ଦୈନିକ ରାଶିଫଳ: 05 ଅଗଷ୍ଟ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୫ ତାରିଖ, ଗୁରୁବାର, କର୍କଟ ମାସ ୨୧ ଦିନ, ଶ୍ରାବଣ ମାସ, କୃଷ୍ଣପକ୍ଷ, ଦ୍ଵାଦଶୀ ତିଥି, ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ହର୍ଷଣ ଯୋଗ, ତୈତିଳ କରଣ ସନ୍ଧ୍ୟା ୫ଟା ୯ ମିନିଟ୍ ଗତେ ଗର କରଣ । ତୁଳା, କୁମ୍ଭ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ, ସନ୍ଧ୍ୟା ୫ଟା ୯ମିନିଟ୍ ଗତେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈରୁତକୋଣେ ସନ୍ଧ୍ୟା ୫ଟା ୯ ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୩ଟା ୫ମିନିଟ୍ ରୁ ଦିବା ୪ଟା ୪୧ମିନିଟ୍ । ଦିବା ୪ଟା ୪୧ମିନିଟ୍ ରୁ ସନ୍ଧ୍ୟା ୬ଟା ୧୭ମିନିଟ୍ । ରାତ୍ରି ୧୧ଟା ୫୨ମିନିଟ୍ ରୁ ରାତ୍ରି ୧ଟା ୧୬ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୮ମିନିଟ୍ ରୁ ୭ଟା ୯ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୮ମିନିଟ୍, ରାତ୍ର ୨ଟା ୩୦ମିନିଟ୍ ରୁ ରାତ୍ର ୩ଟା ୧୨ମିନିଟ୍ ।

ମେଷ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବାଦବିବାଦ, ପ୍ରତିଦ୍ୱନ୍ଦିତା, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପାରିବାରିକ କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ଯୋଜନା ସଫଳ ହୋଇପାରିବ । ରାଜନୀତିରେ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନାଅଛି । ଋଣ ଭରଣାରେ ସହଜ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀ ମାନଙ୍କର ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରେମିକ ପ୍ରେମିକା ମାନେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧିହେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ମିଥୁନ:-ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଉଚ୍ଚାଧିକାରୀଙ୍କଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ସୁଖ ଶାନ୍ତିରେ ଦିନଟି କଟାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । କର୍ମକ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହୋଇ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ଓ ନିଯେ ମଧ୍ୟ ଖୁସି ଏବଂ ସୁରକ୍ଷିତ ଅନୁଭବ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ସବୁଥିରେ ସଫଳତା ମିଳିବ । କୋର୍ଟ କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । ରାଜନୀତି କ୍ଷେତ୍ରରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ତଳ ମହଲରୁ ଆଶାତୀତ ଲାଭ ପାଇ କାର୍ଯ୍ୟକ୍ଷେତ୍ରରେ ତିଷ୍ଠି ରହିପାରିବେ । ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । କର୍ମକ୍ଷେତ୍ରରେ ଅସନ୍ତୋଷ, ସହକର୍ମୀଙ୍କ ସହ ବିବାଦ ଦେଖା ଦେଇପାରେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ପାଇବେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ଯଦିଚ ସତର୍କ ରହି ଆର୍ଥିକ ଭାରସାମ୍ୟ ରକ୍ଷାକରୀ ପାରିବେ ତେବେ ଶାନ୍ତିର ନିଃଶ୍ଵାସ ମାରି ପାରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରୀ କ୍ଷେତ୍ରରେ ଉନ୍ନତି କରିପାରିବେ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚିତପନ୍ଥା ଗ୍ରହଣ କଲେ ସୁଖ ସମ୍ପଦ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-କର୍ମ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଧୈର୍ଯ୍ୟ ଓ ସଂଯମତା ରଖି ଦୁଃଖୀ ଲୋକଙ୍କୁ ସାହାର୍ଯ୍ୟ କରିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କୁମ୍ଭ:-ଭାଇଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ପିଲାମାନଙ୍କ କାର୍ଯ୍ୟରେ ବ୍ୟଥିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ବନ୍ଧୁଙ୍କ ଶୁଭକର୍ମରେ ଯୋଗ ଦେବାକୁ ବାଧ୍ୟ ହେବେ । ରାଜନୈତିକ କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!