ସାପ୍ତାହିକ ରାଶିଫଳ: ୮ ରୁ ୧୪ ଅକ୍ଟୋବର ୨୦୧୮। ଏହି ୬ଟି ରାଶିକୁ ବ୍ୟବସାୟରେ ପ୍ରଚୁର ଲାଭ ମିଳିବ। 

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୮ ରୁ ୧୪ ଅକ୍ଟୋବର ୨୦୧୮। ଏହି ୬ଟି ରାଶିକୁ ବ୍ୟବସାୟରେ ପ୍ରଚୁର ଲାଭ ମିଳିବ।

ମେଷ:-

ଏ ସପ୍ତାହରେ ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ।  ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ୧୩, ୧୪, ତାରିଖରେ ଅତ୍ୟଧିକ ସାବଧାନତା ଆବଶ୍ୟକ। ବ୍ୟବସାୟରେ ଉନ୍ନତୀ ହେବ କିନ୍ତୁ ଶେଷରେ ଖର୍ଚ୍ଚାନ୍ତ ହେବା ଫଳରେ ହିସାବ ପାଇବେନାହିଁ। ଋଣଭାର ବୃଦ୍ଧି ହେବ। ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ :-

ଏ ସପ୍ତାହରେ ଯଦି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ। ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ସନ୍ତାନ ଓ ପତ୍ନୀ କ୍ଷେତ୍ରରେ ଓ ପିତୃ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ। ନିଶ୍ଚୟ ଚାକିରୀ ମିଳିବ। ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ। ଗୁରୁ-ଗୁରୁଜନମାନଙ୍କର ଆସ୍ଥାଭାଜନ ହେବେ। ପ୍ରତିକାର- ଗାଈକୁ ପ୍ରତ୍ୟେକ ଦିନ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ :-

ଏ ସପ୍ତାହରେ ଅତି ଉତ୍ତମ ଫଳ ଭୋଗିବେ। ଭାଗ୍ୟଶାଳୀ, ସନ୍ତାନସୁଖ, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରହାତରେ ଥିବା ଧନ, ଅଧା ହୋଇଥିବା କାର୍ଯ୍ୟ ସହଜରେ ପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ  ପଢା ପଢିରେ ମନ ଦେବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ସାଂସାରିକ ଜୀବନ ସୁଖମୟ ହେବ। ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ଦୀର୍ଘଦିନର ଆଶା ଏବେ ପୂରଣ ହେବ। ଉଚ୍ଚ ପଦବୀରେ ଅଧିଷ୍ଠିତ ହେବେ। ପ୍ରତିକାର-ପ୍ରତ୍ୟେକ ଦିନ ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ:-

ଏ ସପ୍ତାହର ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ। ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:-

ଏ ସପ୍ତାହରେ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ କମିଯିବ। ଆତ୍ମୀୟମାନେ ଭିତରେ ଚେର କାଟିବେ। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କନ୍ୟା:-

ଏ ସପ୍ତାହରେ ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ। ଉଚ୍ଚଶିକ୍ଷାର ମଧ୍ୟ ସୁବିଧାସୁଯୋଗ ପାଇବେ। ପ୍ରତିଯୋଗିତାରେ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଅତ୍ୟନ୍ତ ଶୁଭସମୟ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଫଳ ପାଇବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଯଶ-ମାନ-ପ୍ରତିଷ୍ଠା ବୃଦ୍ଧି ପାଇବ। ସନ୍ତାନ ଏବଂ ସ୍ତ୍ରୀଙ୍କ ସହଯୋଗ ପାଇ ଗୃହସ୍ଥଜୀବନରେ ଭରପୂର ସୁଖପ୍ରାପ୍ତି ହେବ। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତି ହେବ। ଏହି ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହେବ। ଧଳା ବସ୍ତ୍ର ପରିଧାନ କଲେ ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସଘାତକତା କରିବେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ତୁଳା:-

ଏ ସପ୍ତାହରେ ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ସୁଖ-ସୌଭାଗ୍ୟ ବୃଦ୍ଧି ହେବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ।  ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ଉଚ୍ଚଶିକ୍ଷା ପାଇଁ ଜର୍ଜ, ମେଡିକାଲ ଆଦିରେ କର୍ମପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ହୋଇପାରିବେ। ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ। ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ଅଧିନସ୍ଥ କର୍ମଚାରୀଙ୍କ ପ୍ରତି ସତର୍କ ନରହିଲେ ସମସ୍ୟାର ସମ୍ମୁଖୀନ ହେବେ। ବନ୍ଧୁ, ମିତ୍ର, ସହଯୋଗୀଙ୍କ ପ୍ରତି ସତର୍କ ନରହିଲେ ବ୍ୟବସାୟରେ କ୍ଷତି ସହିବେ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁଁ ଚିନ୍ତିତ ରହିବେ।  ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏ ସପ୍ତାହରେ ଅକସ୍ମାତ ଧନଲାଭ ହେବ। ଶିକ୍ଷା ବିଭାଗ କର୍ମଚାରୀ, ରାଜ୍ୟପାଳ ଭବନ କର୍ମଚାରୀ, ଓକିଲ ସଂଘ, ସାର୍ବଜନିନ ନିର୍ମାଣ ବିଭାଗର କର୍ମଚାରୀ, ଜଳବଣ୍ଟନ ବିଭାଗ କର୍ମଚାରୀ ଚିକିତ୍ସା ବିଭାଗ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ସହ ଲାଭବାନ୍ ହେବେ। କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଓ ଯୁବତୀମାନେ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ। ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ। ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ ଏବଂ ପୂର୍ବଋଣ  ସହଜରେ ପରିଶୋଧ କରିପାରିବେ। ଦୀର୍ଘଦିନପରେ ଆପଣଙ୍କ ଜୀବନରେ ଅଧିକ ସୁଖ ଓ ସମୃଦ୍ଧିର ସମୟ ଉପସ୍ଥିତ ହୋଇଛି। ନୂତନ ସଂପତ୍ତି କ୍ରୟ ବିକ୍ରୟ କରିବାର ଉପଯୁକ୍ତ ସମୟ। ବାଣିଜ୍ୟ, ବ୍ୟବସାୟ, ନବିନିକରଣ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ଉପଯୁକ୍ତ ସମୟ। ହେବେ। ବିଦେଶ ଯାତ୍ରାରେ ଉଚ୍ଚଶିକ୍ଷା ପାଇଁ ଓ କର୍ମୋନ୍ନତି ପାଇଁ ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ପଦବୀରେ ପ୍ରତିଷ୍ଠିତ ହେବେ। ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟ ଦିଗରେ ଛାତି, ଗଳା, ମେରୁଦଣ୍ଡ, ମସ୍ତିଷ୍କ ପ୍ରତି ସତର୍କ ଅବଲମ୍ବନ କରିବା ଉଚିତ୍। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।  

ଧନୁ:-

ଏ ସପ୍ତାହରେ ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ। ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ମକର :-

ଏ ସପ୍ତାହରେ ସର୍ବାଧିକ ଭାଗ୍ୟଶାଳୀ ହେବେ। ବିଶେଷ କରି ବିଦ୍ୟାର୍ଥୀମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ। ସନ୍ତାଠାରୁ ସୁଖପ୍ରାପ୍ତି ହେବ। ପୁତ୍ରରତ୍ନ ପ୍ରାପ୍ତି ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଇଂରାଜୀ ପ୍ରଫେସର, ଅଭିନେତା ଓ ଅଭିନେତ୍ରୀ, ସଙ୍ଗୀତଜ୍ଞ, ଉଚ୍ଚ ଅଧିକାରୀ ପଦରେ ପହଞ୍ଚି ପାରିବେ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ :-

ଏ ସପ୍ତାହରେ ଆରମ୍ଭରୁ ଚିନ୍ତାଗ୍ରସ୍ତ ଓ ବ୍ୟାକୁଳମନା ହେବେ। ରୋଗ, ଶୋକ ଓ ଧନର ଦୂରୁପୋଯୋଗ, କ୍ଷୟକ୍ଷତିର କାରଣ ହେବ। କର୍ମ କ୍ଷେତ୍ରରେ ଅଶାନ୍ତି ଉପୁଜିବ। ଶତୃମାନେ ମୁଣ୍ଡ ଟେକିବେ। ଆର୍ଥିକ କ୍ଷେତ୍ରରେ ଅନାଟନ ଦେଖାଦେବ। ଚିନ୍ତାଗ୍ରସ୍ତ ହୋଇ ରହିବେ। ବ୍ୟବସାୟ କରୁଥିଲେ ଲାଭ ଲାଗି ରହିବ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ବାବେ। ପୁରୁଣା ରୋଗ ଓ ଶତୃମାନଙ୍କ ଠାରୁ ଉପସମ ମିଳିବ। ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଗ୍ରହଙ୍କର ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ :-

ଏ ସପ୍ତାହରେ ଆୟ ପନ୍ଥାର ପରିବର୍ତ୍ତନ ଆସିବ। ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ଜ୍ୟୋତିଷ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଶତୃମାନଙ୍କୁ ମୁକାବିଲା କରିପାରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ୧୩, ୧୪, ତାରିଖରେ ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯିବେ। କୌଣସି ନୂତନ କାର୍ଯ୍ୟ କରିବା ଠିକ୍ ନୁହେଁ। ତେଣୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡ଼ିବ। ସ୍ୱାସ୍ଥ୍ୟ ପାଇଁ ବାରମ୍ବାର ଚିନ୍ତିତ ରହିବେ। ଉଦର ରୋଗ, ବାୟୁବିକାର, ଚର୍ମରୋଗ, ସ୍ନାୟୁ ଦୁର୍ବଳତା ଆଦି ରୋଗମାନ ଦେଖା ଦେଇ ପାରେ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବାଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 993755198


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!