ସାପ୍ତାହିକ ରାଶିଫଳ: ୮ ଅପ୍ରେଲ ରୁ ୧୪ ଅପ୍ରେଲ, ନବରାତ୍ରର ଏହି ସପ୍ତାହରେ ଏହି ସବୁ ରାଶି ପାଇଁ ଅଛି ଶୁଭ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୮ ଅପ୍ରେଲ ରୁ ୧୪ ଅପ୍ରେଲ

ମେଷ:-

ଏ ସପ୍ତାହରେ ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ସଫଳତା ଅର୍ଜନ କରିବାସହ  ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ ଓ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ଏବଂ ସୁଖ ସମୃଦ୍ଧି ବୃଦ୍ଧି ହେବାସହ  ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ଏବଂ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ଯୁବକ-ଯୁବତୀମାନେ ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ନିଯୁକ୍ତି ପାଇବେ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ପାଠ ପଢ଼ାରେ ମନଯୋଗ ଦେବେ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏ ସପ୍ତାହରେ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧିହେବ। ସରକାରୀ ଚାକିରି ଜୀବୀମାନେ ଉନ୍ନତି  କରିବାସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭକରିବେ। ନୂତନକର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ଓ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷାକ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମସମ୍ପର୍କ ରହିବ। ବନ୍ଧୁ ଓ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ମନଭିତରେ ରାଗରେ ଜଳୁଥିଲେ ମଧ୍ୟ କିଛି କାହାକୁ କହିବାକୁ ସାହସ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏ ସପ୍ତାହରେ ସର୍ବାଧିକ ଭାଗ୍ୟଶାଳୀ ହେବେ। ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ। ସନ୍ତାଠାରୁ ସୁଖପ୍ରାପ୍ତି ହେବ। ପୁତ୍ରରତ୍ନ ପ୍ରାପ୍ତି ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଇଂରାଜୀ ପ୍ରଫେସର, ଅଭିନେତା ଓ ଅଭିନେତ୍ରୀ, ସଙ୍ଗୀତଜ୍ଞମାନେ  ପ୍ରଶଂସା ପାଇବେ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ବିଶେଷ କରି ବିଦ୍ୟାର୍ଥୀମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କର୍କଟ:-

ଏ ସପ୍ତାହରେ ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ପୂର୍ଣ୍ଣ ହୋଇଯିବ। ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ। ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ଏ ସପ୍ତାହରେ ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ। ଉଚ୍ଚଶିକ୍ଷାର ମଧ୍ୟ ସୁବିଧାସୁଯୋଗ ପାଇବେ। ପ୍ରତିଯୋଗିତାରେ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଅତ୍ୟନ୍ତ ଶୁଭସମୟ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଫଳ ପାଇବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଯଶ-ମାନ-ପ୍ରତିଷ୍ଠା ବୃଦ୍ଧି ପାଇବ। ସନ୍ତାନ ଏବଂ ସ୍ତ୍ରୀଙ୍କ ସହଯୋଗ ପାଇ ଗୃହସ୍ଥଜୀବନରେ ଭରପୂର ସୁଖପ୍ରାପ୍ତି ହେବ। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତି ହେବ। ଏହି ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇ ଭଳି ଚଳୁଥିବା ବ୍ୟକ୍ତିମାନଙ୍କ ଦ୍ଵାରା ବିଶେଷ ଲାଭବାନ ହେବେ । କମଳାରଙ୍ଗର ବସ୍ତ୍ର ପରିଧାନ କଲେ ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ଏ ସପ୍ତାହରେ ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ସୁଖ-ସୌଭାଗ୍ୟ ବୃଦ୍ଧି ହେବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ।  ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବା ସହ ଉଚ୍ଚ ପଦାଧିକାରୀ ହୋଇପାରିବେ। ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ। ୮ ତାରିଖରେ ଅଧିନସ୍ଥ କର୍ମଚାରୀଙ୍କ ପ୍ରତି ସତର୍କ ନରହିଲେ ସମସ୍ୟାର ସମ୍ମୁଖୀନ ହେବେ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁଁ ଚିନ୍ତିତ ରହିବେ।  ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ଏ ସପ୍ତାହରେ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ମାନେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ରାଜନୈତିକ କ୍ଷେତ୍ରରେ ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ବିଚ୍ଛା:-

ଏ ସପ୍ତାହରେ ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ବ୍ୟବସାୟରେ ଉନ୍ନତୀ ହେବା ଫଳରେ ଋଣଭାର କମିଯିବ। ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ ନାହିଁ। ୧୧,୧୨ତାରିଖରେ ଅତ୍ୟଧିକ ସାବଧାନତା ଆବଶ୍ୟକ। ନୂତନ କାର୍ଯ୍ୟାରମ୍ଭ କଲେ ଭୂଲରେ ଅଧିକ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟପୂରଣ କରିବା ପାଇଁ କଷ୍ଟହେବ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଏ ସପ୍ତାହରେ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ। ସରକାରୀ କର୍ମଚାରୀ ମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇ ସଫଳତା ଲାଭ କରିବେ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, କ୍ରିଡା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବେ। ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ବ୍ୟବସାୟ କ୍ଷେତ୍ରରେ ଅଚାନକ ଆୟ ବୃଦ୍ଧି ହେତୁ ନୂଆ ନୂଆ ଉପାୟ ଚିନ୍ତା କରିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ।  ପ୍ରତିକାର:- କିଛିମିଠା ପିଲାମାନଙ୍କୁ ବାଣ୍ଟନ୍ତୁ।

ମକର:-

ଏ ସପ୍ତାହରେ ବ୍ୟବସାୟରେ ଉନ୍ନତି ହେବା ସହ ପ୍ରବଳ ଲାଭ ପାଇବେ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିକାର:ଗାଈକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏ ସପ୍ତାହରେ ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବଢେଇ ପାରିବେ । ବ୍ୟବସାୟରେ ଆଶାତୀତ ଲାଭ ହେବ ଓ ବେଳେ ବେଳେ ଆର୍ଥିକ ଉନ୍ନତିରେ ଖୁସି ହୋଇଯିବେ । ପାରିବାରିକ ଜୀବନରେ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ମାଲିମୋକଦ୍ଦମାରେ ଜୟ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନସ୍ଥିତି ଅଟଳ ରଖି ପାରିବେ। କୃଷିଜୀବିମାନେ ଓ କୃଷିଜାତଦ୍ରବ୍ୟ ବ୍ୟବସାୟିମାନେ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ ସୁଖ ଅନୁଭବ କରିବେ । ପ୍ରେମିକ-ପ୍ରେମିକାମାନେ ପ୍ରେମରେ ସଫଳ ହେବେ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ଆଗକୁ ବଢି ପାରିବେ। ଆର୍ଥିକ କ୍ଷେତ୍ରରେ ସଫଳତା ଦେଖା ଦେବ। ଘରୋଇ କର୍ମ ଚାରୀମାନେ ସହକର୍ମୀ ମାନଙ୍କ ସହିତ ସୁସମ୍ପର୍କ ସ୍ଥାପନ କରି କେତେକ କ୍ଷେତ୍ରରେ ଭଲ କାମ କରି ପ୍ରଶଂସା ପାଇବେ । ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ବିବାହପ୍ରସ୍ତାବ ମାନ ଆସିବ। କର୍ମ ସନ୍ଧାନିମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ପ୍ରତିକାର: କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଏ ସପ୍ତାହରେ ନୂତନ ଆୟର ପନ୍ଥା ଖୋଲିଯିବା ଫଳରେ ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିହେବ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ କ୍ରୀଡ଼ା, ବାଣିଜ୍ୟ, କଳା, ସଂସ୍କୃତି କ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ଉନ୍ନତିହେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନିତ ହେବେ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଯୁବକ-ଯୁବତୀମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ବିବାଦରେ ବିଜୟ ପ୍ରାପ୍ତି ହେବା ସହ ରୋଜଗାର ବୃଦ୍ଧି ହେବ। ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ଶାରିରୀକ ସୁସ୍ଥତା ଦେଖା ଦେବ। ମହିଳାମାନେ ଅଧିକାରୀଙ୍କଠାରୁ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବଜାୟ ରଖିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!