ଦୈନିକ ରାଶିଫଳ: ୮ ଜୁଲାଇ ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମକ୍ଷତ୍ରରେ ପଦୋନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପ୍ରତିଯୋଗିତାରେ ବିଜୟୀ ହେବେ। ପାରିବାରିକସ୍ତର ହସ ଖୁସିରେ କଟିବ ଓ କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ହେବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତାଦୂରହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବାର ସମ୍ଭାବନା ଅଛି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ବେବ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେଇ ଲୋକ ସମ୍ପର୍କ ବୃଦ୍ଧି ହେବ। । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବାସହ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ। ବହୁକ୍ଷେତ୍ରରେ ପ୍ରିୟତା, ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ  ବିଶେଷ ଲାଭ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ନୂତନ ଯାନକ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ବିଗୁଣ ଲାଭ କରିବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ଯାତ୍ରାଫଳରେ ଉତ୍ସାହିତ ହେବେ ଓ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ସିଂହ:-

କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦପଦବୀ ଲାଭ ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ।  ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।   

ତୁଳା:-

କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ।  ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। କାରବାରରେ ଉତ୍ଥାନ ହେବାଫଳରେ ବ୍ୟବସାୟ ବୃଦ୍ଧି କରିବାର ଇଚ୍ଛା ଜାଗ୍ରତ ହେବ। ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।   

ବିଚ୍ଛା:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ଅଟକିଥିବା କାର୍ଯ୍ୟ ପୂରଣ ହେବ। କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ। ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ। ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ପ୍ରତେକ କଥାକୁ  ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ। ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ ଏବଂ ଆୟ ମଧ୍ୟ ଉତ୍ତମ ହେବ। ମହିଳାମାନେ ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। ସୁବିଧା ସୁଯୋଗ ପାଇ ଖୁସିହେବେ। ଅଧିକ  ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ। କୃତକର୍ମ ନିମନ୍ତେ ଅନୁଶୋଚନା କରି ପାରନ୍ତି। କୌଣସି ଦିଗରୁ ଉତ୍ତରଦାୟୀ ହୋଇ କ୍ଷୋଭ ଓ ଅବଶୋଷ ଅନ୍ତରରେ କୁହୁଳିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।   

ମୀନ:-

ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇ ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ। ପାରିବାରିକ  ଜୀବନ ସୁଖରେ କଟିବ। ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ମହିଳାମାନେ ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!