ଦୈନିକ ରାଶିଫଳ: 06 ଅଗଷ୍ଟ 2021, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୬ ତାରିଖ, ଶୁକ୍ରବାର, କର୍କଟ ମାସ ୨୨ ଦିନ, ଶ୍ରାବଣ ମାସ, କୃଷ୍ଣପକ୍ଷ, ତ୍ରୟୋଦଶୀ ତିଥି, ଆର୍ଦ୍ରା ନକ୍ଷତ୍ର, ସକାଳ ୬ଟା ୩୬ମିନିଟ୍ ଗତେ ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ବଜ୍ର ଯୋଗ, ଗର କରଣ ପ୍ରାତଃ ୫ଟା ୫୩ମିନିଟ୍ ଗତେ ବାଣିଜ୍ୟ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୨୮ମିନିଟ୍ ଗତେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଦକ୍ଷିଣେ ସନ୍ଧ୍ୟା ୬ଟା ୨୮ ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ-ଦିବା ୧୦ଟା ୧୬ମିନିଟ୍ ରୁ ଦିବା ୧୧ଟା ୫୨ମିନିଟ୍ । ଦିବା ୮ଟା ୪୦ମିନିଟ୍ ରୁ ଦିବା ୧୦ଟା ୧୬ମିନିଟ୍ । ରାତ୍ରି ୯ଟା ୪ମିନିଟ୍ ରୁ ରାତ୍ରି ୧୦ଟା ୨୮ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୮ମିନିଟ୍ ରୁ ୬ଟା ୧୮ମିନିଟ୍, ସକାଳ ୭ଟା ୧୧ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୨ଟା ୧୯ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୪ଟା ୩୫ମିନିଟ୍ ରୁ ସନ୍ଧ୍ୟା ୬ଟା ୧୬ମିନିଟ୍, ରାତ୍ର ୭ଟା ୪୭ମିନିଟ୍ ରୁ ରାତ୍ର ୯ଟା ୩ମିନିଟ୍, ରାତ୍ର ୧ଟା ୪୫ମିନିଟ୍ ରୁ ରାତ୍ର ୩ଟା ୫୭ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା ।

ମେଷ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ଶତୃମାନେ ପରାଜିତ ହେବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନ ଓ ଶରୀର ଭଲ ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।

ବୃଷ:-ଶିକ୍ଷକ, ପ୍ରଶିକ୍ଷକ, ନେତା, ରସାୟନଜ୍ଞ ଓ ଡାକ୍ତର ମାନେ ବିଶେଷ ଲାଭବାନ୍ ହେବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ । ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ମିଥୁନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ସରକାରୀ କାମରେ ସଫଳତା ପାଇବେ । ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇ ପାରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ଭାଇବନ୍ଧୁ ମିତ୍ରମାନଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଦକ୍ଷତା ଅର୍ଜନ କରି ପ୍ରଶଂସିତ ହେବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ପ୍ରେମପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଲେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ହଠାତ୍ କାହାର ଡକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟାପାର ଓ କାରବାରରେ ସୁଧାର ଆସି ପରିଶ୍ରମ କଲେ ଧନ ପ୍ରାପ୍ତି ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବା ଫଳରେ ପରାକ୍ରମ ବଢିବ ଓ ପରିଶ୍ରମ, ମେହନତର ପରିଣାମ ମିଳିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ହେବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେଇ ପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ନୂତନ ବସ୍ତୁ କ୍ରୟ କରିପାରିବେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ । ରାଜନୀତିରେ ସଫଳତା ମିଳିବା ସହ ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବା ଫଳରେ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-ସନ୍ତାନ ମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଓ ଦୌଡ ଧୂପରେ ଶାନ୍ତି ଅନୁଭବ କରିବେ । ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ପରାକ୍ରମ ବଢିବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସରକାରୀ କାର୍ଯ୍ୟରେ ସଫଳତା ହାସଲ କରିବେ । ଜୀବନସାଥି, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ବନ୍ଧୁମିତ୍ରଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ମାଆବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ମକର:-ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ପୁରାତନ ରୋଗର ଉପସମ ହେବା ସହ ବନ୍ଧୁ ସମାଗମ ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-କର୍ମକ୍ଷେତ୍ରରେ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ କର୍ମୀଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇ ପରାକ୍ରମ ପ୍ରତିପତ୍ତି ବଢିବ । ବ୍ୟବସାୟ କ୍ଷେତ୍ରରେ ନୂତନ ଯୋଜନାରେ ଆଗେଇ ପାରିବେ । ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ପାରିବାରିକ କ୍ଷେତ୍ରରେ ବାପା, ମା, ଭାଇ, ଭଉଣୀଙ୍କ ସହ ସମ୍ବନ୍ଧ ଦୃଢିଭୁତ ହେବ । କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!