ସାପ୍ତାହିକ ରାଶିଫଳ: ନଭେମ୍ବର ୯ ତାରିଖ ରୁ ନଭେମ୍ବର ୧୫ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏ ସପ୍ତାହରେ ଅକସ୍ମାତ ଧନଲାଭ ହେବ। ଶିକ୍ଷା ବିଭାଗ କର୍ମଚାରୀ, ରାଜ୍ୟପାଳ ଭବନ କର୍ମଚାରୀ, ଓକିଲ ସଂଘ, ସାର୍ବଜନିନ ନିର୍ମାଣ ବିଭାଗର କର୍ମଚାରୀ, ଜଳବଣ୍ଟନ ବିଭାଗ କର୍ମଚାରୀ ଚିକିତ୍ସା ବିଭାଗ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ସହ ଲାଭବାନ୍ ହେବେ। କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଓ ଯୁବତୀମାନେ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇ ପାରନ୍ତି। ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ। ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ ଏବଂ ପୂର୍ବଋଣ ସହଜରେ ପରିଶୋଧ କରିପାରିବେ। ଦୀର୍ଘଦିନପରେ ଆପଣଙ୍କ ଜୀବନରେ ଅଧିକ ସୁଖ ଓ ସମୃଦ୍ଧିର ସମୟ ଉପସ୍ଥିତ ହୋଇଛି। ନୂତନ ସଂପତ୍ତି କ୍ରୟ ବିକ୍ରୟ କରିବାର ଉପଯୁକ୍ତ ସମୟ। ବାଣିଜ୍ୟ, ବ୍ୟବସାୟ, ନବିନିକରଣ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ଉପଯୁକ୍ତ ସମୟ। ବିଦେଶ ଯାତ୍ରାରେ ଉଚ୍ଚଶିକ୍ଷା ପାଇଁ ଓ କର୍ମୋନ୍ନତି ପାଇଁ ସୁଯୋଗ ପାଇବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏ ସପ୍ତାହରେ ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ସୁଖ-ସୌଭାଗ୍ୟ ବୃଦ୍ଧି ହେବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ହୋଇ ପାରିବେ। ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ। ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ପ୍ରତିକାର:- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:- ଏସପ୍ତାହରେ ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ ହେଉ ଥିବାରୁ ଉଚ୍ଚଶିକ୍ଷାର ସୁବିଧା ସୁଯୋଗ ପାଇବେ। ପ୍ରତିଯୋଗିତାରେ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଅତ୍ୟନ୍ତ ଶୁଭସମୟ। ବ୍ୟବସାୟ କ୍ଷେତ୍ରରେ ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ। ରାଜନୀତି, ବିଜ୍ଞାନ, ବୈଷୟିକବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତି ହୋଇ ଯଶମାନପ୍ରତିଷ୍ଠା ବୃଦ୍ଧି ପାଇବ। ସନ୍ତାନଙ୍କ ସହଯୋଗ ପାଇ ଗୃହସ୍ଥଜୀବନରେ ଭରପୂର ସୁଖପ୍ରାପ୍ତି ହେବ। ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:- ଏ ସପ୍ତାହରେ ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇ ଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି। ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ। ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଧଳା ବସ୍ତ୍ର ପରିଧାନ କଲେ ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ପ୍ରତିକାର- ଅସହାୟ ବୃଦ୍ଧବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:- ଏ ସପ୍ତାହରେ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ସମୟକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ। ପ୍ରତିକାର:-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କନ୍ୟା:- ଏ ସପ୍ତାହରେ ସମସ୍ତ ସମସ୍ୟା ଅପସରି ଯିବ। ବିଶେଷ କରି ବିଦ୍ୟାର୍ଥୀମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ। ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ। ସନ୍ତାଠାରୁ ସୁଖପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସଘାତକତା କରି ପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:- ଏ ସପ୍ତାହରେ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ଶିକ୍ଷାକ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଅଚାନକ ଧନ ପ୍ରାପ୍ତି ହୋଇ ଆର୍ଥିକ ଉନ୍ନତି ହେବା ସହ ମାନ ସମ୍ମାନ ବୃଦ୍ଧିହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସୂଚାରୁଭାବେ ତୁଲାଇ ପାରିବେ। ନୂତନକର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:- ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ।ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ କର୍ମଚାରୀ ମାନେ ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇଯିବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ଓ ନୂଆ ଯୋଜନାରେ ସଫଳହେବେ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ଯୁବକ ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର, ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବା ସହ ଆଶାତୀତ ଫଳ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:- ଉଚ୍ଚାଧିକାରୀ ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବା ଯୋଗେ କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବା ଫଳରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ସମ୍ମାନଜନକ ରହିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ସହ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:- ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଯୁବକ-ଯୁବତୀ ମାନେ ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ। କିନ୍ତୁ ୯ଓ ୧୦ ତାରିଖରେ ଆତ୍ମୀୟମାନେ ଭିତରେ ଚେର କାଟିବେ। ଆର୍ଥିକ ଉନ୍ନତିରେ ବାଧା ଦେଖାଦେବା ସହ ଯେ କୌଣସିରେ କାର୍ଯ୍ୟରେ ହାତ ଦେବେ ସେଥିରେ ବିଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:- ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହି ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କେତେକ କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। କିନ୍ତୁ୧୧ ଓ ୧୨ ତାରିଖରେ ଅଧିନସ୍ଥ କର୍ମଚାରୀଙ୍କ ପ୍ରତି ସତର୍କ ନରହିଲେ ସମସ୍ୟାର ସମ୍ମୁଖୀନ ହେବେ। ବନ୍ଧୁ, ମିତ୍ର, ସହଯୋଗୀଙ୍କ ପ୍ରତି ସତର୍କ ନରହିଲେ ବ୍ୟବସାୟରେ କ୍ଷତି ସହିବେ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ରହି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:- ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଉନ୍ନତି ସହିତ ପରିଣାମ ଅନୁକୂଳ ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଯେ କୌଣସି ବ୍ୟବସାୟରେ ହାତ ଦେବେ ସେଥିରେ ସଫଳ ହେବେ। ଦାମ୍ପତ୍ୟସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ପ୍ରତିବେଶୀଙ୍କ ସହ ମନାନ୍ତର ମତାନ୍ତର ମେଣ୍ଟି ଯାଇ ପାରେ। କିନ୍ତୁ ୧୪ ଓ ୧୫ ତାରିଖରେ ଆୟ ତୁଳନାରେ ବ୍ୟୟ ବହୁତ ହେବା ଫଳରେ ଆର୍ଥିକ ଅନାଟନ ଦେଖା ଦେବ। ସନ୍ତାନ ସନ୍ତତି ପୀଡ଼ିତ ହେବାରୁ ମାନସିକ ଚିନ୍ତା ବୃଦ୍ଧି ପାଇବ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନରେ ବାଧା ଦେଖାଦେଇ ପାରେ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!