ଦୈନିକ ରାଶିଫଳ: ୮ ଅଗଷ୍ଟ ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଆକସ୍ମିକ ଧନ ଲାଭର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଆକସ୍ମିକ ଧନ ପ୍ରାପ୍ତି ହେବ।  ନୂତନ ସମ୍ପତି କ୍ରୟ କରିବେ। କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ବ୍ୟବସାୟୀମାନଙ୍କୁ ନୂଆ କାମ ନୂଆ ପ୍ରେରଣା ଦେବ ଓ ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ପ୍ରାୟ କ୍ଷେତ୍ରରେ ଜୟଜୟକାର ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଆମୋଦ-ପ୍ରମୋଦ, କ୍ରିଡା, ଦୂରଯାତ୍ରା ସବୁଥିରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଭାଇମାନଙ୍କ ଠାରୁ ଲାଭ ମିଳିବ। ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ। ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ। ବାହନ ଆଦି କ୍ରୟ କରିପାରିବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇ ପାରିବେ। ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ଅଚାନକ ଭାବରେ ଦୂରଯାତ୍ରା କରିବେ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ। ବାହନ ଆଦି କ୍ରୟ କରିପାରିବେ। ଗୃହରେ ଶୁଭ କାର୍ଯ୍ୟ ହୋଇପାରେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଅଚାନକ ଭାବରେ ଦୂରଯାତ୍ରା କରିବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା, ଓ ସାକ୍ଷାତକାରରେ ଜୟଲାଭ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ସହ  ଗୃହବାହନ ପ୍ରାପ୍ତି ହୋଇପାରେ। ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।  

ତୁଳା:-

ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଓ ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ। ସମସ୍ତ ଚିନ୍ତା ଦୂର ହେବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ। ପରାକ୍ରମ ବଢିବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ମହିଳାମାନେ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଆର୍ଥିକ ଦିଗରୁ ଉନ୍ନତି ଅନୁଭବ କରି ନୂତନ ପଦାର୍ଥ କ୍ରୟ କରିପାରନ୍ତି। ଶରୀର ପୀଡା ଦୂରହୋଇ ସ୍ୱାସ୍ଥ୍ୟ ଠିକ୍ ରହିବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବା ଫଳରେ ନବୀକରଣ କରିବାର ଯୋଜନା କରିବେ। ସମସ୍ତ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ ସମ୍ମାନିତ ହୋଇ ପାରନ୍ତି। ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ଶ୍ଵଶୁର ଘର କିମ୍ବା ଜମିବାଡିକୁ ନେଇ ବିଶେଷ ବ୍ୟସ୍ତ ରହିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ବ୍ୟବସାୟକୁ ନେଇ ପ୍ରତିଦ୍ଵନ୍ଦିତା ଦେଖା ଦେଲେ ମଧ୍ୟ ଆପଣ ବିଜୟୀ ହେବେ। ନୂତନ ସମ୍ପତ୍ତି ଯାନବାହାନ ଗୃହୋପ କରଣ କ୍ରୟ କରିବେ। କର୍ମକ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ସହକର୍ମୀ ମାନଙ୍କର ସମର୍ଥନ ଫଳରେ ବିପଦ ସଙ୍କୁଳ ଟଳିଯିବ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଖେଳକୁଦ, ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ଏବଂ ସୁଖ ସମ୍ପଦ ପ୍ରାପ୍ତି ହେବ। ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଧୀରସ୍ଥିର ଭାବରେ ଆଗେଇନେବେ। ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଆନନ୍ଦା ଅନୁଭବ କରିବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଖେଳ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!