ଦୈନିକ ରାଶିଫଳ: ୯ ଅଗଷ୍ଟ ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଶାରୀରିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୯ ତାରିଖ, ରବିବାର, କର୍କଟ ୨୫ ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ନିମ୍ବ ବା ପିତାଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୨୯ମିନିଟ୍ ରୁ ୯ଟା ୪୩ମିନିଟ୍, ଦିବା ୧ଟା ୨୮ମିନିଟ୍ ରୁ ୧ଟା ୫୮ମିନିଟ୍, ସନ୍ଧ୍ୟା ୭ଟା୧ ମିନିଟ୍ ରୁ ୯ଟା ୧୪ମିନିଟ୍। ପର୍ବଦିନ- ଖୁଦୁରୁକୁଣୀ ଓଷା ପ୍ରଥମ ପାଳି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଭାତୃ ବିବାଦ, ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। କର୍ତ୍ତବ୍ୟ ନିଷ୍ଠାରୁ ଯଶପ୍ରଶଂସାର ଅଧିକାରି ହେବେ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନାନା ପ୍ରକାର ସଂଘର୍ଷ ମଧ୍ୟରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇ ପାରନ୍ତି। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ଶିକ୍ଷାକ୍ଷେତ୍ରରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଜଗିରଖି କଥା ନ କହିଲେ କୌଣସି ଅସୁବିଧାରେ ଫଶି ଯିବେ। ସ୍ୱାସ୍ଥ୍ୟପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ସୁବିଧା ସୁଯୋଗ ପାଇ ଅଧା ହୋଇପଡ଼ିଥିବା ଗୃହକାର୍ଯ୍ୟ ସଂପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ସନ୍ତାନ ମାନଙ୍କର ଉଚ୍ଚଶିକ୍ଷାର ମନସ୍କାମନା ପୂର୍ଣ୍ଣ ହେବ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ପ୍ରତି ସତର୍କ ରହିଲେ ସମସ୍ୟାର ସମାଧାନ କରି ଅଚାନକ ଧନଲାଭ ହେବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ। ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କଲେ ଆକସ୍ମିକ ଧନ ଲାଭ ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ ନିଜକୁ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଶତୃମାନଙ୍କୁ ମୁକାବିଲା କରି ପାରିବେ। ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ ଓ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ବିରୋଧୀମାନେ ପରାସ୍ତ ହେବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ।  ରାଜନୀତି କ୍ଷେତ୍ରରେ ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ବ୍ୟବସାୟୀ ମାନଙ୍କର ଉଧାର ଦେଇଥିବା ଟଙ୍କା ମିଳିଯିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ସହ ଦଇତ୍ଵ ବଢିଯିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବିଦ୍ୟା ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପ୍ରେମକ୍ଷେତ୍ରରେ ଆପୋଷ ସମାଧାନର ରାସ୍ତା ଖୋଲି ଯିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଓ ବାଦବିବାଦ କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ।  ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ।ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ଘଟଣାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ରାଜନୀତିରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସ୍ଵାସ୍ଥ୍ୟରେ ସୁଧାର ଆସିବା ସହିତ ମାନସିକ ଏକାଗ୍ରତା ବଜାୟ ରହିବ। ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଉଚ୍ଚଆଶା ସଫଳ, ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହୋଇ ସମ୍ମାନିତ ହେବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରି ପାରିବେ। ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ  ଆଶାତୀତ ଲାଭ ପାଇବେ। ଧନମାନ ଦିଗରୁ ସୁରକ୍ଷିତ ରହିବେ। ପାରିବାରିକ ଦ୍ଵନ୍ଦର ଅବସାନ ଘଟି ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରେମକ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ସାମାଜିକ କଲ୍ୟାଣ କାମରେ ସହଯୋଗ କରି ପ୍ରଶଂସିତ ହେବେ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। କେତେକ କ୍ଷେତ୍ରରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ଶିକ୍ଷାର୍ଥୀମାନେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ।ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ପ୍ରକାଶ ପାଇବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପ୍ରତିକାର:- ଅସହାୟଙ୍କର ସେବା କରନ୍ତୁ।

କୁମ୍ଭ:-

ବାଣିଜ୍ୟ ବ୍ୟାପାର ମାମଲାରେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ଭୌତିକ ସୁଖସୁବିଧା ସାଧନର ବୃଦ୍ଧି ହେବ। ବେସାହାରା ମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମ କ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ।ବନ୍ଧୁ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ। ବ୍ୟବସାୟରେ ଆଶାତୀତ ଲାଭପାଇ ଲକ୍ଷ ହାସଲ କରିବାରେ ସମର୍ଥ ହେବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଯୋଗେ ମନ ଖୁସି ରହିବ। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ। ବିରୋଧୀମାନେ କ୍ଷତି କରିବାରେ ଅସଫଳ ହେବେ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!