ଦୈନିକ ରାଶିଫଳ: ୯ ଜୁଲାଇ ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଆର୍ଥିକସ୍ଥିତିରେ ସୁଧାର ଆସିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ନୂତନ ବସ୍ତୁ କ୍ରୟ କରିପାରିବେ। ସ୍ୱାସ୍ଥ୍ୟ ଭଲ ରହିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମକ୍ଷେତ୍ରଟି ସୁଦୃଢ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ମହିଳାମାନେ ହସ ଖୁସିରେ ଚଳିବେ। ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ ସତର୍କ ରହିଲେ ଆର୍ଥିକ ଭରସାମ୍ୟ ରକ୍ଷାକରୀ ପାରିବେ ଓ ଶାନ୍ତିର ନିଃଶ୍ଵାସ ମାରି ପାରିବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ। ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। କର୍ମ ପାଇଁ ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସୁସମ୍ବାଦ ପ୍ରାପ୍ତି ହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭ ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।   

ସିଂହ:-

ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ। ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ସ୍ୱାସ୍ଥ୍ୟ ଠିକ୍ ରହିବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ଓ ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ଓ ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ତୁଳା:-

ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ହୋଇପାରେ। ନୂଆ ଜ୍ଞାନର ବୃଦ୍ଧି ହେବ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ବିଚ୍ଛା:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସେୟାର ବଜାରରେ ମୁନାଫା ମିଳିବ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଜନସେବାରେ ନିଜକୁ ନିୟୋଜିତ କରିବେ ଓ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ମାଲିମୋକଦ୍ଦମାର ସମାଧାନ ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଶତୃମାନେ ପରାଜିତ ହେବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ଆୟର ପନ୍ଥା ସହଜ ହେବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। କର୍ମକ୍ଷେତ୍ରରେ  କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ଶୀଘ୍ର ଯାତ୍ରା କରିବାକୁ ପଡିପାରେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ମହିଳାମାନେ ପିଲାମାନଙ୍କ ସଫଳତାରେ ଖୁସିହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!