ସାପ୍ତାହିକ ରାଶିଫଳ: ୯ ଡିସେମ୍ବର ରୁ ୧୫ ଡିସେମ୍ବର, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବାସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ଓ  ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ମିତ୍ରଙ୍କଠାରୁ ସହଯୋଗ ମିଳିବ। ଶୁଭ ସମାଚାର ପାଇ ଖୁସି ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ। ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ବ୍ୟବସାୟ ଭଲ ମନ୍ଦ ଗତିରେ ଚାଲିବ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଏବଂ କଠିନ ପରିଶ୍ରମ ହେତୁ ପ୍ରଶଂସା ପାଇବେ। ଶରୀର ସୁସ୍ଥ ରହିବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇ ପାରନ୍ତି। ବ୍ୟବସାୟରେ ଭଲ ଲାଭ ପାଇବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ଓ ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଉତ୍ତମ ରୋଜଗାର ମିଳିବ। ନୂତନ କର୍ମ ନିଯୁକ୍ତି ପାଇବେ। ଗୃହସ୍ଥ ଜୀବନ ସୁଖମୟ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଯୋଜନାରେ ସଫଳତା ମିଳିବ। ନିଜ ପରିଶ୍ରମରୁ ଲାଭ ମିଳିବ। ଘରୋଇ କର୍ମକ୍ଷେତ୍ରରେ  ସହଯୋଗୀଙ୍କ ସାହାଯ୍ୟ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆଶାନୁରୂପ ଲାଭପାଇବେ। କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ।  ଆୟରସ୍ରୋତ ବୃଦ୍ଧିହେବ  କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଆର୍ଥିକ କ୍ଷେତ୍ରରେ  ଉନ୍ନତି, ଶତୃ ନାଶ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବନ୍ଧୁ ମିତ୍ରଙ୍କର ସହଯୋଗରେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ କ୍ଷେତ୍ରରେ ଆଶାତୀତ ଲାଭମିଳିବ। ଆୟ ଉପାର୍ଜନରେ ବାଧାନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଆର୍ଥିକ  ଉନ୍ନତି ଦେଖାଦେବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। କଠିନ  ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଆର୍ଥିକ ଉନ୍ନତି ଦେଖାଦେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତ୍ୟେକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ। ଆୟ ଉତ୍ତମ, ଶରୀର ସୁସ୍ଥରହିବ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। କ୍ରୀଡ଼ା, କଳା, ସଂସ୍କୃତି, ବାଣିଜ୍ୟବ୍ୟବସାୟ, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀହେବେ। ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ପରିବାରରେ ସାଧାରଣ ବାତାବରଣ ରହିବ। ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ।  ନୂତନ କର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କଠାରୁ  ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ପୁରାତନ ରୋଗରୁ ମୁକ୍ତି ମିଳିବ। ଶରୀର ସୁସ୍ଥ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ। ଦାମ୍ପତ୍ୟ କଳହର ସମାଧାନ ହୋଇଯିବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ପ୍ରତିକାର:– ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ। ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅତି ଉତ୍ତମ ଫଳ ଭୋଗିବେ। ଭାଗ୍ୟଶାଳୀ, ସନ୍ତାନସୁଖ, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବ। ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ  ପଢା ପଢିରେ ମନ ଦେବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ସାଂସାରିକ ଜୀବନ ସୁଖମୟ ହେବ। ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ପ୍ରତିକାରଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚଶିକ୍ଷାର ସୁବିଧା ସୁଯୋଗ ପାଇବେ। ବିଦ୍ୟାର୍ଥୀ ମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ। ପ୍ରତିଯୋଗିତାରେ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଅତ୍ୟନ୍ତ ଶୁଭସମୟ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଫଳ ପାଇବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଯଶ-ମାନ-ପ୍ରତିଷ୍ଠା ବୃଦ୍ଧି ପାଇବ। ସନ୍ତାନଙ୍କ ସହଯୋଗ ପାଇ ଗୃହସ୍ଥ ଜୀବନରେ ଭରପୂର ସୁଖପ୍ରାପ୍ତି ହେବ। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକ ମାନଙ୍କର ବିଶେଷ ଉନ୍ନତି ହେବ। ଏହି ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହେବ। ଧଳା ବସ୍ତ୍ର ପରିଧାନ କଲେ ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସ ଘାତକତା କରି ପାରନ୍ତି। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!