ଦୈନିକ ରାଶିଫଳ: ୮ ଡିସେମ୍ବର ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କ ଭାଗ୍ୟ ଚମକିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ଲାଭବାନ ହେବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହୋଇପାରେ। ପ୍ରତିକାର:- ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରମୋଶନ ସୂଚନାପାଇ ଖୁସି ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।  

କର୍କଟ:-

ଗୃହସମସ୍ୟା ସମାଧାନ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। କର୍ମକ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ଆଶାତୀତ ଲାଭ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ଭାଇ ଓ ମିତ୍ରଙ୍କଠାରୁ ସହଯୋଗ ପାଇବେ। ବିରୋଧିମାନେ ଦୂରେଇଯିବେ। ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ଯାନ ବାହନ ସୁଖ ମିଳିବ। ସାମାଜିକ କାର୍ଯ୍ୟରେ ଭାଗ ନେବେ। ବିଦ୍ୟା, ଖେଳରେ ପ୍ରଶଂସିତ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:-

ପାରିବାରିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ। ବ୍ୟବସାୟୀମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ। ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ। ଉଚ୍ଚଆଶା ପୂରଣ ହେବ। ଭବିଷ୍ୟତ ଚିନ୍ତାକରି ପରିଶ୍ରମକଲେ ଚେଷ୍ଟା ସାର୍ଥକହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ବିଦ୍ୟାରେ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାର କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ମନୋରଂଜନ କାର୍ଯ୍ୟରେ ସମୟ କଟିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ସାମାଜିକ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର:- କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍।

ବିଚ୍ଛା:-

ସୁଖ ଶାନ୍ତିରେ ଦିନଟି କାଟିବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଉଚ୍ଚଆଶା ସଫଳ ହେବ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ବାଦବିବାଦର ସମାଧାନ ହୋଇପାରେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହୋଇପାରେ। ସହକର୍ମୀମାନେ ସହଯୋଗ କରବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଦୂରଯାତ୍ରା, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସଫଳତା ମିଳିବ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଶ୍ରମିକମାନେ ବେଶି ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ସୁଖ-ଶାନ୍ତିରେ ଦିନ କଟାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:-

ସରକାରୀ ଚାପ ପଡିଲେ ମଧ୍ୟ ସଫଳତା ମିଳିବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଆର୍ଥିକ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟୀମାନଙ୍କର ନାନା ବାଟରେ ଧନାଗମ ଘଟିବ ଓ କାରବାର ବଢ଼ିବ। ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ। ଲୋକ ସମ୍ପର୍କ ବୃଦ୍ଧି ହେବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

ମୀନ:-

ସନ୍ତାନଙ୍କ ଉନ୍ନତିରେ ଖୁସୀ ଅନୁଭବ କରିବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ପ୍ରତିଯୋଗିତା ପରିକ୍ଷାରେ ଉତ୍ତିର୍ଣ୍ଣହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!