ଦୈନିକ ରାଶିଫଳ: 08 ଅଗଷ୍ଟ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୮ ତାରିଖ, ରବିବାର, କର୍କଟ ମାସ ୨୪ ଦିନ, ଶ୍ରାବଣ ମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି, ପୁଷ୍ୟା ନକ୍ଷତ୍ର, ଦିବା ୯ଟା ୧୮ମିନିଟ୍ ଗତେ ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ବ୍ୟତିପାତ ଯୋଗ, ଚତୁଷ୍ପଦ କରଣ ସକାଳ ୭ଟା ୨୦ମିନିଟ୍ ଗତେ ନାଗ କରଣ । ମେଷରାଶିର ଘାତବାର । ଆମିଷ, ତୈଳ ନ ଖାଇଲେ ଭଲ, ରାତି ୭ଟା ୨୦ମିନିଟ୍ ଗତେ ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ସନ୍ଧ୍ୟା ୭ଟା ୨୦ ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଅମାବାସ୍ୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୧ଟା ୫୨ମିନିଟ୍ ରୁ ଦିବା ୧ଟା ୨୮ମିନିଟ୍ । ଦିବା ୧୦ଟା ୧୬ମିନିଟ୍ ରୁ ଦିବା ୧୧ଟା ୫୨ମିନିଟ୍ । ରାତ୍ରି ୧ଟା ୧୬ମିନିଟ୍ ରୁ ୨ଟା ୪୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୯ମିନିଟ୍ ରୁ ୯ଟା ୪୩ମିନିଟ୍, ଦିବା ୧ଟା ୨୯ମିନିଟ୍ ରୁ ୨ଟା, ସନ୍ଧ୍ୟା ୭ଟା ୧ମିନିଟ୍ ରୁ ରାତ୍ର ୯ଟା ୧୪ମିନିଟ୍, ରାତ୍ର ୧୨ଟା ୧୫ମିନିଟ୍ ରୁ ୧ଟା ୧୫ମିନିଟ୍ । ପର୍ବଦିନ- ଚିତାଲାଗି ଅମାବାସ୍ୟା, ଶ୍ରୀମନ୍ଦିରରେ ଚିତ୍ରକ ପର୍ବ ଓ ସୁବର୍ଣ୍ଣ ଚିତାଲାଗି । ସୂର୍ଯ୍ୟମହତୀ ସ୍ନାନ ଯୋଗ, କରତୋୟା ସ୍ନାନ ଯୋଗ ।

ମେଷ:-ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳହେବ । ବାଦବିବାଦ, ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତକର୍ମ ବହୁତ କଷ୍ଟରେ ହିଁ ସମ୍ପନ୍ନହେବ । ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ । କେତେକକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ, କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ଵାସ କଲେ ଠକାମୀ ଭଣ୍ଡାମିର ଶୀକାର ହେବେ । ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଶୁଭକାମ କରିପାରିବେ ଓ ସବୁଥିରେ ସଫଳତା ମିଳିବ । କେତେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭହେବ । ରାଜନୀତିରେ ପ୍ରଶଂସିତ ହେବେ । ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିଙ୍କର ଉନ୍ନତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ଟିମ୍ ୱାର୍କ, ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ନୂଆ କାମ ନୂଆ ପ୍ରେରଣା ଦେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ଆୟ ଉପାର୍ଜନ ମଧ୍ୟମ ଧରଣର ହେବ । ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ଟଣା ଟଣି ପରିସ୍ଥିତି ଦେଖାଦେବ । ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ । ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ । ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ । ଶାରୀରିକ ସୁସ୍ଥତା ଅନୁଭବ କରିବେ । କୌଣସି ସାର୍ବଜନୀନ ଉତ୍ସବରେ ଯୋଗଦାନ କରିବେ । ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ । କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରିପାରିବେ ନାହିଁ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ । ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ । ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ । ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ । ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରି ପାରିବେ । କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ । ଘରକରଣା କୌଣସି ନୂତନ ବସ୍ତୁ କ୍ରୟ କରିପାରନ୍ତି । ବଂଧୁଙ୍କଠାରୁ ଶୁଭ ସନ୍ଦେଶ ପାଇ ମନ ଉତ୍ସୁକ ହେବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇଥିବାରୁ ପ୍ରତିଯୋଗୀତା ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାର ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ । ରାଜନୈତିକ ଯାତ୍ରାରେ ପୁରାତନ ଶତୃମାନେ ମୁଣ୍ଡଟେକି ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ରାଜନୀତି କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ । କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ । ନୂତନ ଦ୍ରବ୍ୟ କ୍ରୟ ବିକ୍ରୟ କରି ଆଶାତୀତ ଲାଭ ପାଇବେ । ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ । କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ । ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ । ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ । ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ । କୌଣସି ଇଲୋକଟ୍ରନିକ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରିପାରିବେ । ପୁରାତନ ରୋଗରୁ ଉପଶମ ମିଳିବ । ଅଚାନକ ଭାବରେ ଧନ ଲାଭ ହେବ । ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଅନେକ ଦିଗରୁ ଖୁସି ମିଳିବ । ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ । ପ୍ରେମୀକ ପ୍ରେମିକାଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ । ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ । ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । କାମ କାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଶୁଭ ସମାଚାର ପ୍ରାପ୍ତି ହେବ । ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବା ଯୋଗେ ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ । କୌଣସି ସାମାଜିକ କାର୍ଯ୍ୟ ବା ଜନକଲ୍ଯାଣ କାର୍ଯ୍ୟର ଆୟୋଜନରେ ଯୋଗ ଦେବେ । ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ ଓ କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!