ଦୈନିକ ରାଶିଫଳ: ୯ ନଭେମ୍ବର ୨୦୧୯, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ମନ ବଳେଇବେ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପରିବାରର ଆବଶ୍ୟକତା ପୂରଣ ଦିଗରେ ମନ ନିବେଶ କରିବେ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇ କିଛି ଅର୍ଥ ବ୍ୟୟ କରିବେ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ସ୍ଥଗିତଥିବା କର୍ମଟି ଓ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପ୍ରତିଯୋଗିତା ପରୀକ୍ଷାରେ ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ, ଓ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରିବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ଓ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ସମ୍ମାନ ମିଳିବ। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମହିଳାମାନେ ନୂତନବନ୍ଧୁଙ୍କୁପାଇ ଖୁସୀ ଅନୁଭବ କରିବେ। ପ୍ରତିଯୋଗିତା ପରିକ୍ଷାରେ ଉତ୍ତିର୍ଣ୍ଣ ହେବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ। କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ପରିବାରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖି ପାରିବେ। ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଅର୍ଥସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ବ୍ୟବସାୟ କ୍ଷେତ୍ରରେ ନିଜ ଲୋକ ମନମୋଟିଆ ହେବେ ଓ ମାନସିକ ଚିନ୍ତା ବୃଦ୍ଧି ହେବ। ଗୃହୋପକରଣ କ୍ରୟ କରିବେ। ରାଜନୀତି କ୍ଷେତ୍ରରେ ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନକରି ପାରିବେ। ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ। ବ୍ୟବସାୟରେ ଆୟ ବୃଦ୍ଧି ଓ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ସହଯୋଗ ପ୍ରାପ୍ତି ହେବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ। ରାଜନୈତିକକ୍ଷେତ୍ରରରେ ସ୍ଥିତି ସୁଦୃଢ ହେବା ସହ କାର୍ଯ୍ୟଭାର ବୃଦ୍ଧି ହେବ। ଅଚାନକ ଧନ ପ୍ରାପ୍ତିହେବ ଓ ଭବିଷ୍ୟତପାଇଁ ଯୋଜନାକରି ପୁଞ୍ଜି ନିବେସ କରିବେ। ଜାଗା, ଜମି, ଗୃହସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ଆଶା ଆକାଂକ୍ଷା ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ରାଜନୈତିକ କ୍ଷେତ୍ରରେ ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ପୁରାତନ ରୋଗର ପ୍ରକୋପ ଉପଶମ ହେବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ବିଚ୍ଛା:-

ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ର ଆଭୂଷଣ, ବାହାନାଦି ପ୍ରାପ୍ତି ହେବ। କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।  ପ୍ରତିକାର:-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ରାଜନୈତିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିଲେ ବି ଆଶାତୀତ ଲାଭ ପାଇବେ। ବିଦ୍ୟାରେ ଉନ୍ନତି ହେବ। ମହିଳାମାନଙ୍କ ପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ କରିବେ। ହଠାତ୍ ଉଡ଼ା ଖବର ପାଇ କୌଣସି ଘଟଣା ମନକୁ ବିବ୍ରତ କରିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ସରକାରୀ କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ଶତ୍ରୁମାନେ ମିତ୍ରତା ଆଚରଣ କରିବେ। ବିବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବିଭିନ୍ନ କାର୍ଯ୍ୟରେ ଗୁରୁ ଦାୟିତ୍ୱ ବହନ କରିବେ। ଯାତ୍ରା ଫଳରେ ଉତ୍ସାହିତ ହେବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଆର୍ଥିକ ଉନ୍ନତି, ଶୁଭ ସମ୍ବାଦ ପ୍ରାପ୍ତି ହେବ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

କୁମ୍ଭ:-

ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ଖେଳକୁଦ ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ। ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଉନ୍ନତି ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ ଓ ମାନ-ସମ୍ମାନ ବୃଦ୍ଧି ହେବ। କୌଣସି ସମ୍ମିଳନୀରେ ଯୋଗଦେଇ ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସମସ୍ତକାର୍ଯ୍ୟରେ ସଫଳତା ମିଳିବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଅର୍ପଣ କରିବେ। ବିଦ୍ୟାରେ ଉନ୍ନତି, ରାଜନୀତିରେ ଉନ୍ନତି ହେବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ପ୍ରତିକାର:-ଶିବମନ୍ଦିରରେ କ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!