ଦୈନିକ ରାଶିଫଳ: ୯ ଅଗଷ୍ଟ ୨୦୧୯, ମା ସନ୍ତୋସୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।  

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧ ଆଶା କରି ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଆପଣଙ୍କୁ ମାନସିକ ଶାନ୍ତି ମିଳିବ ଓ ଧାନ ପ୍ରାପ୍ତି ହେବ। ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବିଦ୍ୟାରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା ପ୍ରଟିପତ୍ତି, ମାନସମ୍ମାନ ଓ କ୍ଷାତି ବଢି ଚାଲିବ। ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ। ଘର ପରିବାରସ୍ଥିତି ଭଲ ରହିବ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିଲେ ବି ଆଶାତୀତ ଲାଭ ପାଇବେ। ହାସ-ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେଲେ ମଧ୍ୟ ଆୟ ବୃଦ୍ଧି ହେବ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ମାଲିମୋକଦ୍ଦମା ସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟାମୂଳକ କାମପ୍ରତି ପ୍ରଲୋଭିତ କରିବେ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ଆଶା ଓ ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ। ମିତ୍ର ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଅର୍ପଣ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ନୂତନ ଗୃହୋପକାରଣ ଦ୍ରବ୍ୟ କ୍ରୟ କରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ବାଣିଜ୍ୟ ବ୍ୟବସାୟ, ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ଆର୍ଥିକସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ ତେଣୁ ତାଙ୍କପ୍ରତି ଆଦରଭାବ ଜାଗୃତ ହେବ। ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ଉନ୍ନତି ସୁଖ ଶାନ୍ତି ବର୍ଦ୍ଧିତ ହେବ। ମହିଳା ମାନେ କର୍ତ୍ତବ୍ୟ ନିଷ୍ଠାରୁ ଯଶପ୍ରଶଂସାର ଅଧିକାରିଣୀ ହେବେ। ନିର୍ମାଣ ଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ବିଚ୍ଛା:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସମ୍ପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ।ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗମିଳିବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ଧନୁ:-

ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ସମସ୍ତ ଚେଷ୍ଟା ସଫଳ ହେବ। ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ। ପୁରାତନ ରୋଗର ଉପଶମ ପରିଲକ୍ଷିତ ହେବ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ ଓ ବିରୋଧିତତ୍ତ୍ଵର ମୁଖରେ ସ୍ଵାର୍ଥ-ଲାଳସା-ପୂର୍ତ୍ତିର ମଜବୁତ ତୁଣ୍ଡି ଭିଡି ଦେଇ, ଆଇନ ଶୃଙ୍ଖଳା ଶକ୍ତିକୁ ସ୍ଥାଣୁ କରିଦେଇ ପାରିବେ । ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ । ଅଏସ୍ ଆରାମ ସୁଖ-ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ। 

ମକର:-

ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ସତସଙ୍ଗ ଓ ମନୋରଞ୍ଜନ ପାଇଁ ସମୟ ଅନୁକୂଳ ରହିବ। ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ। ନିଜର ପ୍ରତ୍ୟୁତ୍ମନମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। କଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ଯିବ। ପରିବାର କଥା ଚିନ୍ତା କରି ମନରେ ସନ୍ତୋଷ ଦେଖାଦେବ। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:- 

ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!