ସାପ୍ତାହିକ ରାଶିଫଳ: ଜୁନ୍ ୮ ତାରିଖ ରୁ ଜୁନ୍ ୧୪, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। କର୍ମକ୍ଷେତ୍ରରେ ଉନ୍ନତିସହ ଶାନ୍ତି ଉପୁଜିବ ଓ ଶତୃମାନେ ମୁଣ୍ଡ ନୂଆଇଁବେ। ଆର୍ଥିକକ୍ଷେତ୍ରରେ ସ୍ୱଚ୍ଛଳତା ଦେଖାଦେବ। ଚିନ୍ତାଦୂର ହୋଇଯିବ। ବ୍ୟବସାୟ କରୁଥିଲେ ଲାଭ ଲାଗି ରହିବ। ବୁଡ଼ିଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତିହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନହେବ। ମହତ୍ ଉଦେଶ୍ୟ ନେଇ ଉଚ୍ଚଆକାଂକ୍ଷାରେ କାର୍ଯ୍ୟକଲେ ନିଶ୍ଚୟ ଭାଗ୍ୟୋଦୟ ହେବାସହ ଅଭିଳାଷପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷାକ୍ଷେତ୍ରରେ ଆଶାନୁରୂପ ଫଳପାଇବେ ବାରମ୍ବାର ମନଉଚ୍ଚାଟ ରହିବ। ରାଜନୈତିକ କ୍ଷେତ୍ରରେ ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ଅନେକଅର୍ଥ ପାରିବାରିକକ୍ଷେତ୍ରରେ ଆତ୍ମୀୟମାନଙ୍କର ଉପଚାର ରୋଗ ନିବୃତ୍ତି ପାଇଁ ଖର୍ଚ୍ଚ ହୋଇପାରେ।ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ଇଲେକ୍ଟ୍ରୀ, ଇଲେକଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନହେବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସମସ୍ୟା ସମାଧାନ ହୋଇ ସୁଖ ଶାନ୍ତି ମିଳିବା ସହ ଉନ୍ନତିମୂଳକ ପଦକ୍ଷେପ ନେଇ ପ୍ରଶଂସା ପାଇବେ। ପ୍ରତିକାର ତୁଲସୀ ମୂଳ ମାଟି ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ସହକର୍ମୀ ଓ ବିଭାଗୀୟ ଅଧିକାରୀମାନଙ୍କ ସହ ସମ୍ବନ୍ଧରେ ମଧୁରତା ସୃଷ୍ଟି ହେବା ଫଳରେ ପଦୋନ୍ନତିର ସୁଯୋଗ ପାଇବେ। ବ୍ୟବସାୟୀମାନେ ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ ପରାମର୍ଶଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବା ସହ ସମୟ ଯୋଗପ୍ରଦ ଥିବାରୁ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ବିଦ୍ୟୁତବିଭାଗ, ପ୍ରଶାସନବିଭାଗ, ଜ୍ୟୋତିଷ, ବିଚାରବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ଆୟୁର୍ବେଦବିଭାଗ, ଜଳଦାୟବିଭାଗ, ସମାଜସୁଧାରକ, ଶିକ୍ଷାବିଭାଗ, ସମାଚାରପତ୍ର ବିଭାଗରେ କର୍ମରତଥିଲେ ଲାଭବାନ ହେବେ। ଗୃହନିର୍ମାଣ, ଜମିଜମା କ୍ରୟ ବିକ୍ରୟ କରୁଥିବା ବ୍ୟକ୍ତିମାନେ ନ୍ୟାୟ ବାଟରେ ଚାଲିଲେ କ୍ରମଶଃ ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ପ୍ରତିକାରହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ। ପଶୁ ସମ୍ପଦ, ଧନ ସମ୍ପତିରେ ଘର ହସି ଉଠିବ। ଦାମ୍ପତ୍ୟଜୀବନ ଅପେକ୍ଷାକୃତ ସୁଖଦ ଓ ଆନନ୍ଦିତହେବ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ଚାକିରିରେ ଉତ୍ତମ ରୋଜଗାର କରିପାରିବେ। ଧନାଢ଼୍ୟବ୍ୟକ୍ତି, ପ୍ରତିଷ୍ଠାବାନ ବ୍ୟକ୍ତି ଓ ବରିଷ୍ଠବ୍ୟକ୍ତିଙ୍କ ସହ ସମ୍ପର୍କସ୍ଥାପନ ଫଳରେ ବିଶେଷ ଉପକୃତହେବେ। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ସନ୍ତାନ ସନ୍ତତିଙ୍କ କାର୍ଯ୍ୟକଳାପ ,ଶିକ୍ଷା ସଦ୍ଗୁଣ, ଆଜ୍ଞାପାଳନ, ମହତ୍ତ୍ୱାକାଂକ୍ଷା ଦେଖି ଆନନ୍ଦ ଅନୁଭବ କରିବେ। ସ୍ଵାର୍ଥକୁ କେନ୍ଦ୍ରକରି  ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ପ୍ରତିକାର ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସୁଖସୌଭାଗ୍ୟ ବୃଦ୍ଧି ହେବା ସହ ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ଅଚାନକ ଧନଲାଭ ହୋଇ ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳ ବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାର୍ଡୱାର, ମହମବତୀ, ପେଟ୍ରୋଲିୟମ୍, କବାଡ଼ି, ଗାଈ, କୁକୁଡ଼ା, ଛେଳିଫାର୍ମ ଇତ୍ୟାଦିରେ କର୍ମରତ ବ୍ୟକ୍ତି ଓ ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ। ବିଚାରବିଭାଗ, ଚିକିତ୍ସାବିଭାଗ, ରାଜନୀତି ବିଭାଗ, ଶିକ୍ଷାବିଭାଗ ଆଦିରେ କର୍ମରତ ବ୍ୟକ୍ତିମାନେ ଆଶାତୀତ ଶୁଭଫଳ ପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦ ପଦବୀର ପଦାଧିକାରୀ ହୋଇପାରିବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଦୈବୀଶକ୍ତି ବଳରେ ଅନେକ ବିପଦରୁ ରକ୍ଷା ପାଇପାରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସମସ୍ତ ପ୍ରକାର ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ହେବେ। ନୂତନ ଜାଗା ଜମି ଗୃହ, ବାହନ ଆଦି କ୍ରୟ କରି ପାରିବେ। ଜଣେ ସତ୍ ପରାମର୍ଶଦାତା, ଶିକ୍ଷକ, ଦାର୍ଶନିକ, ଉପଦେଷ୍ଠା, ଆଇନଜ୍ଞ, ବୈଜ୍ଞ।ନିକ, କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ସନ୍ତାନ ସନ୍ତତିଙ୍କ କାର୍ଯ୍ୟକଳାପରେ ଖୁସିହେବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅଧିନସ୍ଥ କର୍ମଚାରୀଙ୍କ ପ୍ରତି ସତର୍କ ରହିଲେ ସମସ୍ୟାର ସମାଧାନ କରିହେବ। ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାରବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରିବା ଫଳରେ କର୍ମୋନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। ଠିକାଦାରୀ, ସଡକ, ଗୃହ ନିର୍ମାଣ, ଗୃହୋପକରଣ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ।  ବନ୍ଧୁ, ମିତ୍ର, ସହଯୋଗୀଙ୍କ ଯୋଗେ ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ପ୍ରତିକାର ଶିବମନ୍ଦିରରେ କ୍ଷୀରଢାଳି ପାଦୁକ ପାନ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁରଖିବା ଫଳରେ ନାନା ବାଟରେ ଧନାଗମ ଘଟିବ। ସାଙ୍ଗସାଥି ଭାଗିଦାରମାନଙ୍କ ସହ ନୂତନ କାର୍ଯ୍ୟାରମ୍ଭ କଲେ କାର୍ଯ୍ୟପୂରଣ କରି ପାରିବେ। ସନ୍ତାନମାନେ ଉନ୍ନତି କରିବେ। କର୍ମଜୀବିନୀମାନେ ଘର ଅପେକ୍ଷା କର୍ମକ୍ଷେତ୍ରରେ ଜଞ୍ଜାଳ ଅଧିକ ମୁଣ୍ଡାଇ ବ୍ୟସ୍ତ ରହିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବା ସହ ଆଶା କରୁଥିବା ଫଳ ପାଇ ପାରିବେ। ଦାମ୍ପତ୍ୟ ଜୀବନରେ ବିଶେଷ ସୁଖ ପ୍ରାପ୍ତି ହେବ। ଋଣଭାରରୁ ମୁକ୍ତି ପାଇବେ। ରାଜନୀତି କ୍ଷେତ୍ରରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖିବା ସହ ଗସ୍ତ କାର୍ଯ୍ୟକ୍ରମ ସ୍ଥଳରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବ ଆୟ ମଧ୍ୟ ଉତ୍ତମ ହେବ। କୃଷିଜୀବୀମାନେ କୌଣସି ବାଧା ବନ୍ଧନ ନମାନି ଚାଷ କାର୍ଯ୍ୟରେ ଆଗେଇ ଯିବାର ସୁଯୋଗ ପାଇବେ।  ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ। ପ୍ରତିକାର ଇଷ୍ଟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ ନାହିଁ। ଆକସ୍ମିକ ଭାବରେ କୌଣସି ଅବାଞ୍ଛିତ ସୂତ୍ରରୁ ମୋଟା ଅର୍ଥ ମିଳିଯିବ। ଆତ୍ମବିଶ୍ଵାସ ଦ୍ଵାରା ଅନ୍ୟ ଉପରେ ପ୍ରାଧାନ୍ୟ ବିସ୍ତାର କରିପାରିବେ। କୌଣସିଥିରେ ଅଭିମାନ ନଥାଇ ସନ୍ତାନମାନେ ସୁନାମ ଅର୍ଜନ କରିବେ।  କୃଷିଜୀବୀମାନନେ ଧାନ, ଗହମ, ମକା, ପନିପରିବା କ୍ଷେତରୁ ବେଶ୍ ଲାଭବାନ ହୋଇ ପାରିବେ। ରାଜକର୍ମଚାରୀ ମାନେ ଅନେକ ସୁବିଧା ସୁଯୋଗ ପାଇବେ। ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବା ଫଳରେ ଆନନ୍ଦିତ ହେବେ। ଶିକ୍ଷାକ୍ଷେତ୍ରରେ ମନୋବାଞ୍ଛିତ ସ୍ଥାନରେ ପଢ଼ିବାର ସୁଯୋଗ ପାଇବେ। ନୂତନ କର୍ମ ପ୍ରୟାସରତ ଯୁବକ ଯୁବତୀମାନେ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରିବେ। ଅକସ୍ମାତ ଭୂମିଲାଭ ଯୋଗ ମଧ୍ୟ ଘଟିବ। ଦୂର ବନ୍ଧୁ ଖୁବ୍ ସାହାଯ୍ୟ କରିବେ। ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ। ଗୁରୁଜନ କେହି ସନ୍ତୁଷ୍ଟ ରହିବେ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବା ସହ  ସହନଶୀଳତା ଯୋଗେ ପ୍ରଶଂସା ମିଳିବ।ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ।  ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଯୁକ୍ତିତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଉଚ୍ଚଶିକ୍ଷାପାଇଁ ଆଶାୟୀଥିବା ଛାତ୍ରଛାତ୍ରୀମାନଙ୍କର ଆଶା ପୂରଣ କରି ପାରିବେ। ବୁଡ଼ିଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତିହେବ। ପରିଶ୍ରମ ନ ବଢାଇଲେ ଉତ୍ତମ ରୂପେ ଲକ୍ଷ୍ୟ ସିଦ୍ଧି ସମ୍ଭବ ହେବ ନାହିଁ। ପ୍ରତିକାର ଇଷ୍ଟଦେବା ଦେବୀଙ୍କୁ ତିନୋଟି ଫୁଲ ସମର୍ପଣ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ମହତ୍ ଉଦେଶ୍ୟ ନେଇ ଉଚ୍ଚଆକାଂକ୍ଷାରେ କାର୍ଯ୍ୟକଲେ ନିଶ୍ଚୟ ଭାଗ୍ୟୋଦୟ ହେବାସହ ଅଭିଳାଷପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷାକ୍ଷେତ୍ରରେ ଆଶାନୁରୂପ ଫଳପାଇବେ। କିଛିଅର୍ଥ ପାରିବାରିକ କ୍ଷେତ୍ରରେ ଆତ୍ମୀୟମାନଙ୍କର ଉପଚାର ରୋଗ ନିବୃତ୍ତି ପାଇଁ ଖର୍ଚ୍ଚ ହୋଇଯିବ। ଇଲେକ୍ଟ୍ରୀ, ଇଲେକଟ୍ରୋନିକସ୍, ଠିକାଦାରୀ, ଧାତୁବ୍ୟବସାୟୀ, ଔଷଧଦୋକାନ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ପରର ଅନିଷ୍ଟ ଚିନ୍ତା ନକରି ନ୍ୟାୟ ବାଟରେ ଚାଲିଲେ କ୍ରମଶଃ ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧିହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପ୍ରତିକାର ଇଷ୍ଟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ। ବ୍ୟବସାୟୀମାନେ ଶ୍ରମିକ ଓ କର୍ମଚାରୀମାନଙ୍କ ଉପରେ ନିଜର ପ୍ରତିପତ୍ତି ବିସ୍ତାର କରି କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଯୋଗପ୍ରଦ ସମୟ ଯୋଗେ ସହକର୍ମୀ ଓ ବିଭାଗୀୟ ଅଧିକାରୀ ମାନଙ୍କସହ ସମ୍ବନ୍ଧରେ ଦୃଢତା ସୃଷ୍ଟିହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତି ଓ ସ୍ଥାନାନ୍ତରଣ  ସମ୍ଭବ ହୋଇ ପାରେ। ବିଦ୍ୟୁତବିଭାଗ, ପ୍ରଶାସନବିଭାଗ, ଜ୍ୟୋତିଷ, ବିଚାରବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ଆୟୁର୍ବେଦବିଭାଗ, ଜଳଦାୟବିଭାଗ, ସମାଜସୁଧାରକ, ଶିକ୍ଷାବିଭାଗ, ସମାଚାରପତ୍ର ବିଭାଗରେ କର୍ମରତଥିଲେ ଲାଭବାନ ହେବେ। ଗୃହନିର୍ମାଣ, ଜମିଜମା କ୍ରୟ ବିକ୍ରୟ, ମଧ୍ୟସ୍ଥତା କରୁଥିବା ବ୍ୟକ୍ତିମାନେ ଜଗିରଖି ଚଳିଲେ ଆଶାତୀତ ଲାଭ ପାଇବେ। ପୈତୃକ ସମ୍ପତ୍ତିର ସମସ୍ୟା ସମାଧାନ ହେବ। ରାଜନୀତିକ୍ଷେତ୍ରରେ ବିଶେଷ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ସହକର୍ମୀ ମାନଙ୍କ ସହ ବିଦ୍ରୋହ ବା ଅଶାନ୍ତିର ମୁହାଁମୂହିଁ ହୋଇ ପାରନ୍ତି। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!