ଦୈନିକ ରାଶିଫଳ: ୮ ଜାନୁୟାରୀ ୨୦୧୯
ମେଷ:–
ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
ବୃଷ:–
କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ପ୍ରତିକାର-ଗାଈକୁ କିଛି ଖୁଆନ୍ତୁ।
ମିଥୁନ:–
ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦରୁ ବଞ୍ଚିତ ହେବେ। ଶର୍ଦ୍ଦି ଓ ପିତ୍ତ ଦୋଷ ସାଙ୍ଗକୁ ଗୁହ୍ୟରୋଗ ସୃଷ୍ଟିହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ପ୍ରତିକାର- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ :–
ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରମୋଶନ ସୂଚନାପାଇ ଖୁସି ହେବେ। ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
ସିଂହ:–
କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ। ଆୟରସ୍ରୋତ ଖୋଲିଯିବ। ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ନୂତନଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।
କନ୍ୟା:–
ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଆୟ ଉପାର୍ଜ୍ଜନର ବୃଦ୍ଧି ଓ ବ୍ୟବସାୟରେ ଉନ୍ନତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର- ଗୁଡରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।
ତୁଳା:–
ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। କର୍ମରେ ସନ୍ତୋଷ, ମାନସିକ ଦୁଶ୍ଚିନ୍ତା ଦୂର, ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ। ପରିବାରରେ ଆୟବୃଦ୍ଧି ହେତୁ ଧନ ସଞ୍ଚୟ କରି ପାରିବେ। ବ୍ୟବସାୟରେ ଆଶାତିତ ଲାଭ ଦେଖାଦେବ। ମହିଳାମାନେ ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତା ହେବେ। ଆର୍ଥିକ ଦିଗରୁ ସୁବିଧା ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:–
ସ୍ୱାସ୍ଥ୍ୟରେଉନ୍ନତି, ମାନସିକ ଶାନ୍ତି ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ଅନ୍ୟର ଉପକାରକରି ପ୍ରଶଂସିତ ହେବେ। ବ୍ୟବସାୟରେ ନୂତନଧାରା ଖୋଲିବେ। ଧର୍ମକାର୍ଯ୍ୟରେ ମତି ରହିବ। ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ। କର୍ମ କ୍ଷେତ୍ରରେ ପଦନ୍ନୋତି ସହ ସ୍ଥାନପରିବର୍ତ୍ତନର ସୂଚନା ପାଇ ପାରନ୍ତି। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।
ଧନୁ:–
ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବା ପାଇଁ ଚିନ୍ତା କରି ପାରନ୍ତି। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବା ସହ ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ରାଜନୀତିରେ ସଫଳତା ମିଳିବ ଓ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ। ପାରିବାରିକକ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିପାରେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।
ମକର:–
ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ। ପ୍ରତିକାର- କ୍ଷୀରଗୁଡ଼ ପଣାକରି ବରଗଛ ମୂଳରେ ଢ଼ାଳନ୍ତୁ ।
କୁମ୍ଭ:–
ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇପାରେ। ରାଜନୀତିରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆର୍ଥିକଦିଗରୁ ସୁବିଧା ହେଲେ ମଧ୍ୟ ପ୍ରବାସ ଯାତ୍ରାରେ ପୀଡା ଅନୁଭବ କରିବେ। ମନକୁଆଘାତ ଲାଗିଲାପରି କଥା ଶୁଣିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
ମୀନ:–
ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନରୋଗର ଉପଶମ ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ କିଛି ଦିଅନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988