ଦୈନିକ ରାଶିଫଳ: ୯ ସେପ୍ଟେମ୍ବର ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କ କର୍ମ ଓ ବ୍ୟବସାୟରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ନୂତନ ଲୋକଙ୍କ ସହିତ ଭେଟ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ପକ୍ଷରେ ରହିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ଧନ ପ୍ରାପ୍ତି ହେବ। ଚାକିରୀରେ ପ୍ରମୋଶନ ମିଳିବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ସମ୍ବନ୍ଧରେ ପ୍ରଗାଢତା ଆସିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବନ୍ଧୁ ଭେଟ ହେବେ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ଧର୍ମ-କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ। ଧନ ଲାଭ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷ ହେବ। ନୂତନ ବସ୍ତୁ କ୍ରୟ କରିବେ। ପରିବାରରେ ଶାନ୍ତି ଆସିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରି ପାରିବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ପାରିବାରିକ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରି ମନ ଲଗାଇ କାର୍ଯ୍ୟ କରିବେ। ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସମ୍ବାଦ କାୟମ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

କର୍ମ କ୍ଷେତ୍ରରେ ମାନ-ସମ୍ମାନ ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆଶାତୀତ ଲାଭ ହେବ। ଶେୟର୍ସ, ନିବେଶ ଆଦିରେ ଲାଭ ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। କାମ କାର୍ଯ୍ୟରେ କୌଣସି ନୂତନ ପଦ୍ଧତି ବ୍ୟବହାର କରି ଦୁଇଗୁଣା ଲାଭ ଉଠେଇବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇ ଥିବାରୁ ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାର ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ ଓ ଆର୍ଥିକ ବୃଦ୍ଧି ହେବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ଘରୋଇ କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବ। କାମ-କାର୍ଯ୍ୟରେ ନୂଆ ଏକ୍ସପେରିମେଣ୍ଟ ପ୍ରୟୋଗ କରିପାରିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।  

କନ୍ୟା:-

ମାନସିକ ଅଶାନ୍ତି ଦୂର ହେବ।  କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ହେବେ। ଯେ କୌଣସି କାର୍ଯ୍ୟରେ ସଫଳତା ପାଇବେ। ଦାମ୍ପତ୍ୟ ସୁଖରେ ଉନ୍ନତି ହେବ। ଘରର ଗୁରୁଜନ ବା ମାତା-ପିତାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ହେବ। ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ କଷ୍ଟରୁ ମୁକ୍ତି ପାଇବେ। ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ। ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସୁସମ୍ପର୍କ ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମ ନିଯୁକ୍ତି ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଶାରିରୀକ ଅସୁସ୍ଥତା ଦୂରହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କର୍ମଜୀବିମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ଧନୁ:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ ଭବିଷ୍ୟତରେ କର୍ମପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ଶରୀର ସୁସ୍ଥ ରହିବ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ। ପିତା-ମାତାଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-

ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ। ପିକ୍ଚର, ପାର୍ଟି ବା କୌଣସି ସମାରୋହ ଆଦିରେ ଭାଗ ନେଇପାରନ୍ତି। ଶତୃ ଓ ବିରୋଧୀମାନେ ଦୂରେଇଯିବେ। କାର୍ଯ୍ୟ କ୍ଷେତ୍ରରେ ଆଗକୁ ବଢିପାରିବେ। ନୈତିକତା ହିସାବରୁ ଆପଣ ବହୁତ ଉଚ୍ଚପଦରେ ରହିବେ। ଅଧ୍ୟୟନ, ଅନୁସନ୍ଧାନ, ଶୋଧ, ଲେଖନ ଆଦି କାର୍ଯ୍ୟରେ ପ୍ରଶଂସିତ ହେବେ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହେବ, ଯାହା ଆଗକୁ ବଢିବାରେ ସହାୟତା ମିଳିବ। ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। କଷ୍ଟ ଓ କଠିନ ପରିଶ୍ରମ ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟ ଭଲ ରହିବ। ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ଫଳରେ ନୂତନ ବ୍ୟବସାୟର ଶୁଭାରମ୍ଭ କରି ପାରନ୍ତି। ସରକାରୀ କର୍ମଚାରୀ ମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ନୂତନ କର୍ମ ନିଯୁକ୍ତି ପାଇବେ। ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବା ସହ କର୍ମକ୍ଷେତ୍ରରେ ଶାନ୍ତି ଦେଖା ଦେବ। ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ନୂତନ କର୍ମ ନିଯୁକ୍ତି ପାଇଁ କରିଥିବା ପ୍ରୟାସରେ ସଫଳତା ପାଇବେ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!