ଦୈନିକ ରାଶିଫଳ: 04 ଅଗଷ୍ଟ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶିଙ୍କୁ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୪ ତାରିଖ, ବୁଧବାର, କର୍କଟ ମାସ ୨୦ ଦିନ, ଶ୍ରାବଣ ମାସ, କୃଷ୍ଣପକ୍ଷ, ଏକାଦଶୀ ତିଥି, ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ବ୍ୟାଘାତ ଯୋଗ, ବାଳବ କରଣ ଦିବା ୩ଟା ୧୭ ମିନିଟ୍ ଗତେ କୌଳବ କରଣ । କର୍କଟ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର, ଦିବା ୩ଟା ୭ମିନିଟ୍ ଗତେ କନ୍ୟା ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ, ଦିବା ୩ଟା ୧୭ ମିନିଟ୍ ଗତେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟକୋଣେ ଦିବା ୩ଟା ୧୭ ମିନିଟ୍ ପରେ ନୈରୁତକୋଣେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଶ୍ରାଦ୍ଧ । କାଳବେଳା- ସକାଳ ୮ଟା ୩୯ମିନିଟ୍ ରୁ ଦିବା ୧୦ଟା ୧୬ମିନିଟ୍ । ବାରବେଳା- ଦିବା ୧୧ଟା ୫୨ମିନିଟ୍ ରୁ ଦିବା ୧ଟା ୨୯ମିନିଟ୍ । କାଳରାତ୍ରି- ରାତ୍ରି ୨ଟା ୪୦ମିନିଟ୍ ରୁ ରାତ୍ରି ୪ଟା ୩ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୮ମିନିଟ୍ ରୁ ୭ଟା ୮ମିନିଟ୍, ଦିବା ୧୦ଟା ୧୭ମିନିଟ୍ ରୁ ୧୧ଟା ୨୫ମିନିଟ୍, ଦିବା ୨ଟା ୨ମିନିଟ୍ ରୁ ୫ଟା ୨୫ମିନିଟ୍, ସନ୍ଧ୍ୟା ୭ଟା ୩ମିନିଟ୍ ରୁ ରାତ୍ର ୧୦ଟା ୪୪ମିନିଟ୍, ରାତ୍ର ୧ଟା ୪୫ମିନିଟ୍ ରୁ ରାତ୍ର ୨ଟା ୩୯ମିନିଟ୍ । ପର୍ବଦିନ- ସର୍ବସମ୍ମତ କାମଦା ଏକାଦଶୀ ।

ମେଷ:-ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଲାଭ ହେବ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ କରିବା ପାଇଁ ଚେଷ୍ଟିତ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ଧର୍ମକାର୍ଯ୍ୟକୁ ମନ ବଳାଇ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି । ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-ସରକାରୀ ସାହାଯ୍ୟ ମିଳିପାରେ । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ ଓ ସ୍ଥାନାନ୍ତର ପାଇଁ ଚେଷ୍ଟାକଲେ ସଫଳ ହୋଇ ପାରନ୍ତି । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ସନ୍ତୋଷ ଦେଖାଦେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-ନିମ୍ନବର୍ଗର ସହାୟତା, ବନ୍ଧୁ ମିତ୍ରମାନଙ୍କ ସମର୍ଥନ ପାଇ ଶତୃମାନଙ୍କୁ ପରାସ୍ତ କରିବେ । ରାଜନୈତିକ କ୍ଷେତ୍ରରେ ଭୟ ସତ୍ତ୍ୱେ ଜୟ ଓ ନାନା ସମସ୍ୟାର ସମାଧାନ ହେବ । ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କର୍କଟ:-ସହକର୍ମୀମାନେ ଓ ଉଚ୍ଚାଧିକାରି କର୍ମକ୍ଷେତ୍ରରେ ସହଯୋଗ କରିବା ଫଳରେ ବିପଦ ସଙ୍କୁଳ ଟଳିଯିବ । ପାରିବାରିକ କ୍ଷେତ୍ରରେ ଶୁଭକର୍ମ ସମ୍ପାଦନ କରିବା ଦ୍ଵାରା ସନ୍ତୋଷ ଦେଖାଦେବ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ । ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ । ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ । ରାଜନୈତିକ କ୍ଷେତ୍ରରେ ପରିଶ୍ରମର ଉଚିତ୍ ମୂଲ୍ୟ ଫେରି ପାଇବେ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ସିଂହ:- ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ । ଭ୍ରାତୃ ବିବାଦ ଓ ପଡୋଶୀ କଳହର ସମାଧାନ ହୋଇ ପାରିବ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟ ହେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ପ୍ରଶଂସା ପାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ରାଜନୈତିକ କ୍ଷେତ୍ରରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ ଓ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରିବହନ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ପଡି ପାରେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ସେୟାର ବଜାରରେ ମୁନାଫା ମିଳିବ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ପ୍ରମୋଶନର ସୂଚନାପାଇ ଖୁସି ହେବେ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ । ବ୍ୟବସାୟ ପାଇଁ ଦୂରଯାତ୍ରା କରିବା ଫଳରେ ଆଶାତୀତ ଲାଭ ମିଳିବ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଦୂର ବା ନିକଟକୁ ଯାତ୍ରାକରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ । ଧୈର୍ଯ୍ୟ ସହନ ଶୀଳତା ଯୋଗେ ଯଶ ମିଳିବ । ଯେକୌଣସି ଯନ୍ତ୍ରଚାଳନା, ଯାନବାହନ ଓ ଜଙ୍ଗଲ ବିପଦ ସଙ୍କୁଳ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଲାଭବାନ ହୋଇପାରନ୍ତି । ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ ।

କୁମ୍ଭ:- ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସରକାରୀ କାମରେ ସଫଳତା ପାଇବେ । ପ୍ରେମିକ ପ୍ରେମିକା ମାନଙ୍କର ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ନୂତନ ଦ୍ରବ୍ୟ କ୍ରୟ କରିବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରେମିକ ପ୍ରେମିକା ମାନଙ୍କରସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!