ଦୈନିକ ରାଶିଫଳ: ୮ ମଇ ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶିର କର୍ମ ଓ ବ୍ୟବସାୟରେ ପ୍ରବଳ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୮ ମଇ ୨୦୧୯

ମେଷ:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ। ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ପାରିବାରିକ ସ୍ଥିତି ସୁଧିରିଯିବ ଓ ଆର୍ଥିକ ଉନ୍ନତି ଦେଖାଦେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ସାମାଜିକ ସ୍ତରରେ ଖ୍ୟାତି ହେବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

କର୍କଟ:-

ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ । ବ୍ୟବସାୟ ପ୍ରସାରଫଳରେ ଅତ୍ୟଧିକ ଲାଭହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ଛାତ୍ର-ଛାତ୍ରୀମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି। ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ଶରୀର ସୁସ୍ଥ ରହିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂତନକର୍ମ ପ୍ରାପ୍ତି ହେବ। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ମହିଳାମାନେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

କର୍ମଜୀବୀ ମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ବ୍ୟବସାୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ମହିଳାମାନେ କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହି ପାରନ୍ତି। କର୍ମକ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଋଣ ଭରଣାରେ ସହଜ ହେବ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ମହିଳାମାନଙ୍କର ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର-ଛାତ୍ରୀମାନେ କାର୍ଯ୍ୟବ୍ୟସ୍ତତା ଯୋଗୁଁ ସାଙ୍ଗସାଥିଙ୍କ ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-

ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ। ମହିଳାମାନଙ୍କର କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ଛାତ୍ର-ଛାତ୍ରୀମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂତନପନ୍ଥା ଅନୁସରଣ କରିବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ସଫଳ ହେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

କୁମ୍ଭ:-

ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ଛାତ୍ର-ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ବ୍ୟବସାୟିକ ଗତିବିଧି ଠିକ୍ ରହିବ ଓ ନୂତନକର୍ମ ପ୍ରାପ୍ତି ହେବ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ମହିଳାମାନେ ସନ୍ତାନ ସନ୍ତତି ମାନଙ୍କଖୁସିରେ ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଆୟରସ୍ରୋତ ଖୋଲିଯିବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!