ଦୈନିକ ରାଶିଫଳ: ୮ ନଭେମ୍ବର ୨୦୧୯, ମା ସନ୍ତୋଶୀ ଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଆର୍ଥିକ ସ୍ଥିତିରେ ଦେଖା ଦେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିବ ଓ ଲାଭ ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ। ଋଣ ଭରଣାରେ କଷ୍ଟ ହେବ। ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରି ଅପଦସ୍ତ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଉନ୍ନତି ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ। ମହିଳାମାନେ ସମ୍ପର୍କୀୟମାନଙ୍କ ଦ୍ୱାରା ସୁବିଧା ପାଇବେ। ରାଜନୀତିରେ ପ୍ରଶଂସା, ବିଦ୍ୟାକ୍ଷେତ୍ର ରେ ସଫଳ, କୃଷିଦ୍ରବ୍ୟ ବାଣିଜ୍ୟରେ ଲାଭ। ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ଖେଳ ଓ ବିଦ୍ୟାରେ ସଫଳତା ମିଳିବ। ଅଟକିଥିବା ଧନ ପ୍ରାପ୍ତି ହେବ। ବ୍ୟବସାୟ,ବାଣିଜ୍ୟରେ ଲାଭପାଇବେ। ପାରିବାରିକ ଶୃଙ୍ଖଳା ରକ୍ଷା କରିବା ସହ ଆର୍ଥିକସ୍ଥିତି ପ୍ରାୟତଃ ଭଲ ରହିବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ନୂଆ ଚାକିରୀ ହେବାର ସୁଯୋଗ  ମିଳିବ। ଭବିଷ୍ୟତକୁ ଧ୍ୟାନରେ ରଖି ଯଶ ପ୍ରତିଷ୍ଠା ମିଳିବ। ପରିବହନ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ପରିବାରର ସାହାଯ୍ୟରେ ଉପକୃତ ହେବେ। ରାଜନୀତିରେ ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କଲେ ମଧ୍ୟ ପ୍ରଶଂସା ପାଇବେ। ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ଭଲହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ବ୍ୟବସାୟୀମାନଙ୍କର ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ ଓ ଆୟର ମାର୍ଗ ପ୍ରଶସ୍ତ ହେବ। ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ। ଖେଳରେ ଓ ବିଦ୍ୟାରେ ଉନ୍ନତି ହେବ ଏବଂ ଦୂରଯାତ୍ରାରେ ସୁଖମିଳିବା ସହ ଲାଭ ବାନ୍ ହେବେ। ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳ ହେବେ। ଆୟ ଉତ୍ତମ ହେବ ଆର୍ଥିକ ସ୍ଥିତି ସ୍ଵଛଳ ରହିବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେବ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ। ମହିଳାମାନେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ଦାମ୍ପତ୍ୟଜୀବନ ସୁଖମୟ ହେବ। କାର୍ଯ୍ୟରେ ପରିଶ୍ରମ ଦ୍ୱାରା ଲାଭ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଯାନବାହାନ ଓ ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ପ୍ରଚୁର ଲାଭ ପାଇବେ। ମହତ୍ୱପୂର୍ଣ୍ଣ କାର୍ଯ୍ୟ  ସମ୍ପୂର୍ଣ୍ଣ ହୋଇଯିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ଯାନ ବାହନ ସୁଖ ମିଳିବ। ଆର୍ଥିକ ଦିଗରୁ ଉନ୍ନତି ଅନୁଭବ କରି ନୂତନ ପଦାର୍ଥ କ୍ରୟ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ବିଶ୍ୱାସର ସହ କାମ କରିବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ନୂଆ ନିଯୁକ୍ତିର ସମ୍ଭାବନା ଅଛି। ବିଦ୍ୟା ଓ ଖେଳରେ ଉନ୍ନତି ହେବ। ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମଉଜ-ମସ୍ତିରେ ସମୟ କଟିପାରେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ। ମହିଳାମାନଙ୍କର ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ସାମୟିକ ଚିନ୍ତା ଦୂରହେବ। ମହିଳାମାନେ ପିଲାଙ୍କସହ ଖୁସିରେ ରହିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ। ପ୍ରତିକାରମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିବେ। ରାଜନୀତିରେ ପ୍ରସଂଶା, ଖେଳରେ ବିଜୟୀ ହେବେ। ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମକର:-

କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ରୋଗୀ, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବିତିଯାଇଥିବା ମାମଲାରେ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଆଶାତୀତ ଲାଭ ଉଠେଇବେ। ରାଜନୀତିରେ ପ୍ରସଂଶା ଓ ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ।  ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମୀନ:-

ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କାରବାରରେ ସ୍ଥିତି ଠିକ୍ ରହିବ। ବିଦ୍ୟାର୍ଥୀଙ୍କ ମାନସିକସ୍ଥିତି ଭଲ ରହିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!