ଦୈନିକ ରାଶିଫଳ: ୮ ଅଗଷ୍ଟ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଧନ ସମ୍ବନ୍ଧିତ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୮ ତାରିଖ, ଶନିବାର, କର୍କଟ ମାସ ୨୪ ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ବେଲ, ପଣସ ନ ଖାଇଲେ ଭଲ। ଶୁଭସମୟ- ଦିବା ୧୦ଟା ୧୭ମିନିଟ୍ ରୁ ୧ଟା ୭ମିନିଟ୍, ରାତ୍ର ୮ଟା ୩୧ମିନିଟ୍ ରୁ ୧୦ଟା ୪୪ମିନିଟ୍। ପର୍ବଦିନ- ରେଖାପଞ୍ଚମୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ବାଣିଜ୍ୟ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। କଳା, ସାହିତ୍ୟ, ନୃତ୍ୟ, ଗୀତ ଓ ଚଳଚିତ୍ରରେ ସଫଳତା ହାସଲ କରିବେ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ।ରାଜନୀତିରେ ସଫଳତା ପାଇବେ। ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବା ସହ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇ ପାରନ୍ତି। ପରିଶ୍ରମର ସୁଫଳ ଭୋଗ କରିବେ। ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ସୁସ୍ଵାଦୁ ଖାଦ୍ୟ ପ୍ରାପ୍ତି ହେବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ଅନେକଶୁଭକର୍ମର ସୁଯୋଗ ପାଇବେ। ଧନ ଆଗମନର ନୂତନ ସ୍ରୋତ ଖୋଲିଯିବ। ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପାରିବାରିକ କ୍ଷେତ୍ରରେ ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହୋଇ ମାନସିକ ଶାନ୍ତି ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ଅନୁଭବ କରିବେ। ପରିବାରରେ ମାନ ମନାନ୍ତର ଦୂର ହେବ। କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ସତର୍କ ନହେଲେ ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ। ଶ୍ରମିକ ଓ କର୍ମଚାରୀମାନେ ଖାମଖିଆଲ କରି ସ୍ଥଳ ବିଶେଷରେ ବିଦ୍ରୋହ ବା ଅଶାନ୍ତିର ମୁହାଁମୂହିଁ ହୋଇ ପାରନ୍ତି। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହୋଇ ପାରେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯାଇ ଉଚ୍ଚଆଶା ସଫଳ ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। କର୍ମକ୍ଷେତ୍ରରେ ଉଚିତ୍ ପନ୍ଥା ଗ୍ରହଣ କରିବା ଫଳରେ   ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ, କ୍ଷାତି ବଢ଼ିବ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ କରି ପ୍ରଶଂସା ପାଇବେ। ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ଯୋଜନା ମୁତବକ ବ୍ୟବସାୟ କଲେ ବହୁବିଧ ଲାଭ ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। କଳା, ସାହିତ୍ୟ ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଯିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ବ୍ୟବସାୟରେ ଉନ୍ନତି ସହିତ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ।ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ଋଣ ମୁକ୍ତି ପାଇଁ ରାସ୍ତା ଦେଖା ଦେବ। ମିଷ୍ଠାନ୍ନ ଭୋଜନ ବା ସୁସ୍ଵାଦୁ ଭୋଜନ ପ୍ରାପ୍ତି ହେବ। ପଢାପଢିରେ ମାନସିକ ଶାନ୍ତି ମିଳିବ। ଆର୍ଥିକ ଦିଗରୁ ସୁବିଧା ପାଇବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହି ପାରିବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସାମାଜିକ ପତିଆରା ଅମଳିନ ରହିବ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବା ଯୋଗେ ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ମିଷ୍ଟାନ ଭୋଜନ ପ୍ରାପ୍ତି ହେବ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଧର୍ମ କାର୍ଯ୍ୟରେ ମନ ବଳେଇ ଦେବଦର୍ଶନ କରି ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇ ପାରେ। କର୍ମକ୍ଷେତ୍ରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ସହକର୍ମୀ ଓ ବିଭାଗୀୟ ଅଧିକାରୀ ମାନଙ୍କସହ ସମ୍ବନ୍ଧରେ ଦୃଢତା ସୃଷ୍ଟିହେବ। ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ ଓ ଶୁଭ ସମ୍ବାଦ ପାଇ ଖୁସିହେବେ। ପରିବାରରେ ମାନ ମନାନ୍ତର ଦୂର ହୋଇ ମାନସିକ ଏକାଗ୍ରତା ବଜାୟ ରଖି ପାରିବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଆସ୍ୱସ୍ତି ଲାଭ କରିବେ। ରାଜନୀତି କ୍ଷେତ୍ରରେ ଯଶଲାଭ, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପିଲାଙ୍କ ପାଠ ପଢା ସମସ୍ୟା ନେଇ ମନ ସ୍ଥିର ରହିବ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!