ଆଜି କେମିତି ରହିବ ଆପଣଙ୍କ ଦିନ : ୮ ଜୁନ୍ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୮ ଜୁନ୍ ୨୦୧୮

ମେଷ :–

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି ହେବ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:–

ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର:- କୁକୁରକୁ ଖାଇବାକୁ ଦେବେ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:–

ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ  ପଦୋନ୍ନତି ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ସାମାଜିକ ପତିଆରା ଅମଳିନ ରହିବ। ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ।

କର୍କଟ:–

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୈତିକ କ୍ଷେତ୍ରରେ ଅପବାଦ ଅପଯଶ ମିଳିପାରେ। ପ୍ରତିକାର:- କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍।

ସିଂହ:–

ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତା ବୃଦ୍ଧିପାଇବ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମ୍ମୁଖୀନ ହେବେ। ପୁରାତନ ରୋଗର ପ୍ରକୋପ ବୃଦ୍ଧି ଯୋଗେ ସ୍ୱାସ୍ଥ୍ୟରେ ଅବନ୍ନତି, ମାନସିକ ଅସ୍ଥିରତା ଓ ମନ ଉତ୍ତେଜିତ ରହିବ। ପାରିବାରିକ ସ୍ତରରେ କିଛି କୁହୁଳା ଆଶାନ୍ତି ସୃଷ୍ଟି ହେବ। ପ୍ରତିକାର:- ଦିବ୍ୟଙ୍ଗଙ୍କୁ ଲଡୁ ଖାଇବାକୁ  ଦେବେ।

କନ୍ୟା:–

ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ସୁଖ ଶାନ୍ତିରେ ଦିନ କାଟିବେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ। ପ୍ରତିକାର:- କେଶର, ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:–

ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିହେବ। ବ୍ୟବସାୟରେ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ।

ବିଛା:–

ଉଚ୍ଚପଦସ୍ଥ ଅଫିସରମାନେ ଅସନ୍ତୋଷ ହେବେ। ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବ। ବିଭିନ୍ନ କାର୍ଯ୍ୟରେ ବାଧା ସୃଷ୍ଟି ହେବ। କୌଣସି ଶୁଭ କାର୍ଯ୍ୟ କରିବା ଅନୁଚିତ। ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି। ଦୂରଯାତ୍ରାରେ ଶତୃ ଓ ବିରୋଧିମାନେ ଅପଦସ୍ଥ କରିବେ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପ୍ରତିକାର:- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ ।

ଧନୁ:–

ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ମାନସିକ ଏକାଗ୍ରତା ରଖି ପାରିବେ। ଶୁଭ ସମ୍ବାଦପାଇ ଖୁସିହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର:- ଷଣ୍ଢକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର:–

ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଓ ଆୟ ବଢିବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ପ୍ରତିକାର:- ଗାଈକୁ ପନିପରିବା ଖାଇବାକୁ ଦେବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୂମ୍ଭ:–

ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତିହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ଚକ୍ଷୁପୀଡା ପ୍ରତି ସତର୍କତା ଅବଲମ୍ବନ କରିବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେବ। ଆୟ ବ୍ୟୟରେ ତାଳମେଳ ରହିବ ନାହିଁ ଯାହାଫଳରେ ମନ ବିଷାଦଗ୍ରସ୍ତ ରହିବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ:–

କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ବିଦେଶଯାତ୍ରାରେ ଯଶଲାଭ, ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଉତ୍ତମ ରୋଜଗାର ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ନୂତନ ଗୃହ ନିର୍ମାଣ କରିବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!