ଦୈନିକ ରାଶିଫଳ: ୮ ଫ୍ରେବୃୟାରୀ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ବ୍ୟବସାୟରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ରାଜନୀତିରେ ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବନ୍ଧୁ ମିତ୍ରମାନଙ୍କ ସହ  ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ସରକାରୀ କାମରେ ସଫଳତା ପାଇବେ। ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ।  ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରିବେ ନାହିଁ। ଘାତ

ମିଥୁନ:- 

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

କର୍କଟ:-

ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ମିତ୍ରଙ୍କ ଦ୍ଵାରା ସହାୟତା ପାଇ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ।ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପାରିବାରିକ କ୍ଷେତ୍ରରେ ଜମିଜମା ନେଇ ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ପରାକ୍ରମ ବଢିବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ  ମାନସିକ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ସନ୍ତୋଷ ଜନକ ହେବ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। କାରବାରରେ ସୁଧାର ଆସିବ।ରାଜନୀତିରେ ସଫଳତା ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା,  ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ। ଘାତ

କନ୍ୟା:-

ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ସମସ୍ତ ଚିନ୍ତା ଦୂର ହେବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। କର୍ମକ୍ଷେତ୍ରରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ।ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ। ଘାତ

ତୁଳା:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ।  ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ଶତୃମାନେ ପରାଜିତ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବୃଦ୍ଧି ହେବ। ପ୍ରତିକାର:-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗପ୍ରତି ଆଗ୍ରହ ବଢିବ। ଶତୃ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବ୍ୟବସାୟରେ ବକେୟା ଅର୍ଥ କିଛି ଆଦାୟ ହେବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ମାତାପିତା ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆଧ୍ୟାତ୍ମିକ ବା ଧର୍ମ କାର୍ଯ୍ୟରେ ଲିପ୍ତ ରହିଲେ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ଆର୍ଥିକସ୍ଥିତିରେ ସୁଧାର ଆଣିବାକୁ ଚେଷ୍ଟା କରିବେ। ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। ପରିବାରରେ ହସଖୁଶିର ବାତାବରଣ ସୃଷ୍ଟି କରିବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେବ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:- 

ବାଣିଜ୍ୟ କ୍ଷେତ୍ରରେ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ।  ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ଓ ସମସ୍ତକାର୍ଯ୍ୟ ସହଜରେ ପୂର୍ଣ୍ଣ ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତାକରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ।  ପ୍ରତିକାର:-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ସ୍ୱାସ୍ଥ୍ୟ ଠିକ୍ ରହି ସମସ୍ତ ଚିନ୍ତା ଦୂର ହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ।  ପରୀକ୍ଷା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ମୀନ:-

ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବନ୍ଧୁ, ମିତ୍ର ଓ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକସ୍ଥିତି ସୁଧୁରିବ। ବ୍ୟବସାୟୀମାନେ ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ।  ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଛାତ୍ରଛାତ୍ରୀ ମାନଙ୍କର କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମନ ଓ ଶରୀର ଭଲ ରହିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!