ଦୈନିକ ରାଶିଫଳ: ୮ ଜୁନ୍ ୨୦୧୯, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ବିଦେଶ ଯାତ୍ରାର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସୁଖ-ଶାନ୍ତି  ଯୋଗେ ସମସ୍ତ ଚିନ୍ତା ଦୂର ହେବ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ :-

ଦୂରଯାତ୍ରାର ସୁଯୋଗ ପାଇବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତିରେ କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ନୂତନ ସଂସ୍ଥାର ଆୟୋଜନ କରନ୍ତୁ ନାହିଁ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ଆର୍ଥିକ ସହାୟତାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ସବୁଥିରେ ସଫଳତା ମିଳିବା ଫଳରେ ସମୟ ହସ ଖୁସିରେ ବିତିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଚାକିରୀରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିବେ ତାହା ପୂରଣ ହେବ। ମାନସିକ ଚିନ୍ତା ଦୂର ହେବ। ମହିଳାମାନେ ଉଚିତ ପନ୍ଥା ଗ୍ରହଣ କରି ରାଜନୀତିରେ କୃତକାର୍ଯ୍ୟ ହେବେ। ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ବିଚ୍ଛା:-

ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ। ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣା ହେଲେ ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଶତୃମାନେ ଦୂରେଇଯିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ। ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ଗୃହ ସମସ୍ୟାରେ ଧନ୍ଦି ହୋଇଯିବା ଫଳରେ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ସୁଖସମ୍ପତ୍ତି ଲାଭ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇ ଗୃହବାହନ ପ୍ରାପ୍ତି ହୋଇପାରେ। କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପରିଜନ ଓ ସାଧୁଜନପ୍ରିୟ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଉଚ୍ଚଆଶା ସଫଳ ହେବ। ରାଜନୀତିରେ ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ।  ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପ୍ରତିକାର- ପିତା ମାତାଙ୍କୁ  ପଦସ୍ପର୍ଷ କରି ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!