ଦୈନିକ ରାଶିଫଳ: ୯ ଜୁନ୍ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ୯ ତାରିଖ, ମଙ୍ଗଳବାର, ବୃଷ ମାସ ୨୭ ଦିନ, ଆଷାଢମାସ, କୃଷ୍ଣପକ୍ଷ, ଚତୁର୍ଥୀ ତିଥି, ଉତ୍ତରାଷାଢା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ମୂଳା ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୧୧ମିନିଟ୍ ରୁ ୬ଟା ୪୮ମିନିଟ୍, ସକାଳ ୯ଟା ୩୫ମିନିଟ୍ ରୁ ୧୨ଟା ୧୧ମିନିଟ୍, ଦିବା ୪ଟା ୪୩ମିନିଟ୍ ରୁ ୫ଟା ୨୭ମିନିଟ୍, ସନ୍ଧ୍ୟା ୬ଟା ୨୨ମିନିଟ୍ ରୁ ୭ଟା ୩ମିନିଟ୍, ରାତ୍ର ୯ଟା ୪ମିନିଟ୍ ରୁ ୯ଟା ୫୬ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳି ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ ଓ ଶାନ୍ତି ବିରାଜମାନ କରିବ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍ ରେ ଆଗ୍ରହ ବଢିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ବାଦବିବାଦ, ପ୍ରତିଦ୍ଵନ୍ଦିତାରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ। ପରିବାରରେ ମାନସିକ ଶାନ୍ତି ମିଳିବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନିଜର ଇଛା ବିରୋଧରେ କୌଣସି କର୍ମକରି ଅଚାନକ ଭାବରେ କୌଣସି ସମସ୍ୟା ବା ବିବାଦରେ ଫସି ଯିବେ। ବନ୍ଧୁମିତ୍ର ଓ ସହଯୋଗୀମାନଙ୍କ ସମର୍ଥନ ପାଇ ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀହେବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଶିକ୍ଷା କ୍ଷେତ୍ରରେ ପରିଶ୍ରମ ନ ବଢାଇଲେ ଉତ୍ତମ ରୂପେ ଲକ୍ଷ୍ୟ ସିଦ୍ଧି ସମ୍ଭବ ହେବ ନାହିଁ। ପ୍ରତିକାର:- ଗୋମାତାଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି। ବ୍ୟାପାରରେ ପ୍ରଚୁର ଲାଭ ହେବ। ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ। ନିଜର ଯୋଜନା ମୁତାବକ କାର୍ଯ୍ୟକରିଲେ ସଫଳତା ମିଳିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ। ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ବାଦବିବାଦ, ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ। କଥାବାର୍ତ୍ତା ଓ ନିଜର କ୍ରୋଧକୁ ନିୟନ୍ତ୍ରଣ କରିବା ଉଚ୍ଚିତ୍। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ। ପ୍ରତିକାରମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ବ୍ୟବସାୟ କ୍ଷେତ୍ରରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବା ସହ ନୂତନ ଦ୍ରବ୍ୟ କ୍ରୟ କରିଲେ ବିଶେଷ ଲାଭବାନ ହେବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୀର୍ତ୍ତୀ ଓ ମାନପ୍ରତିଷ୍ଠାରେ ବୃଦ୍ଧି ହେବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ସୁଖଶାନ୍ତି ବୃଦ୍ଧି ହେବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନପ୍ରତିଷ୍ଠା ବଢିବ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ନିର୍ମାଣ, ଯୋଗାଯୋଗ ପାଇଁ ଅଧିକ ସମୟ ଦେବାକୁ ପଡିବ। ରାଜନୀତି କ୍ଷେତ୍ରରେ ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ଗୁରୁତ୍ଵପୂର୍ଣ୍ଣ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ବନ୍ଧୁମିତ୍ରଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ଅର୍ଥସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। କୌଣସି ଆୟୋଜନ କରେଇ ମଉଜ ମସ୍ତିରେ ସମୟ କଟିପାରେ। ପୁରୁଣା ଧନଲାଭ ହେବାରୁ ଖୁସି ହେବା ସହ ଶୁଭ ସମ୍ବାଦ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଘନିଷ୍ଠ ବ୍ୟକ୍ତିଙ୍କ ପ୍ରେରଣା ଓ ଆର୍ଥିକ ସହାୟତା ପାଇ ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରନ୍ତି। ପିଲାମାନେ ପରୀକ୍ଷାରେ ସଫଳତା ପାଇବା ଯୋଗେ ଖୁସିହେବେ। ପରିବାରରେ କିମ୍ବା କୁଟୁମ୍ବରେ ଶୁଭ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହୋଇ ଆର୍ଥିକ ଚିନ୍ତା ଦୁରହେବ। ରାଜନୀତି କାର୍ଯ୍ୟରେ ବିରୋଧୀ ମାନେ ହଇରାଣ ହୋଇ ମଥାନତ କରିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସାଧାରଣ ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବା ଫଳରେ ଲକ୍ଷ୍ୟ ସିଦ୍ଧିହେବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରିୟଜନ ଓ ପରିବାରର ସଦସ୍ୟ ଆପଣଙ୍କ ନିକଟତର ହେବେ। କର୍ମଚାରୀ ଓ ଶ୍ରମିକମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। କଳାସଙ୍ଗୀତ, ନୃତ୍ୟଗୀତ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ମଜ୍ଜି ରହିବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଧର୍ମକର୍ମରେ ରୁଚି ବୃଦ୍ଧି ହେବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇ ପାରନ୍ତି। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡି ପାରନ୍ତି। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମୀନ:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ। ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢିପାରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। କର୍ମଚାରୀ ଓ ଶ୍ରମିକମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!