ଦୈନିକ ରାଶିଫଳ: ୮ ନଭେମ୍ବର ୨୦୧୮। ଲକ୍ଷ୍ମୀ ମା’ଙ୍କ କୃପାରୁ ଆଜି ଏହି ୨ଟି ରାଶିର ବ୍ୟକ୍ତିକୁ ମିଳିବ ପ୍ରଚୁର ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୮ ନଭେମ୍ବର ୨୦୧୮। ଲକ୍ଷ୍ମୀ ମା’ଙ୍କ କୃପାରୁ ଆଜି ଏହି ୨ଟି ରାଶିର ବ୍ୟକ୍ତିକୁ ମିଳିବ ପ୍ରଚୁର ଲାଭ

ମେଷ-

ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ପାଇବେ।ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ-

ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ। ଜଗାଜମି, ଗୃହ ଉପକରଣ କ୍ରୟ କରିବେ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର  ହେବ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପଢାପଢିରେ ମାନସିକ ଶାନ୍ତି ମିଳିବ।  ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ-

ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନ- ସମ୍ମାନ ପ୍ରତିଷ୍ଠା  ପ୍ରତିପ୍ରତ୍ତି ବୃଦ୍ଧି ପାଇବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ନୂତନ ଲୋକଙ୍କ ସହିତ ଭେଟ ହେବ। ସ୍ଵାସ୍ଥ୍ୟକ୍ଷେତ୍ରରେ ଉଦରପୀଡା ଓ ଚକ୍ଷୁପୀଡା ଦେଖାଦେଇପାରେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ସିଂହ

ଦୁଃଖୀ ଲୋକଙ୍କୁ ସାହାରା ବା ସାହାର୍ଯ୍ୟ କରିବେ। ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ। ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ସାଧାରଣ ଦିନଚର୍ଜ୍ୟା ଅତୁଟ ରହିବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। କୌଣସି କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ। ବନ୍ଧାକୋବି, ପୋଟଳ, ମୂଳା, କ୍ଷୀର, ଛେନା ପ୍ରଭୃତି ଚର୍ବି ଓ ପ୍ରୋଟିନ ଜାତୀୟ ଖାଦ୍ୟ ଖାଇବା ଆବଶ୍ୟକ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା-

ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ତୁଳା-

ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ଶିକ୍ଷାର୍ଥୀମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ଫୋନ, ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ନୂତନ ବନ୍ଧୁ ଭେଟ ହେବେ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଛା-

ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ଧନ ଲାଭ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ-

ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ। ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ଅନେକ ପ୍ରକାର ସୁବିଧା ସୁଯୋଗ ପାଇବାର ଆଶା ପୂରଣ ହେବାର ରାସ୍ତା ଖୋଲିଯିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷ ହେବ। ନୂତନ ବସ୍ତୁ କ୍ରୟ କରିବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମକର-

ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ। ସୁନ୍ଦର ଗୃହ, ଗାଡି, ବାଡି ବଗିଚାର ଯୋଜନା କରିବେ। କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ। ଆର୍ଥିକସ୍ଥିତିକୁ  ସୁଧାରିପାରିବେ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ବ୍ୟାପାର ବାଣିଜ୍ୟ ଓ କାମ-କାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ-

କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କର୍ମରେ ସ୍ଥିରବସ୍ଥା ଆସି କ୍ରମଶଃ ଆତ୍ମସନ୍ତୋଷ ଆଣିଦେବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗକୁ ବଢିବେ। ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହୋଇ ପାରିବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରି ନେବେ ନୂଆ ଚାକିରୀ ହେବାର ସୁଯୋଗ  ମିଳିବ। ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମୀନ-

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ଉଚ୍ଚଶିକ୍ଷା କ୍ଷେତ୍ରକୁ ଆଗେଇବା ପାଇଁ ନିଜ ଆଚାର  ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଲେ ଲାଭବାନ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ। ମହିଳାମାନେ କଠିନ ପରିଶ୍ରମ କରି ଚଳିବେ ଓ ଶୁଭ ସମାଚାର ପାଇ ଖୁସି ହେବେ। ପ୍ରତିକାର- ବୃଦ୍ଧ, ବୃଦ୍ଧାଙ୍କୁ ଭୋଜନ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!