ଦୈନିକ ରାଶିଫଳ: ୯ ଅଗଷ୍ଟ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୯ ଅଗଷ୍ଟ ୨୦୧୮

ମେଷ:–

ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ଦିନ ଭିତରେ ଅଭିଳଷିତ ଜିନିଷ ବିଳମ୍ବରେ ପାଇବେ । ନିକଟ ସମ୍ପର୍କୀୟମାନଙ୍କ ଶୁଭକାମନା ଓ ସାହାଯ୍ୟକାରୀ ମନୋବୃତ୍ତି ସାମୟିକ ମନକୁ ଖୁସି କରିପାରେ। ଆନୁଷ୍ଠାନିକ କାମରୁ ସମ୍ମାନଲାଭ ହେବ । ମହିଳାମାନେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି । ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ, ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:–

ସାଧାରଣ କେତେକ ସୁବିଧା ସୁଯୋଗକୁ ବାଦ୍ ଦେଲେ ଅନ୍ୟାନ୍ୟ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ । କିନ୍ତୁ ଗାମ୍ଭୀର୍ଯ୍ୟପୂର୍ଣ୍ଣ ଯୁକ୍ତିଯୁକ୍ତ କଥା ପରିସ୍ଥିତିକୁ ସମ୍ଭାଳିବାରେ ସମର୍ଥ ହୋଇପାରିବ । ଅଧିକାଂଶ ସମୟ କଣ କରିବେ ଏବଂ କଣ ନକରିବେ ଏହି ଚିନ୍ତାରେ ମନ ଭଲ ରହିବ ନାହିଁ । ଆଲୋଚନା ପରିସରରେ ସହକର୍ମୀଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଭଲ ରହିବ ନାହିଁ । ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି । ଅଫିସ୍ ରେ ଆଲୋଚନା ସରଗରମ ହୋଇପାରେ । ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ମିଥୁନ:–

ସମସ୍ୟା ଗୁଡ଼ିକ ସରଳ ସମାଧାନ କରିବାରେ ସମର୍ଥ ହେବେ। ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରିପାରନ୍ତି । ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇପାରନ୍ତି । ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ, ଯାହାକି ସାମୟିକ ଚିନ୍ତା ଉଦ୍ରେକ କରିପାରେ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାକୁ ସୁବିଧା ପାଇବେ। କର୍ମକ୍ଷେତ୍ରରେ ସହକର୍ମୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ:–

ଯେକୌଣସି ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରହିବ। କରଜଦାତାଙ୍କ କରଜ ପରିଶୋଧ କରିବା ପାଇଁ ସୁବିଧା ପାଇବେ। ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ସ୍ଥଗିତ କର୍ମଗୁଡ଼ିକର ସମ୍ପାଦନ କରିବେ। କର୍ମକ୍ଷେତ୍ରରେ ଠିକ୍ ଓ ଯୁକ୍ତିଯୁକ୍ତ କଥାକହି ଅନ୍ୟମାନଙ୍କୁ ଆପଣେଇ ପାରିବେ । ଅନ୍ୟାୟ ବିରୋଧରେ ସ୍ୱର ଉଠାଇ ଆନନ୍ଦ ଅନୁଭବ କରିବେ। ଦୂର ଯାତ୍ରାରେ ସଫଳତା ମିଳିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:–

ନିକଟ ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସନ୍ତୋଷ ସୃଷ୍ଟି କରିବ। ଆନୁଷ୍ଠାନିକ କାମରେ ଆପଣ ଗଠନମୂଳକ ପ୍ରସ୍ତାବ ନେଇ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ପରିବହନ ବ୍ୟବସାୟ, ଗବେଷଣା, ଯୋଗାଯୋଗ ସକାଶେ ଦିନଟି ବହତୁ ଭଲ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତ ପ୍ରଭୃତିରୁ ସୁଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ। ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ ଓ ଗୃହୋପକରଣ କିମ୍ବା ମୂଲ୍ୟବାନ୍ ସାମଗ୍ରୀ କ୍ରୟ କରିପାରନ୍ତି । ନୂତନ କର୍ମାରମ୍ଭ ହେତୁ ନୂଆ ଉତ୍ସାହ ନେଇ କାମ କରି ଚାଲିବେ । ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କନ୍ୟା:–

ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିପାରିବେ । ଅପରାହ୍ନ ସମୟରେ ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ । ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ ଓ ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ଯେଉଁ କାମରେ ହାତଦେବେ ତାହା ଅବଶ୍ୟ ନିର୍ବିଘ୍ନରେ ସମାପନ ହୋଇଯିବ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ଟେନ୍ସନ୍ ଦୂର ହେବ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ।ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ତୁଳା:–

ଶାରୀରିକ ସୁସ୍ଥତା ଫେରିଆସିବା ସହ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। ସଭାସମିତି, କ୍ରୀଡ଼ା, କଳା, ସଙ୍ଗୀତ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ଦୂରବନ୍ଧୁଙ୍କ ସୌଜନ୍ୟମୂଳକ ସାକ୍ଷାତ ଲାଭକରି ଖୁସୀହେବେ। ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। କୌଣସି ବ୍ୟକ୍ତିଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି କଳହ ଲାଗିପାରେ । ମହିଳାମାନେ ଦୁଃଶ୍ଚିନ୍ତା ମଧ୍ୟରେ ସମୟ କଟାଇବେ । ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ବିଛା:–

ଆପଣ ଯେତେ ଶାଳୀନତା ରଖି କହିଲେ ମଧ୍ୟ ଅନ୍ୟମାନେ ଆପଣଙ୍କ କଥାର କଦର୍ଥ କରିବେ । କୌଣସି ଏକ ସାଧାରଣ ଭୁଲ୍ ଭଟକା ଅଫିସ୍ ରେ ଗୋଳମାଳିଆ ପରିସ୍ଥିତି ସୃଷ୍ଟି କରିପାରେ । ପିଲାମାନଙ୍କ ଦୁର୍ବ୍ୟବହାର ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୂଆଁଇବାକୁ ପଡିପାରେ । କୋର୍ଟକଚେରି ମାମଲାର ଶୁଣାଣି ବିପକ୍ଷରେ ଯାଇପାରେ। ମହିଳାମାନଙ୍କ କର୍ମକ୍ଷେତ୍ର ସମସ୍ୟା ବହୁଳ ହୋଇପାରେ। ବନ୍ଧୁଙ୍କ ଅନୁରୋଧକ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ରାଜନୈତିକ କ୍ଷେତ୍ରରେ କୌଣସି ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ଆହୁରି ପଢନ୍ତୁ: ମଙ୍ଗଳବାର ଦିନ କରନ୍ତୁ ଏହି ଉପାୟ, ବଦଳି ପାରେ ଆପଣଙ୍କ ଭାଗ୍ୟ।

ଧନୁ:–

ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥା କହିବା ଦ୍ୱାରା କାମ ହାସଲ କରିପାରିବେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ଆଶାଜନକ ସଫଳତା ହାସଲ କରିବେ । କଚେରି ମାମଲାର ଶୁଣାଣି ହେବ, ଯାହାକି ଆପଣଙ୍କ ସପକ୍ଷରେ ଯାଇପାରେ । ଘରର ବରାଦ ମୁତାବକ କୌରସି ବିଳାସ ଉପକରଣ କିଣିପାରନ୍ତି । ମହିଳାମାନେ ନୂତନ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ଚର୍ଚ୍ଚିତ ହୋଇପାରନ୍ତି। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମକର:–

ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକସ୍ଥିରତା ଅକ୍ଷୁର୍ଣ୍ଣ ରହିବ। ଆର୍ଥିକସ୍ଥିତି ଭଲ ରହିବା ଯୋଗେ  କାମଗୁଡ଼ିକୁ ଯଥାଶୀଘ୍ର ଶେଷ କରିବାରେ କିଛି ଅସୁବିଧା ହେବ ନାହିଁ। ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟାମୂଳକ କାମ ସମାଧାନ କରାଇପାରନ୍ତି। ବ୍ୟବସାୟୀମାନଙ୍କ ଆର୍ଥିକସ୍ଥିତି ହଠାତ୍ ବଦଳି ଯିବା ଫଳରେ  ଖୁସିହେବେ। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:–

ସତସଙ୍ଗ, ମନୋରଞ୍ଜନ ଓ  କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତ ହେବେ । ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇବେ। ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବ। ନିକଟ ସମ୍ପର୍କୀୟମାନଙ୍କ ସହ ପରୋକ୍ଷ ଶତୃତା ବଦଳିଯିବ। କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ମହିଳାମାନେ ପୁରାତନ ରୋଗର ପୀଡ଼ା ଭୋଗ କରିବେ । ପରିବାରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦରେ ପଡିପାରନ୍ତି  । ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ମୀନ:-

ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ସମ୍ପର୍କୀୟଙ୍କ ଶୁଭ ସୂଚନା ପାଇ ଖୁସି ହେବେ । ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ଦୂରଯାତ୍ରାରେ ସଫଳତା ମିଳିବ । ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!