍ୟକ୍ତି, ପଦାଧିକାରୀଙ୍କ ରୋଷରପାତ୍ର ହେବେ। ପ୍ରତିକାର:-ଷଣ୍ଢ ଓ ଗାଈଙ୍କୁ ଖାଇବାକୁ ଦିଅନ୍ତୁ ।

ମିଥୁନ:–

ଧାର୍ମିକକାର୍ଯ୍ୟରେ ରୁଚି ବଢ଼ିବ। ସମୟ ଆନନ୍ଦମୟ ହେବ। ହୋଟେଲ, କଳାକାର, ଶିଳ୍ପକାରୀ, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଂ, ତେଲବ୍ୟବସାୟୀ, ପନିପରିବା ଚାଷୀମାନେ ବିଶେଷ ଲାଭାନ୍ୱିତ ହେବେ। ଆର୍ଥିକ ସାହାଯ୍ୟ ମିଳିବ । କର୍ମକ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ମଧ୍ୟ ଲାଭହେବ। ପ୍ରତିକାର ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ:–

ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁ୍ଲ୍ଲ ରହିବ। ପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ।  ଶିକ୍ଷା କ୍ଷେତ୍ରରେ ଆଦୌ ମନଯୋଗ ଦେବେ ନାହିଁ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରିବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:–

କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ । ଶିକ୍ଷାକ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ପନିପରିବା ଫସଲ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ପ୍ରତିକାର:-ଅସହାୟକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:–

କଳା,ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତକର୍ମ ବହୁତ କଷ୍ଟରେ ହିଁ ସମ୍ପନ୍ନହେବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । ପ୍ରତିକାର:-ଅରୁଆଚାଉଳ କୁଆଙ୍କୁ ଖାଇବାକୁ ଦିଅନ୍ତୁ।

ତୁଳା:-

କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ ତେଣୁ ଧାରକରଜ କରିବାକୁ ବାଧ୍ୟହେବେ। ମହିଳାମାନେ ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରିବେ। ରାଜନୀତିରେ ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିବ ଓ ଅତି ଭଲସମ୍ପର୍କ ଥିବାବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହେବେ। ଦୀର୍ଘ ପଥଭ୍ରମଣ ଯୋଗୁ କ୍ଳାନ୍ତି ଓ ଅବସାଦ ଦେଖାଦେବ। କର୍ମକ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। କୋର୍ଟ କଚେରି ମାମଲାର ଶୁଣାଣି ଥିବାରୁ ବ୍ୟସ୍ତତା ବଢ଼ିଯିବ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ବିଚ୍ଛା:-

ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍ । ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରିବ। ଅପେକ୍ଷା କରୁଥିବାକାର୍ଯ୍ୟଟି ପୂରଣ କରିବାପାଇଁ କଷ୍ଟକରହେବ। ଗଲାକଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ପାଇବ। ପଡ଼ୋଶୀମାନେ ସ୍ୱାର୍ଥ ହାସଲ ପାଇଁ ବାକ୍ଚାତୁରୀ କଥାକହି କାର୍ଯ୍ୟ ହାସଲ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷସମୟ ଦେବାକୁ ପଡ଼ିବ। ରଖିଥିବାଧନ ଭିନ୍ନବାଟରେ ଖର୍ଚ୍ଚହୋଇଯିବ। ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ। ପ୍ରତିକାର ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।

ଆହୁରି ପଢନ୍ତୁ: ମଙ୍ଗଳବାର ଦିନ କରନ୍ତୁ ଏହି ଉପାୟ, ବଦଳି ପାରେ ଆପଣଙ୍କ ଭାଗ୍ୟ।

ଧନୁ:–

ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ । ଆଇନ ଅଦାଲତ ଓ ପାରିବାରିକକ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସାହିତ୍ୟ, ସମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରିବେ। ମହିଳାମାନେ ପରିବାର କାର୍ଯ୍ୟରେ ରତହେବେ ଓ ଦାମ୍ପତ୍ୟ ସୁଖରେ ଶୁଖିହେବେ। ରାଜନୀତିକ୍ଷେତ୍ରରେ ସମ୍ମାନ ପାଇବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ମକର:–

ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ବିଦ୍ୟାରେ ଉନ୍ନତିହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ମହିଳାମାନେ ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଓ ବିଭିନ୍ନ ଦିଗରୁ ଲାଭବାନ୍ ହେବେ । ରାଜନୀତିରେ ଲୋକସମ୍ପର୍କ ବଢ଼ିବ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ଗୃହବାହନ ପ୍ରାପ୍ତି ହେବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:-ମାଂସଭୋଜନ,ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ  ।

କୁମ୍ଭ:–

ବନ୍ଧୁଙ୍କ ସାହାଯ୍ୟ କ୍ରମେ ମାଲିମୋକଦ୍ଦମାରେ ବିଜୟୀ ହେବେ। ମିତ୍ରମାନଙ୍କଦ୍ୱାରା ଅନେକକାର୍ଯ୍ୟରେ ଓ ବ୍ୟବସାୟ କାର୍ଯ୍ୟଗୁଡ଼ିକ ଲାଭଦାୟକ ହେବ। ଦୂରଯାତ୍ରାରେ ସଫଳତା ମିଳିବ ଓ ଆକସ୍ମିକ ଧନଲାଭ ହେବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ସହକର୍ମୀଙ୍କ ବ୍ୟାପାରରେ ମୁଣ୍ଡ ପୂରାଇଲେ ନିଜେ ଅସୁବିଧାରେ ପଡ଼ିବେ। ମହିଳାମାନଙ୍କର ମାନସିକସ୍ଥିତି ଭଲ ରହିଲେବି ଶରୀର ଅସୁସ୍ଥ ରହିବ  ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ଛାତ୍ର ଓ ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରିବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର- ନୀଳବସ୍ତ୍ର କ୍ୟାସବାକ୍ସ ବା ମନିପର୍ସରେ ରଖନ୍ତୁ।

ମୀନ:–

ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢ଼ାଇ ଦେବେ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଭ୍ରମଣ ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ। ମହିଳାମାନେ ପିଲାମାନଙ୍କ ସମସ୍ୟା ବିଷୟରେ ଚିନ୍ତା କରିବେ। ବିଦ୍ୟାରେ ମଧ୍ୟମଫଳ, ପନିପରିବା ଚାଷି ଓ ବ୍ୟବସାୟୀମାନେ ପ୍ରଚୁର ଲାଭପାଇବେ। ରାଜନୀତିରେ ପ୍ରଶଂସିତ ହେବେ । ପ୍ରତିକାର:-ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!