ଆଜି କେମିତି ରହିବ ଆପଣଙ୍କ ଦିନ : ୯ ଫେବୃୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୯ ଫେବୃୟାରୀ ୨୦୧୮

ମେଷ:-

ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ଅତି  ବିଶ୍ଵାସପାତ୍ର ଧୋଖା ଦେଇ ପାରନ୍ତି। ପ୍ରତିକାର:-ତନ୍ଦୁରୁଟି ତିଆରି କରି ଗାଈକୁ ଖାଇବାକୁ ଦେବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। କାରବାରରେ ସ୍ଥିତି ଠିକ୍ ରହିବ। ମହିଳାଙ୍କ ମାନସିକସ୍ଥିତି ଭଲ ରହିବ। ପ୍ରତିକାର:-ଫୁଲଗଛରେ ପାଣିଛିଞ୍ଚି ଫୁଲତୋଳି ଠାକୁରଙ୍କୁ ଚଢେଇବେ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ଆପଣଙ୍କ ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଆପଣଙ୍କୁ ମାନସିକ ଶାନ୍ତି ମିଳିବ ଓ ଧାନ ପ୍ରାପ୍ତି ହେବ। ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ପ୍ରତିକାର:-ସକାଳେ ଧର୍ମସ୍ଥାନକୁ ସଫାକରନ୍ତୁ।

କର୍କଟ:-

ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ଡାକ୍ତରଙ୍କ ପାଖକୁ ଯିବାକୁ ପଡିପାରେ, କିନ୍ତୁ କୌଣସି ଡରିବାର ବା ଚିନ୍ତାର କଥା ନାହିଁ। ବୈବାହିକ ଜୀବନରେ ମତାନ୍ତର ମନାନ୍ତର ଦେଖା ଦେଇପାରେ। ପ୍ରତିକାର:-ବୃଦ୍ଧବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ।

ଆହୁରି ପଢନ୍ତୁ: ୧୪ ଫେବୃୟାରୀ ୨୦୧୮: ମହାଶିବରାତ୍ରି (ଜାଗର) କିପରି ପାଳନ କରିବେ?

ସିଂହ:-

ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବିଦ୍ୟାରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରତିକାର:-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା ପ୍ରଟିପତ୍ତି, ମାନସମ୍ମାନ ଓ କ୍ଷାତି ବଢି ଚାଲିବ। ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ। ଘର ପରିବାରସ୍ଥିତି ଭଲ ରହିବ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର:-ଗହମ, ଗୁଡ ବାଳକମାନଙ୍କୁ ଦାନ କରିବେ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ତୁଳା:-

ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିଲେ ବି ଆଶାତୀତ ଲାଭ ପାଇବେ। ଜଗିରଖି କଥା ନ କହିଲେ କୌଣସି ଅସୁବିଧାରେ ଫଶିଯିବେ। ସ୍ୱାସ୍ଥ୍ୟପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ ନତୁବା ଏଥିପାଇଁ ବହୁତ ଟଙ୍କା ଖର୍ଚ୍ଚ କରିବାକୁ ପଡିବ। ମାଲିମୋକଦ୍ଦମା ସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ପ୍ରତିକାର:-ଲାଲଚନ୍ଦନ ଓ ମସୁରଡାଲି ଧର୍ମସ୍ଥାନରେ ଦେବେ।

ବିଛା:-

କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ହାସ-ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେଲେ ମଧ୍ୟ ଆୟ ବୃଦ୍ଧି ହେବ। ପ୍ରତିକାର:-କୌଣସି କନ୍ୟାକୁ ଧଳାମିଠା ଖାଇବାକୁ ଦେବେ।

ଧନୁ:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ନୂତନ ଗୃହୋପକାରଣ ଦ୍ରବ୍ୟ କ୍ରୟ କରିବା ଫଳରେ ସ୍ଵାମୀ ସ୍ତ୍ରୀ ମଧ୍ୟରେ ଭୁଲ୍ ବୁଝାମଣା ହୋଇପାରେ। ପ୍ରତିକାର:-ଭିକାରୀକୁ ନିରାଶ କରିବେ ନାହିଁ।

ମକର:-

ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ଆର୍ଥିକସ୍ଥିତି ଭଲ ରହିବ। କର୍ମ କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ। ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟାମୂଳକ କାମପ୍ରତି ପ୍ରଲୋଭିତ କରିବେ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ପ୍ରତିକାର:-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ:-

ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ଆଶା ଓ ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ। ମିତ୍ର ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଅର୍ପଣ କରିବେ। ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବ। ପ୍ରତିକାର:-ଶିବମନ୍ଦିରରେ କ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମୀନ:-

ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ ତେଣୁ ତାଙ୍କପ୍ରତି ଆଦରଭାବ ଜାଗୃତ ହେବ। ସବୁ ଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟକ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରିବ। ମହିଳାମାନେ ପରକଥାରେ ପଡି ନି ଲୋକଙ୍କୁ ଭୁଲ୍ ବୁଝିବେ। ପ୍ରତିକାର:- ୧୧ଜଣ ପିଲାଙ୍କୁ ଧଳାମିଠା ଖାଇବାକୁ ଦେବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!