ଦୈନିକ ରାଶିଫଳ: ୯ ଅକ୍ଟୋବର ୨୦୧୮। ଏହି ୫ଟି ରାଶି ବ୍ୟକ୍ତିଙ୍କର ଆଜି ବ୍ୟବସାୟରେ ଉନ୍ନତି ହେବ।

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୯ ଅକ୍ଟୋବର ୨୦୧୮। ଏହି ୫ଟି ରାଶି ବ୍ୟକ୍ତିଙ୍କର ଆଜି ବ୍ୟବସାୟରେ ଉନ୍ନତି ହେବ।

ମେଷ:-

ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ।  କର୍ମସଂଧାନୀମାନେ ନୂତନ କର୍ମ ନିଯୁକ୍ତି ପାଇବେ। ପାରିବାରିକ ଅଶାନ୍ତି ଦୂର ହେବ ଓ ଦାମ୍ପତ୍ୟ ସୁଖ ପ୍ରାପ୍ତି ହେବ। ଶାରିରୀକ ସୁସ୍ଥତା ଦେଖା ଦେବ। ମହିଳାମାନେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବଜାୟ ରଖିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ପ୍ରତିକାର :  ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ  ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟରେ ସାମାନ୍ୟ ଲାଭହେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇବେ। କର୍ମକ୍ଷେତ୍ରରେ ଶାନ୍ତି ପାଇବେ ଓ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ। ପ୍ରତିକାର :  ଭୋକିଲା ଲୋକଙ୍କୁ ଅନ୍ନ ଦାନ କରନ୍ତୁ।

ମିଥୁନ:-

ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଶାରିରୀକ ଅସୁସ୍ଥତା ଓ ଆଳସ୍ୟଭାବ ଦୂରହେବ। ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନର ସୁଯୋଗ ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ସରକାରୀ ଚାପ ପଡିଲେ ମଧ୍ୟ ସଫଳତା ମିଳିବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ :-

କର୍ମକ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା ଜାରି ରଖନ୍ତୁ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ସିଂହ:-

ବ୍ୟବସାୟରେ ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ।  କର୍ମସଂଧାନୀ ମାନେ ପ୍ରତିଯୋଗୀତା କ୍ଷେତ୍ରରେ ସଫଳ ହେବେ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ। ଯାନ ବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ।  କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ଶରୀର ସୁସ୍ଥ ରହିବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ।  ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ ଓ ଶରୀର ସୁସ୍ଥ ରହିବ। ଛାତ୍ର-ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତିହେବ। କର୍ମସଂଧାନୀ ମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର:  ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ବିଛା:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ।  ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ।  ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ।  କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ।  ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଛାତ୍ର-ଛାତ୍ରୀମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପୁରାତନ ରୋଗର ଉପଶମ ଫଳରେ ମନଖୁସି ରହିବ। କର୍ମ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ।  ପ୍ରତିକାର :  ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

ଧନୁ:-

ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ।  ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।  ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ପ୍ରତିକାର: ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଯୁବକଯୁବତୀ ମାନେ ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ଥିବା ଛାତ୍ର-ଛାତ୍ରୀମାନେ ଖୁସି ହେବେ। ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ ଓ ଆର୍ଥୀକ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର : ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

କୁମ୍ଭ:-

ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ।  ରୋଜଗାର ସମସ୍ୟା ସୁଧୁରି ଯିବ।  ଧନ ଲାଭ ହେବାରୁ ମନ ଖୁସି ରହିବ। ଦାମ୍ପତ୍ୟ ସୁଖରେ ସୁଖି, ପାରିବାରିକ  କାର୍ଯ୍ୟରେ  ସଫଳତା, ଯୁବକ-ଯୁବତୀମାନେ ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପିତ୍ତଦୋଷ ବୃଦ୍ଧି ପାଇ ଶରୀରପୀଡା କଷ୍ଟକର ହୋଇପାରେ। ପ୍ରତିକାର :  ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ।  ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ।  ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ।  ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ଦୃଢ ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 993755198


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!