ଦୈନିକ ରାଶିଫଳ: ୯ ଜୁଲାଇ ୨୦୧୮
ମେଷ:-
ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। କର୍ମଚାରୀମାନଙ୍କର ଅତ୍ୟଧିକ କାର୍ଯ୍ୟଚାପ ହେତୁ ଚିନ୍ତିତ ରହିବେ। ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।
ବୃଷ:-
ମହିଳାମାନେ ଭ୍ରମଣ କରିବାର ସୁଯୋଗ ଅଛି। ରାଜନୀତି କ୍ଷେତ୍ରରେ ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ। କାର୍ଯ୍ୟ ଓ ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନିଜର ରଚନାତ୍ମକ ଚିନ୍ତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ। ଆର୍ଥିକ ମାମଲା ସୁଧୁରିଯିବ। ପ୍ରତିକାର– ଗହମ, ଗୁଡ କିଛି ଦାନ କରନ୍ତୁ।
<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>
ମିଥୁନ:-
କୌଣସି ବରିଷ୍ଠ ରାଜନେତା ବା ପଦସ୍ଥ ଅଧିକାରୀ, ସେଲିବ୍ରିଟ୍ ଦ୍ଵାରା ଦେଖାହୋଇ ପାରନ୍ତି। ଶତୃଙ୍କ ସହିତ ମୁକାବିଲା କରିପାରିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଜନସେବାଦ୍ଵାରା ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। କର୍ମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ଋଣ ଭରଣାରେ କଷ୍ଟ ହେବ। ପ୍ରତିକାର:- ବିରାଡିକୁ କ୍ଷୀର ଦିଅନ୍ତୁ।
କର୍କଟ:-
ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବା ସହ ଲକ୍ଷ୍ୟ ସିଦ୍ଧିହେବ। ଅବିବାହିତ ଯୁବକ-ଯୁବତୀଙ୍କର ବିବାହ ସ୍ଥିର ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ବ୍ୟବସାୟ କ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ। ଶତୃଙ୍କଠାରୁ ଦୂରେଇ ନରହିଲେ ମନସ୍ତାପ ବଢିଯିବ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନ ଦାନ ଦିଅନ୍ତୁ।
ସିଂହ:-
ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଚାକିରୀ କ୍ଷେତ୍ରରେ ସୁଧାର ଆସିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ବାଣିଜ୍ୟ କ୍ଷେତ୍ରରେ ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ମହିଳାମାନଙ୍କର ପ୍ରିୟଜନ ଓ ପରିବାର ସଦସ୍ୟ ନିକଟତର ହେବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।
କନ୍ୟା:-
ଦାମ୍ପତ୍ୟ ସୁଖରେ ବାଧା ଦେଖାଦେବ। କର୍ମଜୀବିମାନେ ଅସୁବିଧାର ସମ୍ମୁଖୀନ ହେବେ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର କାର ମଧ୍ୟକୁ ଠେଲି ହୋଇଯିବେ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ପ୍ରତିକାର:- ଅସହାୟ ମାନଙ୍କୁ ସାହାଯ୍ୟ କରନ୍ତୁ।
ତୁଳା:-
ପ୍ରେରଣା ଓ ଆର୍ଥିକ ସହାୟତାରେ କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ। ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ପ୍ରତିକାର:- ଗୋମାତାକୁ ଖାଇବାକୁଦେବା ଆବଶ୍ୟକ।
ବିଛା:-
ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ-ବିବାହ, ଚାକିରୀ ଇତ୍ୟାଦି ସଂପୂର୍ଣ୍ଣ ହେବ। ବ୍ୟାପାରରେ ପ୍ରଚୁର ଲାଭ ହେବ, କିନ୍ତୁ କୌଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର–କୌଣସି ଲୋକକୁ ମିଠା ଖାଇବାକୁ ଦେବେ।
ଧନୁ:-
ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରରେ ବହୁତ ପରିଶ୍ରମ କଲେ ଅର୍ଥ ଲାଭ ହେବ। ପିତା ମାତାଙ୍କ ଠାରୁ ସାହାଯ୍ୟ ମିଳିବ। ଆର୍ଥିକ ଉନ୍ନତିରେ ବାଧା ଓ ଶାରିରୀକ ଅସୁସ୍ଥତା ଦେଖାଦେବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଚାକିରୀ କ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ମନ ଅଶାନ୍ତି ଲାଗିବ। ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।
ମକର:-
ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ପାରିବାରିକ ଜୀବନରେ ସୁଧାର ହେବ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ମାଲିମୋକଦ୍ଦମାରେ କୂଟନୀତିର ଶିକାର ହେବେ। ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର:- ଷଣ୍ଢକୁ ଖାଦ୍ୟ ଦିଅନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988
କୁମ୍ଭ:-
କର୍ମକ୍ଷେତ୍ରରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ରାଜନୀତି କ୍ଷେତ୍ରରେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ମହିଳାମାନେ ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ। ଅବିବାହିତ ଯୁବକ ଓ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ଛାତ୍ର ଓ ଛାତ୍ରୀମାନେ ବାହ୍ୟ ଦେଶକୁ ଯାତ୍ରା କରିବେ। ପ୍ରତିକାର– ଅସହାୟକୁ ନିରାଶ କରିବେ ନାହିଁ।
ମୀନ:-
ମହିଳାମାନଙ୍କର ଶାରିରୀକ ଅସୁସ୍ଥତା ଦୂରହେବ ଓ କର୍ମ ନିଯୁକ୍ତିର ସୁଯୋଗ ପାଇବେ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅସୁବିଧାର ସମ୍ମୁଖିନ ହେବେ। ବାଣିଜ୍ୟ କ୍ଷେତ୍ରରେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ଗତି କରିବେ। ରାଜନୀତି କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ ନତୁବା କୋର୍ଟ କଚେରୀ ମାମଲାରେ ଫସିଯାଇ ପାରନ୍ତି। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।