ସାପ୍ତାହିକ ରାଶିଫଳ: ୮ ଜୁଲାଇ ରୁ ୧୪ ଜୁଲାଇ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର ଆକସ୍ମିକ ଅର୍ଥ ଲାଭର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟକ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମସମୟ। ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣହେବେ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। କର୍ମପ୍ରତି ଉତ୍ସାହ ଏବଂ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ପରିବାରର କେତେକ ସମସ୍ୟା ସମାଧାନ ହୋଇ ବନ୍ଧୁଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ। ଋଣଭାର କମିଯିବ। ଶତୃମାନେ ପରାଜିତ ହେବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେଲେ ସାମାଜିକ ସ୍ଥିତି ଓ ମାନସମ୍ମାନ ବୃଦ୍ଧିହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ। ବାଦବିବାଦ ମାଲିମୋକଦ୍ଦମାରେ ବିଜୟୀ ହେବେ। ଦାମ୍ପତ୍ୟ ସୁଖ ଏବଂ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ। ଭଲମନ୍ଦ ବିଚାର କରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ଶାରୀରିକ କଷ୍ଟ ଦୂରେଇ ଯିବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ଦୂରଯାତ୍ରା କରି ସଫଳତା ପାଇବେ। ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇପାରନ୍ତି। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ଦୂରଯାତ୍ରା କରିଲେ ବି ଶାରୀରିକ କଷ୍ଟ ଦୂରେଇ ଯିବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନହେବ। ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ। କ୍ୟାରିଅର ସମସ୍ୟା ସମାଧାନର ବାଟ ମିଳିବ। କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ। ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ଓ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ। ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଧିକ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ନୂତନ ବାହନଆଦି କ୍ରୟ କରି ପାରନ୍ତି। କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ। ଶତ୍ରୁମାନେ ମିତ୍ରତା କାର୍ଯ୍ୟ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୈତିକକ୍ଷେତ୍ରରରେ ସ୍ଥିତି ସୁଦୃଢ ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅତ୍ୟଧିକ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ।  ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ଓ ମାନସିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନ କଟିବ। ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟରେ ଲାଭବାନ ହେବେ। ମାନସିକ ଦୁଶ୍ଚିନ୍ତା ଦୂରହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ। ଶାରୀରିକ ଅସୁସ୍ଥତା ଦୂର ହେବ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସହ ସମୟ ବିତିବ। କର୍ମକ୍ଷେତ୍ରରେ ପଦୋନ୍ନତି, ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ ଓ ଗୃହ ଆଦି ଲାଭ ହେବାର ଯୋଗ ଅଛି। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତି କରିବେ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂର ହେବ। ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ ଓ ଯଶମାନ ବୃଦ୍ଧିହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବୃଦ୍ଧି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରେମିକ ପ୍ରେମିକାମାନଙ୍କର ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ଓ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ସୁଖ, ସମ୍ପତ୍ତି ଲାଭ ଓ ଉଚ୍ଚ ସମ୍ମାନ ପାଇବେ। ରାଜନୀତିରେ ପ୍ରଶଂସିତ ହେବେ ଓ ସାମାଜିକ ପତିଆରା ଅମଳିନ ରହିବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଉନ୍ନତିହେବା ସହ ଲାଭବାନ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କରି ଯଶ, ମାନ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତା, ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମା ଥିଲେ ସହଜରେ ସମାଧାନ କରିପାରିବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ପାରିବାରିକ ସ୍ତରରେ ଉଚ୍ଚଆଶା ସଫଳ ହେବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସୁଖ ଶାନ୍ତିରେ ଦିନ କାଟିବେ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ ରେ ମଜ୍ଜି ରହିବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚ ଆଶାରେ ଆଗେଇବେ। ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ମାନସିକ ଏକାଗ୍ରତା ରଖି ପାରିବେ। ଶୁଭ ସମ୍ବାଦପାଇ ଖୁସିହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ।  ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଦୂରଯାତ୍ରାରେ ଶତୃ ଓ ବିରୋଧିମାନେ ମଥାନତ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ଉତ୍ତମ ରୋଜଗାର ହେବ। ବିଦେଶଯାତ୍ରାରେ ଯଶଲାଭ, ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!