ଦୈନିକ ରାଶିଫଳ: ୯ ଫେବୃୟାରୀ ୨୦୧୯, ଶନି ଦେବଙ୍କ କୃପାରୁ ଏହିସବୁ ରାଶି ପରୀକ୍ଷା ପ୍ରତିଯୋଗୀତାରେ ଉତ୍ତିର୍ଣ ହେବେ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୯ ଫେବୃୟାରୀ ୨୦୧୯

ମେଷ:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ଯୁବକ-ଯୁବତୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପ୍ରତିକାର:-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। କର୍ମକ୍ଷେତ୍ରରେ ନୂତନଜାଗାର ନିମନ୍ତ୍ରଣ ଆସିବ ଓ କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଅଚାନକ ଉନ୍ନତି ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି, ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ପୈତୃକ ସମ୍ପତ୍ତି ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆୟ ଉପାର୍ଜନ ମଧ୍ୟମ ଧରଣର ହେବ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ଟଣା ଟଣି ପରିସ୍ଥିତି ଦେଖାଦେବ। ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଶାନ୍ତି ପାଇବେ ଓ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ କ୍ଷେତ୍ରରେ ଆର୍ଥିକ ଉନ୍ନତିହେବ। ବ୍ୟବସାୟ ପ୍ରସାର ଫଳରେ ଅତ୍ୟଧିକ ଲାଭହେବ। କେତେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

ସିଂହ:-

ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ଖୁସି ରହିବେ। ବାଦ-ବିବାଦ, ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ଵାସ କଲେ ଠକାମୀ ଭଣ୍ଡାମିର ଶୀକାର ହେବେ। ମହିଳାମାନେ ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରି ପାରନ୍ତି। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଉଚ୍ଚମନ୍ୟତାର ଅଧିକାରୀ ହେବେ ଓ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଜ୍ଞାନ-ଗବେଷଣା ସ୍ତରରେ କୃତକର୍ଜ୍ୟ ହୋଇ  ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ତୁଳା:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ମହିଳାମାନଙ୍କର ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ। ରାଜନୀତି କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ବିଛା:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ମହିଳାମାନଙ୍କର ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:-

କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପାରିବାରିକ ଜୀବନ ସୁଖମୟ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟକର୍ମରେ ଅଂଶଗ୍ରହଣ କରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରା ନ କରିବା ଭଲ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ। ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଲାଭାନ୍ଵିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ମହିଳାମାନେ ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ରାଜନୀତି କ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହେବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ମୀନ:-

କର୍ମକ୍ଷେତ୍ରରେ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇପାରନ୍ତି। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସାମାଜିକସ୍ଥିତି, ପ୍ରସିଦ୍ଧି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ମହିଳାମାନଙ୍କର ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପରିବାରରେ ମାତା ପିତାଙ୍କସହ କଳହ ଅବସାନ ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!