ଆଜି କେମିତି ରହିବ ଆପଣଙ୍କ ଦିନ : ୮ ମଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୮ ମଇ ୨୦୧୮

ମେଷ:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମ କ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର:-ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇପାରେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ମହିଳାମାନେ ହସ ଖୁସିରେ ଚଳିବେ। ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର:-ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:-

ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବେ। ନାନା ପ୍ରକାର ସଂଘର୍ଷ ମଧ୍ୟରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ମାଲିମୋକଦ୍ଦମାରେ କୂଟନୀତିର ଶିକାର ହେବେ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ। 

କର୍କଟ:

ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଯଦିଚ ମାନହାନିର ଭୟ ନାହିଁ, ତଥାପି ସତର୍କ ରହିଲେ ଆର୍ଥିକ ଭରସାମ୍ୟ ରକ୍ଷାକରୀ ପାରିବେ ଓ ଶାନ୍ତିର ନିଃଶ୍ଵାସ ମାରି ପାରିବେ। ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:

ପଦୋନ୍ନତିର ସମ୍ଭାବନା ରହିଛି । ମାଲି-ମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟରେ ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ। 

କନ୍ୟା:

କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ତୁଳା:

ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍। ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ।  ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଛା:

କର୍ମ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ଯଥେଷ୍ଟ ଅଗ୍ରଗତି ଘଟିବ ଓ ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ସୁଖ ସମ୍ପଦ ପ୍ରାପ୍ତି ହେବ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ ।

ଧନୁ:-

ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମକର:-

ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ। ହାତଖାଲି ହେବା ବେଳକୁ ଦୈବୀ ସହାୟତା ତଥା କର୍ମଯୋଗ ଦ୍ଵାରା ଖାଲି ହାତ ପୁଣି ଭରି ହୋଇଯିବ। ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତିର ସମ୍ଭାବନା ବୃଦ୍ଧିହେବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ଉଚ୍ଚ ସମ୍ଭବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ନୂଆ ଜ୍ଞାନର ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେଅସାଧାରଣ ସ୍ଥିତି ରହିବ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ମୀନ:-

ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ।  ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। ନୂତନ ସମ୍ପତି କ୍ରୟ କରିବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!