ଦୈନିକ ରାଶିଫଳ: ୯ ଜାନୁୟାରୀ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ ସୁ ଖବର ପାଇବା ଫଳରେ ଖୁସି ହେବେ। ମଉଜ-ମସ୍ତିରେ ସମୟ କଟିପାରେ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ମନ କରିବେ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ, ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ପାଇବେ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ ଓ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପିଲାମାନଙ୍କ କାର୍ଯ୍ୟ କଳାପ ସମ୍ମାନ ବୃଦ୍ଧିର ସୂଚନା ଦେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ପ୍ରତିକାର- ଭୋକିଲା ଲୋକଙ୍କୁ ଭୋଜନ ଦିଅନ୍ତୁ।

କର୍କଟ:-

ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ। ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ବନ୍ଧୁମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ। ଦାମ୍ପତ୍ୟ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରତିକାର:- ଭୋକିଲା ଲୋକକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ:-

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧି କାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମ କ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ରାଜନୀତିରେ ସଫଳତା ମିଳିବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପ୍ରତିକାର-ଅସହାୟଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

ତୁଳା:-

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ସାମାଜିକ ଉତ୍ସବରେ ଯୋଗ ଦେବେ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପରିବାରରେ କିମ୍ବା କୁଟୁମ୍ବରେ ସମାଜିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରି ପାରନ୍ତି।

ବିଚ୍ଛା:-

ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଆନନ୍ଦିତ ହେବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ଧନୁ:-

କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇ ଲାଭବାନ ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବାସହ ଆର୍ଥିକ ଚିନ୍ତା ଦୁରହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:-

ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। କର୍ମ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। ପ୍ରତିକାର- ଷଣ୍ଢକୁ ରୁଟି ଖାଇବାକୁ ଦିଅନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଜନସେବାଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗୃହ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!