ଦୈନିକ ରାଶିଫଳ: ୮ ଫେବୃୟାରୀ ୨୦୧୯
ମେଷ:-
ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବା ସହ ମାନସିକ ଶାନ୍ତି ମିଳିବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବା ଫଳରେ ପରାକ୍ରମ ବଢିବ ଓ ସମସ୍ତ ଚିନ୍ତା ଦୂର ହେବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ମହିଳାମାନେ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।
ବୃଷ:-
ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିକାର-ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମିଥୁନ:-
ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ଓ ମନ ଓ ଶରୀର ଭଲ ରହିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ନୂତନ ଗୃହସୁଖ ଓ ଯାନ ବାହନ ସୁଖ ମିଳିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।
କର୍କଟ:-
ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡିପାରେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।
ସିଂହ:-
ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।
କନ୍ୟା:-
ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ମହିଳାମାନଙ୍କର ବୈଷୟିକ କ୍ଷେତ୍ରରେ ଆଶାତୀତ ଧନ ଲାଭହେବ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ନୂତନ ବସ୍ତୁ କ୍ରୟ କରି ପାରିବେ। ସ୍ୱାସ୍ଥ୍ୟ ଭଲ ରହିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର-ଷଣ୍ଢକୁ କିଛି ଖୁଆନ୍ତୁ।
ତୁଳା:-
ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ ଓ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। କର୍ମକ୍ଷେତ୍ରରେ ସନ୍ତୋଷ ଓ ସହକର୍ମୀଙ୍କ ସହ ବିବାଦର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣନ୍ତୁ ନାହିଁ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।
ବିଛା:-
ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ। ଧନ ପାଇବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କେତେକ କ୍ଷେତ୍ରରେ ବିଫଳ ହେବେ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ। ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ। ପ୍ରତିକାର- ଗୁଡରୁଟି ଗାଈକୁ ଖୁଆନ୍ତୁ।
ଧନୁ:-
କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବା ଫଳରେ ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଆୟବୃଦ୍ଧି, ଋଣମୁକ୍ତି, ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ଜିମ୍ମେଦାରୀ ବଢିଯିବ। ରାଜନୀତି କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-
ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରଟି ସୁଦୃଢ ହେବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କୁମ୍ଭ:-
ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।
ମୀନ:-
ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988