୨୦୨୦ ମସିହା, ମାର୍ଚ୍ଚ ମାସ ୯ତାରିଖ, ସୋମବାର, କୁମ୍ଭ ମାସ ୨୬ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମା ତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। କର୍କଟ, ମକର ରାଶିର ଘାତଚନ୍ଦ୍ର। ଆମିଷ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୪ମିନିଟ୍ ରୁ ୭ଟା ୩୧ମିନିଟ୍, ଦିବା ୧୦ଟା ୪୭ମିନିଟ୍ ରୁ ୧ଟା ୭ମିନିଟ୍, ଦିବା ୪ଟା ୨୩ମିନିଟ୍ ରୁ ୫ଟା ୨ମିନିଟ୍, ସନ୍ଧ୍ୟା ୬ଟା ୪୦ମିନିଟ୍ ରୁ ୯ଟା ୫ମିନିଟ୍। ପର୍ବଦିନ – ଦୋଳ ପୂର୍ଣ୍ଣିମା, ଶ୍ରୀ ଚୈତନ୍ୟ ଜନ୍ମ, ନୂତନ ପଞ୍ଜିକା ପଠନ ଓ ଶ୍ରବଣ, ଗୋ ସହସ୍ରି ଗଙ୍ଗା ସ୍ନାନ।
ମେଷ:-
ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। କୁଟୁମ୍ବରେ କିମ୍ବା ପଡୋଶୀଙ୍କ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ। ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମେଣ୍ଟିଯିବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-
ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହୋଇ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ସାଧୁ ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। ସ୍ୱାସ୍ଥ୍ୟ ଠିକ୍ ରହି ନ ପାରେ। ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ।
ମିଥୁନ:-
ଆର୍ଥିକସ୍ଥିତିରେ ସୁଧାର ଆସିବ। ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ରାଜନୈତିକ କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ନକରିବା ଉଚିତ୍। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ। ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-
ସ୍ୱାସ୍ଥ୍ୟ ଠିକ୍ ରହିବ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ କିନ୍ତୁ ସତର୍କ ରହିଲେ ଆର୍ଥିକ ଭରସାମ୍ୟ ରକ୍ଷାକରି ପାରିବେ। ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର– କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-
ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ। ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର–ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।
କନ୍ୟା:-
ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ସ୍ଵାସ୍ଥ୍ୟର ଅବନତି ନେଇ ଚିନ୍ତିତ ରହିବେ। ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-
କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦପଦବୀ ଲାଭ ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ ସାମାଜିକ ପ୍ରତିଷ୍ଠା. ମାନ ସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-
କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ନୂତନ ଯାନକ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ଯାତ୍ରାଫଳରେ ଉତ୍ସାହିତ ହେବେ ଓ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ପ୍ରତିକାର– ମୁହଁ ମିଠାକରି ଘରୁ ବାହାରନ୍ତୁ।
ଧନୁ:-
କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟ ବୃଦ୍ଧି କରିବାର ଇଚ୍ଛା ଜାଗ୍ରତ ହେବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।
ମକର:-
ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଆତ୍ମୀୟତା ସୃଷ୍ଟିହେବ। କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ। ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା ଅଛି। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର– କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-
କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-
ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ। ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ। ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ। ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ। ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988