ଦୈନିକ ରାଶିଫଳ: ୯ ନଭେମ୍ବର ୨୦୧୮। ମା ସନ୍ତୋଷୀ ଙ୍କର ଏହି ୪ଟି ରାଶି ଉପରେ କୃପା ଦୃଷ୍ଟି ରହିବ… ଧନ ପ୍ରାପ୍ତିର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୯ ନଭେମ୍ବର ୨୦୧୮। ମା ସନ୍ତୋଷୀ ଙ୍କର ଏହି ୪ଟି ରାଶି ଉପରେ କୃପା ଦୃଷ୍ଟି ରହିବ… ଧନ ପ୍ରାପ୍ତିର ଯୋଗ ଅଛି

ମେଷ:-

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ମହିଳାମାନେ ହସ ଖୁସିରେ ଚଳିବେ। କର୍ମକ୍ଷେତ୍ରରେ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବାଣିଜ୍ୟ, ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ଋଣ ଭରଣାରେ କଷ୍ଟ ହେବ। ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ  ରହିବା ଉଚିତ୍। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ। କାର୍ଯ୍ୟ ଓ ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ। ଆର୍ଥିକ ମାମଲା ସୁଧୁରିବ। କୌଣସି ବରିଷ୍ଠ ରାଜନେତା ବା ଅଧିକାରୀ, ସେଲିବ୍ରିଟ୍ ଦ୍ଵାରା ଦେଖାହୋଇ ପାରନ୍ତି। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ। ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ନୂଆ ଚାକିରୀ ହେବାର ସୁଯୋଗ  ମିଳିବ। ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ:-

ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ। ପ୍ରତିକାର-  ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ସେୟାର ବଜାରରେ ମୁନାଫା ମିଳିବ। ପୁରୁଣା ନିବେଶ ଲାଭ ଦେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧି କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଭବିଷ୍ୟତକୁ ଧ୍ୟାନରେ ରଖି ଯଶ ପ୍ରତିଷ୍ଠା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପ୍ରତିକାର- ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

 କନ୍ୟା:-

ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତି। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।   

ତୁଳା:-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ।  ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ମହିଳାମାନେ ସଙ୍ଘର୍ଷରତ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ପ୍ରତିକାର- ଗାଈକୁ ଖାଇବାକୁ ଦେବେ।

ବିଛା:-

ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ସ୍ଥାଇ ରୋଗୀମାନେ ଦୂରସ୍ଥାନକୁ  ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହ ହେବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ବଢିବ ଓ ସମୟ ଗଡି ଚାଲିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।  

ମକର:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ। ମହିଳାମାନେ ମାଙ୍ଗଳିକ କାର୍ଯ୍ୟରେ ରତ ହେବେ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ଶୁଭ ବା ମଙ୍ଗଳ କାମ କରିପାରିବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କୁମ୍ଭ:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ନୂଆ କାମ ନୂଆ ପ୍ରେରଣା ଦେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଆନନ୍ଦ ପାଇବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ପ୍ରତିକାର- ଗାଈକୁ ଗୁଡ ରୁଟି ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ବଢିବ ଓ ସମୟ ଗଡି ଚାଲିବ। ମହିଳାମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର- ହନୁମାନ ମନ୍ଦିରରେ ବୁନ୍ଦିଲଡୁ ପ୍ରସାଦ କରି ବାଣ୍ଟନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!