ସାପ୍ତାହିକ ରାଶିଫଳ: ୯ ସେପ୍ଟେମ୍ବର ରୁ ୧୫ ସେପ୍ଟେମ୍ବର, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ଆର୍ଥିକ ଉନ୍ନତି ହେବ ଓ ସ୍ୱାସ୍ଥ୍ୟ ଭଲ ରହିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:

ଆର୍ଥିକସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ। ଆୟ ଉତ୍ତମ, ଶରୀର ସୁସ୍ଥରହିବ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। କ୍ରୀଡ଼ା, କଳା, ସଂସ୍କୃତି, ବାଣିଜ୍ୟବ୍ୟବସାୟ, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀହେବେ। ମହିଳାମାନେ ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ପରିବାରରେ ସାଧାରଣ ବାତାବରଣ ରହିବ। ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ମହିଳାମାନେ ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର:-ଗାଈକୁ ଘାସ ଖୁଆନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ।  ନୂତନକର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କଠାରୁ  ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ। ମହିଳାମାନେ ଏକାଧିକ କାମରେ ହାତ ଦେଇ ଭଲବଦଳରେ ମନ୍ଦସୃଷ୍ଟି ହେବ। ସନ୍ତାନଙ୍କ ପାଇଁ ଚିନ୍ତିତ ରହିବେ ସ୍ୱାମୀଙ୍କ ସ୍ୱାସ୍ଥ୍ୟନେଇ ଚିନ୍ତିତ ରହିବେ। ପ୍ରତିକାର:- ଗାଈକୁ କଞ୍ଚା ଘାସ ଖାଇବାକୁ ଦିଅନ୍ତୁ।

ମିଥୁନ:-

ବନ୍ଧୁ ଓ ସହକର୍ମୀଙ୍କଠାରୁ ଆଶାତୀତ ସହଯୋଗ ମିଳିବ। ନୂତନକାର୍ଯ୍ୟର ପ୍ରେରଣା ପାଇବେ। ଅନେକଦିନ ଧରି ଯାହା ଚିନ୍ତା କରୁଥିଲେ ତାକୁ କାର୍ଯ୍ୟକାରି କରିପାରିବେ। ସମସ୍ତ ଦିଗରୁ ଜୟ ଜୟକାର ହେବ। ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ବ୍ୟବସାୟ ଭଲ ଗତିରେ ଚାଲିବ। ସରକାରୀ କର୍ମଚାରୀଙ୍କର କଠିନ ପରିଶ୍ରମ ହେଲେ ମଧ୍ୟ  ଶରୀର ସୁସ୍ଥ ରହିବ। ପଢ଼ା ପଢ଼ିରେ ମନଯୋଗ ଦେଇ ଅଯଥାରେ ସମୟ ନଷ୍ଟ ନ କରି ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ ।

କର୍କଟ:-

କର୍ମଚାରୀମାନେ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ପାରିବାରିକକ୍ଷେତ୍ରରେ ଅଶାନ୍ତି ଦେଖାଦେଇ ଦୂରେଇଯିବ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତରହିବେ। ସ୍ୱାସ୍ଥ୍ୟ ହାନୀ ହେବାର ସମ୍ଭାବନା ନାହିଁ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ ଓ ଅଧ୍ୟୟନରେ ଲକ୍ଷ୍ୟସ୍ଥଳରେ ପହଁଞ୍ଚିପାରିବେ। ନୂତନକର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କୌଣସି ଅଶୁଭ ସମାଚାର ଶୁଣି ଚିନ୍ତିତ ହୋଇ ପାରନ୍ତି। ବାଣୀ ଓ କ୍ରୋଧକୁ ଆୟତ୍ତ ନକଲେ ଧନହାନୀ ହେବ। ଅଯଥା ଦୂରଯାତ୍ରା କରିବେ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ସମ୍ପତ୍ତି କ୍ରୟ କରିବେ। ମହିଳାଙ୍କ କାରବାରର ସ୍ଥିତି ଠିକ୍ ରହି ମାନସିକସ୍ଥିତି ଭଲ ରହିବ। ପ୍ରତିକାର : ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ।

ସିଂହ:

ବ୍ୟବସାୟରେ ଭଲ ଲାଭ ପାଇବେ। ଆର୍ଥିକକ୍ଷେତ୍ରରେ  ଉନ୍ନତି  ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଉତ୍ତମ ରୋଜଗାର ମିଳିବ। ମହିଳାମାନେ ଉତ୍ତମ ଗୃହିଣୀ ହେବେ। ବେକାରୀମାନେ କର୍ମ ନିଯୁକ୍ତି ପାଇବେ। ଗୃହସ୍ଥ ଜୀବନ ସୁଖମୟ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। କଳା, ମଞ୍ଚ, ସିନେମା, ଚିତ୍ରକଳା ଓ କ୍ୟାଟ୍ରିଙ୍ଗ୍ରେ ଉପରକୁ ଉଠି ସୁନାମ ଅର୍ଜନ କରିବେ। ସ୍ୱଭାବରେ ଦୃଢ଼ତା ଓ କଠୋରତା ସୃଷ୍ଟି ହେବ। ଆତ୍ମନିୟନ୍ତ୍ରଣ କରିବା ଶିଖିବେ। ପ୍ରଚାର ପ୍ରସାର ମାଧ୍ୟମରେ ଲୋକ ପରିଚିତ ହେବେ। ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପ୍ରତିକାର : କୁକୁରର ସେବା କରନ୍ତୁ।

କନ୍ୟା :-

ଉଚ୍ଚାଧିକାରୀ ବ୍ୟକ୍ତି କୌଣସି କାର୍ଯ୍ୟରେ ଆପଣଙ୍କୁ ସହାୟତା କରିବେ। ଆପଣଙ୍କ ପ୍ରଭାବ ଓ ପ୍ରତିଷ୍ଠା ଲୋକ ମୁକ୍ତକଣ୍ଠରେ ସ୍ୱୀକାର କରିବେ। ପ୍ରତ୍ୟେକ ସମସ୍ୟାକୁ ଗମ୍ଭୀରତା ସହ ଚିନ୍ତା କରି ସମାଧନା କରିବେ। ନୂତନ ଯୋଜନାରେ ସଫଳତା ମିଳିବ। ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ଓ ସମ୍ମାନ ବୃଦ୍ଧି ହେବ। କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମକାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମନିଯୁକ୍ତିକ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ।  ଶତୃମାନେ ଅପଦସ୍ତ  ହେବେ। ରୋଗ ଓ ଋଣର ଶୀକାର ହେବେ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ପ୍ରତିକାର- ଅସହାୟକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ବଡ଼ ଧରଣର କାର୍ଯ୍ୟ ସମ୍ପାଦନ କରିବେ। ବାଣିଜ୍ୟ ବ୍ୟବସାୟରେ ଭାଗୀଦାରଙ୍କ ସହ ମତଭେଦକୁ ନିରାକରଣ ଓ ସମାଧାନ କରିପାରିବେ ଏବଂ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଶୁଭ ସମାଚାର ଶୁଣି ଖୁସି ହେବେ। ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଆସିବ। କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ  ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବିଳମ୍ବରେ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ। , ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁ ଓ ବାନ୍ଧବଙ୍କଠାରୁ   ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ପ୍ରତିକାର: ମାଂସ ଭୋଜନ,ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ।

ବିଛା:-

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଆର୍ଥିକକ୍ଷେତ୍ରରେ  ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ  ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳହେବେ। କର୍ମଚାରୀମାନେ କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। କର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଭାଇ ଓ ଭାଗୀଦାରମାନଙ୍କ ସହ ଛୋଟ ଛୋଟ କଥା ନେଇ ବିବାଦ ଥିଲେ ମେଣ୍ଟିଯିବ। ନିଜ ଲୋକମାନେ ବିଶ୍ୱାସଘାତକତା କରିବେ। ଆତ୍ମବିଶ୍ୱାସ ହରେଇ ବସିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁ ଓ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ସମସ୍ତ ଚିନ୍ତା କାର୍ଯ୍ୟ ଉପରେ ଲଗେଇ ପରିଶ୍ରମ ଓ ମେହନତ ଦ୍ୱାରା ପ୍ରବଳ ଲାଭ ପାଇବେ। ସଚ୍ଚୋଟ ମିତ୍ର ପ୍ରାପ୍ତି ହେବ। ଜାଗା ଜମି ସମ୍ବନ୍ଧିୟ ବିବାଦ, କୋର୍ଟ କଚେରୀ କାର୍ଯ୍ୟ ଓ ସରକାରୀ କାର୍ଯ୍ୟ ଅଧାରେ ଝୁଲି ରହିବ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ  ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ପରୀକ୍ଷା  ଓ ପ୍ରତିଯୋଗିତାରେ ସଫଳ ହେବେ। ବନ୍ଧୁ ଓ ବାନ୍ଧବଙ୍କଠାରୁ   ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ ।

ମକର :-

ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେ ଧିରେ ସମାଧାନ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ  ଉପରିସ୍ଥ ଅଧିକାରୀଙ୍କ  ପ୍ରିୟଭାଜନ ହେବେ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ପ୍ରେମ ରୋମାନ୍ସରେ ସଫଳ ହେବେ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ। ସାମାଜିକ ଦାୟିତ୍ୱ ବୃଦ୍ଧି ପାଇବ। ପରୋପକାର କାର୍ଯ୍ୟରେ ବିଶେଷ ରୁଚି ବଢ଼ିବ। ରାଜନୀତିରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ମହିଳାମାନେ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ। ନୂତନ କର୍ମ ସଂସ୍ଥାରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରତିକାର : ବାପା ଓ ମାଆଙ୍କୁ ପୂର୍ଣ୍ଣ  ଆଦର ଓ ସତ୍କାର କରନ୍ତୁ।

କୁମ୍ଭ :-

ଅନୁଭବି ଓ ଦାୟିତ୍ୱ ପୂର୍ଣ୍ଣ ଲୋକଙ୍କର ମାର୍ଗଦର୍ଶନ ଆପଣଙ୍କୁ କୋଉଠୁ ନେଇ କୋଉଠି ପହଁଞ୍ଚେଇ ଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। କର୍ମ ନିଯୁକ୍ତି ପ୍ରାପ୍ତିରେ ସଫଳ ହେବେ। ବ୍ୟବସାୟରେ ପରିଶ୍ରମ ଫଳରେ ଉନ୍ନତି ହେବ। ପାରିବାରିକ ଅଶାନ୍ତି ଦୂରେଇ ଯିବ ଓ ପରିବାରର ସଦସ୍ୟମାନେ ପରସ୍ପର ପରସ୍ପରକୁ ସହଯୋଗ କରିବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେଲେମଧ୍ୟ ଧରାପଡ଼ି ବଦ୍ନାମ୍ ହେବେ। ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ।କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ:-

ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ ଓ ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତାପାଇ ସ୍ଵନାମ ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁ ଓ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ। କଠିନ  ପରିଶ୍ରମ କରି କାର୍ଯ୍ୟ କରି ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଦେଖା ଦେବ। ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ରକ୍ଷା କରିବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!