ଦୈନିକ ରାଶିଫଳ: ୯ ଅପ୍ରେଲ ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଜାଗାଜମି ସମ୍ବନ୍ଧୀୟ ସମସ୍ୟା ଦୂର ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୯ ଅପ୍ରେଲ ୨୦୧୯

ମେଷ:-

ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଚାକିରୀରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାର- ଶଣ୍ଢକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ।  ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ।  ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। କର୍ମ କ୍ଷେତ୍ରରେ ଚତୁରତାସହ  ଗତିକରି କାମ ହାସଲ କରିବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ତୀର୍ଥାଟନ କରି ଯାତ୍ରା କାଳରେ ଦୁଃଖୀ ଲୋକଙ୍କୁ ସାହାରାହେବେ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ-ପ୍ରତିଷ୍ଠା ବଢିବ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ରାଜନୀତି କ୍ଷେତ୍ରରେ ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ ଓ ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

ଶୁଭ କାମ କରି ପ୍ରଶଂସିତ ହେବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ସଭା ସମିତିରେ ସାହିତ୍ୟ ଚର୍ଚ୍ଚାରେ ସଫଳତା ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ।  ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେଇ ପାରନ୍ତି। କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ।  ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ।  ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ।  ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ।  ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ।  କର୍ମ ପ୍ରତି ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ।  ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।  ଶତୃମାନେ ପରାଜିତ ହେବେ।  ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ।  ଦୂରସ୍ଥାନକୁ ଯାତ୍ରା କରିବେ।  ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ମଉଜ-ମସ୍ତିରେ ସମୟ କଟିପାରେ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ।  ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ।  କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ।  ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ।  ସୁଖ ସମୃଦ୍ଧି ବୃଦ୍ଧି ହେବ।  ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ।  ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ।  ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ପାଇ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ।  ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ।  ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ। ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!