ଦୈନିକ ରାଶିଫଳ: ୮ ସେପ୍ଟେମ୍ବର ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବନ୍ଧୁଙ୍କ ଆଗମନ ହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାର କ୍ଷେତ୍ରରେ କୃତକାର୍ଯ୍ୟ ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ର ଏବଂ ଭାଇ ଭଉଣୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଦୂର ଯାତ୍ରା କରି ପାରନ୍ତି। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶୁଖିହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧ ଆଶା କରି ହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ବିବାଦରୁ ମୁକ୍ତ ହେବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପରୀକ୍ଷାପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ। ବିଦେଶ ଯାତ୍ରାରେ ଯଶଲାଭ, ଆର୍ଥିକ ଉନ୍ନତି, ଶୁଭ ସମ୍ବାଦ ପ୍ରାପ୍ତିହେବ। ବ୍ୟବସାୟରେ ଗୁରୁ ଦାୟିତ୍ୱ ବହନ କରି, କଠିନ ପରିଶ୍ରମ କରିବାକୁ ପଡିବ। ସନ୍ତାନଙ୍କର ଉନ୍ନତି ଖବର ପାଇ ମନ ଖୁସି ରହିବ। ସମସ୍ତ କାର୍ଯ୍ୟ ଶୁଭଫଳ ପ୍ରାପ୍ତି ହେବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଆର୍ଥିକସ୍ଥିତି ସୁଧୁରିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଭୂମି, ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରିବେ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ,  ନୂତନ ବାହନ, ଗୃହ ଆଦି ଲାଭ ହୋଇପାରେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ଉଧାର ଦେଇଥିବା ଟଙ୍କା ମିଳିଯିବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ଧନୁ:-

ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ବ୍ୟବସାୟ କ୍ଷେତ୍ରରେ ବହୁତ ପରିଶ୍ରମ କଲେ ଅର୍ଥ ଲାଭ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂର ହେବ। ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରିବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହି ଯଶ ପ୍ରତିଷ୍ଠା ମିଳିବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-

ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବା ସହ ଆର୍ଥିକ ଲାଭ ପ୍ରାପ୍ତ ହେବ। କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ଅଧ୍ୟୟନ-ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ। ମାନ-ପ୍ରତିଷ୍ଠା ବଢିବ। ମଉଜ-ମସ୍ତିରେ ସମୟ କଟିପାରେ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ଦୁଃଖୀ ଲୋକଙ୍କୁ ସାହାରା ଓ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!