ଦୈନିକ ରାଶିଫଳ: ୮ ଜୁନ୍ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ତାରିଖ, ସୋମବାର, ବୃଷ ମାସ ୨୬ ଦିନ, ଆଷାଢମାସ, କୃଷ୍ଣପକ୍ଷ, ତୃତୀୟା ତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ପୋଟଳ ନ ଖାଇଲେ ଭଲ। ଶୁଭସମୟ ସକାଳ ୮ଟା ୪୨ମିନିଟ୍ ରୁ ୧୦ଟା ୨୫ମିନିଟ୍, ରାତ୍ର ୯ଟା ୧୫ମିନିଟ୍ ରୁ ୧୦ଟା ୨୩ମିନିଟ୍, ରାତ୍ର ୧୧ଟା ୪୬ମିନିଟ୍ ରୁ ୧୨ଟା ୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପରିବାରରେ ମାନ ମନାନ୍ତର ଦୂର ହୋଇ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। କାମ କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। କୌଣସି ଅଚିହ୍ନା ବ୍ୟକ୍ତିଙ୍କ ସାହାଯ୍ୟରେ ଉଚ୍ଚଆଶା ସଫଳ ହେବ। ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ। ଧନର ଆଗମନ ହୋଇପାରେ। ମାନସିକ ସ୍ଥିରତା ଦେଖାଦେବ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନ ଦ୍ରବ୍ୟ କ୍ରୟ କରିବେ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ଅଧିକାରୀ କାମରେ ପ୍ରସନ୍ନ ରହିବେ। ଶତୃମାନେ ଦୂରେଇ ଯିବେ ଓ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ମାନସିକ ଶାନ୍ତି ପାଇବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ।  ରାଜନୀତିରେ ମିତ୍ରଙ୍କ ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପ୍ରତିକାରମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କର୍କଟ:-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ।  ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ବାଦବିବାଦ, ପ୍ରତିଯୋଗୀତା-ପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଚାକିରୀରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାର ଶଣ୍ଢକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ନିକଟ ଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। କର୍ମ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ତୀର୍ଥାଟନ କରି ଯାତ୍ରା କାଳରେ ଦୁଃଖୀ ଲୋକଙ୍କୁ ସାହାରାହେବେ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବା ସହ ଶୁଭ ସୂଚନା ପାଇବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍।  ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମ କ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତିହୋଇ ପାରେ।  ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ପାଇ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ବଢିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କାରବାରରେ ସୁଧାର ଆସିବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ଛାତ୍ରଛାତ୍ରୀ ମାନଙ୍କର ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। କର୍ମକ୍ଷେତ୍ରରେ ଉଚିତ୍ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!